Satighat River Basin Project Salki: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୌଦ୍ଧ ଜିଲ୍ଲା ପାଇଁ ଗୋଟିଏ ନଦୀଗର୍ଭ ଜଳାଶୟ ପ୍ରକଳ୍ପକୁ ଅନୁମୋଦନ କରିଛନ୍ତି। ଏହି ପ୍ରକଳ୍ପ ପାଇଁ ମୁଖ୍ୟମନ୍ତ୍ରୀ ୩୨୪ କୋଟି ଟଙ୍କା ମଞ୍ଜୁର କରିଛନ୍ତି। ଏହି ପ୍ରକଳ୍ପ ହେଉଛି ସାଲକୀ ନଦୀରେ ସତୀଘାଟ ନଦୀଗର୍ଭ ଜଳାଶୟ ପ୍ରକଳ୍ପ।  


COMMERCIAL BREAK
SCROLL TO CONTINUE READING

ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ କ୍ରମେ ୫ଟି ତଥା ନବୀନ ଓଡିଶା ଅଧ୍ୟକ୍ଷ ଭି.କେ ପାଣ୍ଡିଆନ ବୌଦ୍ଧ ଜିଲ୍ଲା ଗସ୍ତ କରିଥିଲେ ଏବଂ ଜନସାଧାରଣଙ୍କ ଠାରୁ ବିଭିନ୍ନ ପ୍ରକଳ୍ପ ପାଇଁ ପ୍ରସ୍ତାବ ଗ୍ରହଣ କରିଥିଲେ। ଲୋକଙ୍କ ପ୍ରସ୍ତାବ ଅନୁଯାୟୀ ମୁଖ୍ୟମନ୍ତ୍ରୀ ସାଲକୀ ନଦୀରେ ସତୀଘାଟ ନଦୀଗର୍ଭ ଜଳାଶୟ ପ୍ରକଳ୍ପକୁ ଅନୁମୋଦନ କରିଛନ୍ତି। ଏହି ପ୍ରକଳ୍ପ ଦ୍ବାରା ବୌଦ୍ଧ ଜିଲ୍ଲାର ଜନସାଧାରଣ ଉପକୃତ ହେବେ। ଭୂତଳ ଜଳର ସ୍ତର ବୃଦ୍ଧି ହେବା ସହିତ ପାନୀୟ ଜଳ ପ୍ରକଳ୍ପ, ମାଛ ଚାଷ, ପଶୁପାଳନ ଆଦି କ୍ଷେତ୍ରରେ ବିଶେଷ ସହାୟକ ହେବ।


ପୂର୍ବରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କଟକ ଜିଲ୍ଲା ପାଇଁ ଗୋଟିଏ ନଦୀଗର୍ଭ ଜଳାଶୟ ପ୍ରକଳ୍ପକୁ ଅନୁମୋଦନ କରିଛନ୍ତି। ଏହି ପ୍ରକଳ୍ପ ପାଇଁ ମୁଖ୍ୟମନ୍ତ୍ରୀ ୩୫୦ କୋଟି ଟଙ୍କା ମଞ୍ଜୁର କରିଛନ୍ତି। ଏହି ପ୍ରକଳ୍ପ ହେଉଛି ମହାନଦୀରେ ନିର୍ମିତ ହେବାକୁ ଯାଉଥିବା ବୈଦେଶ୍ବର ନଦୀଗର୍ଭ ଜଳାଶୟ ପ୍ରକଳ୍ପ। ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ୫ଟି ଅଧ୍ୟକ୍ଷ ଭି.କେ. ପାଣ୍ଡିଆନ କଟକ ଜିଲ୍ଲା ଗସ୍ତ କରିଥିଲେ ଏବଂ ଜନସାଧାରଣଙ୍କ ଠାରୁ ବିଭିନ୍ନ ପ୍ରକଳ୍ପ ପାଇଁ ପ୍ରସ୍ତାବ ଗ୍ରହଣ କରିଥିଲେ। ଲୋକଙ୍କ ପ୍ରସ୍ତାବ ଅନୁଯାୟୀ ମୁଖ୍ୟମନ୍ତ୍ରୀ ଏହି ପ୍ରକଳ୍ପକୁ ଅନୁମୋଦନ କରିଛନ୍ତି।


