ଭୁବନେଶ୍ଵର: ଆସନ୍ତା ସୋମବାର ଅର୍ଥାତ୍ ଅଗଷ୍ଟ ୨୬ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ବନ୍ଦ ରହିବ। ଭୁବନେଶ୍ୱର ୟୁନିଟ-୫ ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ଜନଶୁଣାଣି ବନ୍ଦ ରହିବ। ସରକାରୀ ଛୁଟି ଥିବାରୁ ଏହି ଦିନ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ। ଏ ସଂପର୍କରେ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ପକ୍ଷରୁ ସୂଚନା ଦିଆଯାଇଛି। 


COMMERCIAL BREAK
SCROLL TO CONTINUE READING

ଏହି ଦିନ ଜନ୍ମାଷ୍ଟମୀ ପଡୁଥିବାରୁ ସରକାରୀ ଛୁଟି ରହିଛି। ଯାହା ଫଳରେ ଏହି ଦିନରେ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ ବୋଲି ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।