ଆଜିଠାରୁ ତିନିଦିନିଆ ନୂଆଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ
Advertisement
Article Detail0/zeeodisha/odisha2379834

ଆଜିଠାରୁ ତିନିଦିନିଆ ନୂଆଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ

CM odisha: ମୁଖ୍ୟମନ୍ତ୍ରୀ ଜାତୀୟ ରାଜପଥ କର୍ତ୍ତୃପକ୍ଷଙ୍କ ସହ ଓଡ଼ିଶା ଜାତୀୟ ରାଜପଥର ବିକାଶ ନେଇ ଆଲୋଚନା କରିବେ ବୋଲି ସୂଚନା ରହିଛି।

ଆଜିଠାରୁ ତିନିଦିନିଆ ନୂଆଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜିଠାରୁ ତିନିଦିନିଆ ନୂଆଦିଲ୍ଲୀ ଗସ୍ତରେ ଯିବେ। ଶ୍ରୀ ମାଝୀ ନୂଆଦିଲ୍ଲୀରେ ଭାରତ ମଣ୍ଡପମରେ ଆୟୋଜିତ ହେବାକୁ ଥିବା ସରକାରୀ କାର୍ଯ୍ୟକ୍ରମରେ ଦେବେ। ମୁଖ୍ୟମନ୍ତ୍ରୀ ଓଡ଼ିଶାର ବିଭିନ୍ନ ପ୍ରସଙ୍ଗରେ କେତେକ କେନ୍ଦ୍ରମନ୍ତ୍ରୀ ଓ କେନ୍ଦ୍ରୀୟ ନେତୃତ୍ବଙ୍କୁ ଏହି ଗସ୍ତ ସମୟରେ ଭେଟିବାର କାର୍ଯ୍ୟକ୍ରମ ରହିଛି।

ଏହାଛଡ଼ା ମୁଖ୍ୟମନ୍ତ୍ରୀ ଜାତୀୟ ରାଜପଥ କର୍ତ୍ତୃପକ୍ଷଙ୍କ ସହ ଓଡ଼ିଶା ଜାତୀୟ ରାଜପଥର ବିକାଶ ନେଇ ଆଲୋଚନା କରିବେ ବୋଲି ସୂଚନା ରହିଛି।