ମହାନଦୀରେ ବୈଦେଶ୍ବର ନଦୀଗର୍ଭ ଜଳାଶୟ ପ୍ରକଳ୍ପ କାର୍ଯ୍ୟକାରୀ ହେବା ଦ୍ୱାରା ବଡ଼ମ୍ବା, ବାଙ୍କୀ, ଭାପୁର ବ୍ଲକ ଲୋକ ଉପକୃତ ହେବେ। ଭୂତଳ ଜଳର ସ୍ତର ବୃଦ୍ଧି ହେବା ସହିତ ପାନୀୟ ଜଳ ପ୍ରକଳ୍ପ, ମାଛ ଚାଷ, ପଶୁପାଳନ ଆଦି କ୍ଷେତ୍ରରେ ବିଶେଷ ସହାୟକ ହେବ। ବୈଦେଶ୍ବର ପ୍ରକଳ୍ପ ଦ୍ବାରା ବଡ଼ମ୍ବା, ବାଙ୍କୀ, ଭାପୁର ବ୍ଲକ୍‌ ଜନସାଧାରଣ ଉପକୃତ ହେବେ।


ପୂର୍ବରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୁନ୍ଦରଗଡ ଜିଲ୍ଲା ପାଇଁ ଦୁଇଟି ନଦୀଗର୍ଭ ଜଳାଶୟ ପ୍ରକଳ୍ପକୁ ଅନୁମୋଦନ କରିଛନ୍ତି। ଏହି ଦୁଇଟି ପ୍ରକଳ୍ପ ପାଇଁ ମୁଖ୍ୟମନ୍ତ୍ରୀ ୩୮୬.୨୫ କୋଟି ଟଙ୍କା ମଞ୍ଜୁର କରିଛନ୍ତି। ଏହି ପ୍ରକଳ୍ପ ଦୁଇଟି ହେଉଛି ଇବ୍‌ ନଦୀରେ ଭଷ୍ମା ନଦୀଗର୍ଭ ଜଳାଶୟ ପ୍ରକଳ୍ପ ଏବଂ ସପେଇ ନଦୀରେ ଫୁଲବାରୀ ନଦୀଗର୍ଭ ଜଳାଶୟ ପ୍ରକଳ୍ପ। ଭଷ୍ମା ପ୍ରକଳ୍ପ ପାଇଁ ମୁଖ୍ୟମନ୍ତ୍ରୀ ୨୬୨.୫୦ କୋଟି ଟଙ୍କା ମଞ୍ଜୁର କରିଥିବା ବେଳେ ଫୁଲବାରୀ ପ୍ରକଳ୍ପ ପାଇଁ ୧୨୩.୭୫ କୋଟି ଟଙ୍କା ମଞ୍ଜୁର କରିଥିଲେ। ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ୫ଟି ଅଧ୍ୟକ୍ଷ ଭି.କେ ପାଣ୍ଡିଆନ ସୁନ୍ଦରଗଡ ଜିଲ୍ଲା ଗସ୍ତ କରିଥିଲେ। ଜନସାଧାରଣଙ୍କ ଠାରୁ ବିଭିନ୍ନ ପ୍ରକଳ୍ପ ପାଇଁ ପ୍ରସ୍ତାବ ଗ୍ରହଣ କରିଥିଲେ। ଲୋକଙ୍କ ପକ୍ଷରୁ ମିଳିଥିବା ପ୍ରସ୍ତାବ ଅନୁଯାୟୀ ମୁଖ୍ୟମନ୍ତ୍ରୀ ଏହି ଦୁଇଟି ପ୍ରକଳ୍ପକୁ ଅନୁମୋଦନ କରି ସାରିଛନ୍ତି।


ଏହି ପ୍ରକଳ୍ପ କାର୍ଯ୍ୟକାରୀ ହେବା ଦ୍ବାରା ସୁନ୍ଦରଗଡ ଜିଲ୍ଲା ପାଞ୍ଚଟି ବ୍ଲକ୍‌ର ଲୋକ ଉପକୃତ ହେବେ। ଭୂତଳ ଜଳର ସ୍ତର ବୃଦ୍ଧି ହେବା ସହିତ ପାନୀୟ ଜଳ ପ୍ରକଳ୍ପ, ମାଛ ଚାଷ, ପଶୁପାଳନ ଆଦି କ୍ଷେତ୍ରରେ ବିଶେଷ ସହାୟକ ହେବ କାର୍ଯ୍ୟକାରୀ ହେବାକୁ ଯାଉଥିବା ପ୍ରକଳ୍ପ। ଭଷ୍ମା ପ୍ରକଳ୍ପ ଦ୍ବାରା ଟାଙ୍ଗରାପଲି, ସୁନ୍ଦରଗଡ, ଝାରସୁଗୁଡା ବ୍ଲକ୍‌ରେ ଜନସାଧାରଣ ଉପକୃତ ହେବେ। ଅନ୍ୟପଟେ ଫୁଲବାରୀ ପ୍ରକଳ୍ପ ଦ୍ବାରା ବଡଗାଁ ଏବଂ ବାମରା ବ୍ଲକ୍‌ର ଜନସାଧାରଣଙ୍କୁ ଲାଭ ମିଳିବ।