Bhubaneswar Bus Stand Inauguration: ବାବା ସାହେବ ଭୀମ୍‌ରାଓ ଆମ୍ବେଦକର ବସ୍‌ ଟର୍ମିନାଲ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ
Advertisement
Article Detail0/zeeodisha/odisha2136460

Bhubaneswar Bus Stand Inauguration: ବାବା ସାହେବ ଭୀମ୍‌ରାଓ ଆମ୍ବେଦକର ବସ୍‌ ଟର୍ମିନାଲ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

Bhubaneswar New Bus Stand Inauguration: ବାବା ସାହେବ ଭୀମ୍‌ରାଓ ଆମ୍ବେଦକର ବସ୍‌ ଟର୍ମିନାଲ ଉଦ୍‌ଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ବାବା ସାହେବଙ୍କ ଅବଦାନ ସମ୍ପର୍କରେ ସଚେତନ କରିବା ପାଇଁ ତାଙ୍କ ଜୀବନ ତଥା ଆଦର୍ଶ ଉପରେ ଆଧାରିତ ସ୍ବତନ୍ତ୍ର ଗ୍ୟାଲେରୀ ସ୍ଥାନୀତ ହୋଇଛି।

Bhubaneswar Bus Stand Inauguration: ବାବା ସାହେବ ଭୀମ୍‌ରାଓ ଆମ୍ବେଦକର ବସ୍‌ ଟର୍ମିନାଲ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

Bhubaneswar Baramunda Bus Stand: ମାର୍ଚ୍ଚ ୧ ତାରିଖ ଶୁକ୍ରବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜଧାନୀ ଭୁବନେଶ୍ୱର ବରମୁଣ୍ଡା ଠାରେ ୫ଟି ଉପକ୍ରମରେ ନବନିର୍ମିତ ବାବା ସାହେବ ଭୀମ୍‌ରାଓ ଆମ୍ବେଦକର ବସ୍‌ ଟର୍ମିନାଲ ଉଦ୍‌ଘାଟନ କରିଛନ୍ତି। ବରମୁଣ୍ଡା ବସ୍‌ ଷ୍ଟାଣ୍ଡ ଭାବେ ପୂର୍ବରୁ ପରିଚିତ ଥିବା ଏହି ବସ୍‌ ଷ୍ଟାଣ୍ଡ ରାଜ୍ୟର ଏକ ବ୍ୟସ୍ତବହୁଳ ବସ୍‌ ଷ୍ଟାଣ୍ଡ। ଦୈନିକ ଶହ ଶହ ବସ୍‌ ତଥା ହଜାର ହଜାର ଯାତ୍ରୀଙ୍କ ଏଠାରୁ ରାଜ୍ୟର ବିଭିନ୍ନ ସ୍ଥାନ ସହ ରାଜ୍ୟ ବାହାରକୁ ଯାତାୟତ ହୋଇଥାଏ। 

ଯାତ୍ରୀଙ୍କ ଅସୁବିଧାକୁ ଦୃଷ୍ଟିରେ ରଖି ବରମୁଣ୍ଡା ବସ୍‌ ଷ୍ଟାଣ୍ଡ ରୂପାନ୍ତରଣ ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ। ୫ଟି ଅଧ୍ୟକ୍ଷ ଭିକେ ପାଣ୍ଡିଆନଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଏହି ଅତ୍ୟାଧୁନିକ ବସ୍‌ ଟର୍ମିନାଲ ବିକଶିତ କରାଯାଇଛି। ଆରମ୍ଭରୁ ଶେଷ ପର୍ଯ୍ୟନ୍ତ ୫ଟି ଅଧ୍ୟକ୍ଷ ଅନେକ ଥର ନିର୍ମାଣ ସ୍ଥଳକୁ ଯାଇ କାର୍ଯ୍ୟର ଆଗ୍ରଗତି ସମ୍ପର୍କରେ ସମୀକ୍ଷା କରୁଥିଲେ। 

ଉଦ୍‌ଘାଟନୀ ଅବସରରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଏହି ବସ୍‌ ଟର୍ମିନାଲ ଯାତ୍ରୀଙ୍କୁ ଉତ୍ତମ ସେବା ଯୋଗାଇବାରେ ସଫଳ ହେବ। ଯାହା ରାଜଧାନୀ ଭୁବନେଶ୍ୱର ଏକ ଗୁରୁତ୍ୱପୂର୍ଣ୍ଣ ଲ୍ୟାଣ୍ଡମାର୍କ ହୋଇ ରହିବା ସହିତ ସମଗ୍ର ରାଜ୍ୟରେ ଏକ ନୂଆ ପରିଚୟ ହେବ।

ମୁଖ୍ୟମନ୍ତ୍ରୀ ଆହୁରି ମଧ୍ୟ କହିଥିଲେ ଯେ  ଆମ ସମ୍ବିଧାନ ପ୍ରସ୍ତୁତ କରିବାରେ ବାବା ସାହେବ ଭୀମ୍‌ରାଓ ଆମ୍ବେଦକରଙ୍କ ମୁଖ୍ୟ ଭୂମିକା ରହିଥିଲା। ଭାରତୀୟ ସମ୍ବିଧାନର ପ୍ରଣେତା ଭାବେ ସେ ଜଣାଶୁଣା। ଦେଶ ପାଇଁ ତାଙ୍କ ଅବଦାନକୁ ସମ୍ମାନ ଜଣାଇ ତାଙ୍କ ନାମରେ ଏହି ବସ୍‌ ଟର୍ମିନାଲ ଓଡିଶା ସରକାର ନାମିତ କରିଛନ୍ତି। ସ୍ୱାଧୀନତାର ୭୫ ବର୍ଷ ପୂର୍ତ୍ତି ଅବସରରେ ବାବା ସାହେବଙ୍କ ପ୍ରତି ଓଡିଶାବାସୀଙ୍କ ଏହା ହେଉଛି ଶ୍ରେଷ୍ଠ ଶ୍ରଦ୍ଧାଞ୍ଜଳି। ବାବା ସାହେବଙ୍କ ଅବଦାନ ସମ୍ପର୍କରେ ସମସ୍ତଙ୍କୁ ସଚେତନ କରିବା ଉଦ୍ଦେଶ୍ୟରେ ବସ୍ ଟର୍ମିନାଲ ଭିତରେ ବାବା ସାହେବଙ୍କ ଜୀବନ ତଥା ଆଦର୍ଶ ଉପରେ ଆଧାରିତ ଏକ ଗ୍ୟାଲେରୀ ମଧ୍ୟ କରାଯାଇଛି। 

ମୁଖ୍ୟମନ୍ତ୍ରୀ ଆହୁରି କହିଥିଲେ ଯେ ୫ଟି ଉପକ୍ରମରେ ହୋଇଥିବା ଏହି ବସ୍‌ ଟର୍ମିନାଲ ବସ୍‌ ମାଲିକ, ବ୍ୟବସାୟୀ, ଯାତ୍ରୀ ତଥା ସମସ୍ତ ଜନସାଧାରଣଙ୍କ ସହଯୋଗରେ ନିର୍ମିତ ହୋଇଛି। ସମସ୍ତଙ୍କୁ ମୁଖ୍ୟମନ୍ତ୍ରୀ ସେଥିପାଇଁ ଧନ୍ୟବାଦ ଜଣାଇ କହିଥିଲେ ଯେ ଏହି ବସ୍‌ ଟର୍ମିନାଲ୍ ଠାରେ ଯାତ୍ରୀମାନଙ୍କୁ ଉତ୍ତମ ସେବା ଯୋଗାଇଦେବା ପାଇଁ ସମସ୍ତ ପ୍ରକାରର ସୁବିଧା କରାଯାଇଛି। ଯେଉଁଠି ଜରୁରୀ କାଳୀନ ଚିକିତ୍ସା ଠାରୁ ଆରମ୍ଭ କରି ବ୍ୟବସାୟିକ କମ୍ପ୍ଲେକ୍ସ, ଏସ୍କାଲେଟର, ଲିଫ୍ଟ, ପ୍ରତିକ୍ଷାଳୟ, ପୋଲିସ୍‌ ଫାଣ୍ଡି, ବସ୍ ଚାଳକଙ୍କ ବିଶ୍ରାମ କକ୍ଷ, ଆହାର କେନ୍ଦ୍ର, ଫୁଡ୍ କୋର୍ଟ ଆଦି ସମସ୍ତ ସୁବିଧା ରହିଛି। ଏୟାରପୋର୍ଟ ଭଳି ଯାତ୍ରୀ ମଧ୍ୟ ଏଠାରେ ସବୁ ସୁବିଧା ପାଇ ପାରିବେ। 

ବରମୁଣ୍ଡା ଠାରେ ନିର୍ମିତ ହୋଇଥିବା ବସ୍‌ ଟର୍ମିନାଲ ଉଦଘାଟନ କରିବା ଅବସରରେ ମୁଖ୍ୟମନ୍ତ୍ରୀ ସମସ୍ତଙ୍କୁ ଏହାର ଉପଯୁକ୍ତ ରକ୍ଷଣାବେକ୍ଷଣରେ ସହଯୋଗ କରିବା ପାଇଁ ଅନୁରୋଧ କରିଥିଲେ। କାର୍ଯ୍ୟକ୍ରମରେ ପତାକା ଦେଖାଇ ବସ୍‌ ଚଳାଚଳର ଶୁଭାରମ୍ଭ କରିବା ସହିତ ଆହାର କେନ୍ଦ୍ରରେ ଯାତ୍ରୀଙ୍କୁ ଖାଦ୍ୟ ପରସିଥିଲେ ମୁଖ୍ୟମନ୍ତ୍ରୀ। 

କାର୍ଯ୍ୟକ୍ରମରେ ଗୃହ ନିର୍ମାଣ ଏବଂ ନଗର ଉନ୍ନୟନ ମନ୍ତ୍ରୀ ଶ୍ରୀମତୀ ଉଷା ଦେବୀ, ବିଜ୍ଞାନ ଏବଂ ବୈଷୟିକ ତଥା ସାମାଜିକ ସୁରକ୍ଷା, ଭିନ୍ନକ୍ଷମ ସଶକ୍ତିକରଣ ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା ଉପସ୍ଥିତ ରହିଥିଲେ। ଏହି ଅବସରରେ ମନ୍ତ୍ରୀ କହିଥିଲେ ଯେ ଭୁବନେଶ୍ବରର ବିକାଶରେ ଆଜି ଆଉ ଏକ ନୂଆ ଫର୍ଦ୍ଦ ଯୋଡି ହେଲା। ପରିବହନ କ୍ଷେତ୍ରରେ ଯାହା ଆମ ପାଇଁ ସ୍ବପ୍ନ ଥିଲା, ତାହା ଆଜି ପୂରଣ ହୋଇଛି। ୫ଟି ଅଧ୍ୟକ୍ଷ ଭିକେ ପାଣ୍ଡିଆନ ମୁଖ୍ୟମନ୍ତ୍ରୀଙ୍କ ସହିତ ଉପସ୍ଥିତ ରହିଥିଲେ।

ବିଧାୟକ ଅନନ୍ତ ନାରାୟଣ ଜେନା, ବିଧାୟକ ସୁଶାନ୍ତ ରାଉତ, ଭୁବନେଶ୍ୱର ମେୟର ସୁଲୋଚନା ଦାସ ପ୍ରମୁଖ ଉପସ୍ଥିତ ଥିଲେ। କାର୍ଯ୍ୟକ୍ରମରେ ଗୃହ ନିର୍ମାଣ ଏବଂ ନଗର ଉନ୍ନୟନ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଜି ମାଥି ଭାଥନନ୍ ସ୍ୱାଗତ ଭାଷଣ ଦେଇଥିଲେ। ସେହିପରି ବି.ଡି.ଏ  ଭି.ସି ଧନ୍ୟବାଦ ଅର୍ପଣ କରିଥିଲେ।