Morning Classes in schools: ଏପ୍ରିଲ ୨ ତାରିଖରୁ ସକାଳୁଆ ସ୍କୁଲ
Advertisement
Article Detail0/zeeodisha/odisha2181542

Morning Classes in schools: ଏପ୍ରିଲ ୨ ତାରିଖରୁ ସକାଳୁଆ ସ୍କୁଲ

ଏପ୍ରିଲ୍‍ ୨ ତାରିଖରୁ ଆରମ୍ଭ ହେବାକୁ ଯାଉଛି ନୂତନ ଶିକ୍ଷାବର୍ଷ। ପ୍ରବଳ ଖରାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ସକାଳୁଆ ସ୍କୁଲ କରିବାକୁ ନିଷ୍ପତ୍ତି ନେଇଛନ୍ତି । ସକାଳ ୭ଟାରୁ ଆରମ୍ଭ ହୋଇ ପୂର୍ବାହ୍ନ ୧୧ଟା ୩୦ ପର୍ଯ୍ୟନ୍ତ  ସ୍କୁଲରେ ପାଠପଢା ହେବ । ପ୍ରଥମ ଶ୍ରେଣୀରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ସମସ୍ତ ଛାତ୍ରଛାତ୍ରୀଙ୍କ ପାଇଁ ଏହି ନିୟମ ଲାଗୁ କରାଯାଇଛି ।

Morning Classes in schools: ଏପ୍ରିଲ ୨ ତାରିଖରୁ ସକାଳୁଆ ସ୍କୁଲ

ଭୁବନେଶ୍ୱର: ଏପ୍ରିଲ୍‍ ୨ ତାରିଖରୁ ଆରମ୍ଭ ହେବାକୁ ଯାଉଛି ନୂତନ ଶିକ୍ଷାବର୍ଷ। ପ୍ରବଳ ଖରାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ସକାଳୁଆ ସ୍କୁଲ କରିବାକୁ ନିଷ୍ପତ୍ତି ନେଇଛନ୍ତି । ସକାଳ ୭ଟାରୁ ଆରମ୍ଭ ହୋଇ ପୂର୍ବାହ୍ନ ୧୧ଟା ୩୦ ପର୍ଯ୍ୟନ୍ତ  ସ୍କୁଲରେ ପାଠପଢା ହେବ । ପ୍ରଥମ ଶ୍ରେଣୀରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ସମସ୍ତ ଛାତ୍ରଛାତ୍ରୀଙ୍କ ପାଇଁ ଏହି ନିୟମ ଲାଗୁ କରାଯାଇଛି ।

ସ୍କୁଲ୍‍ଗୁଡ଼ିକୁ ଏଥିଲାଗି ପ୍ରସ୍ତୁତ କରିବାକୁ ଓଡ଼ିଶା ସ୍କୁଲ୍‍ ଶିକ୍ଷା କାର୍ଯ୍ୟକ୍ରମ ପ୍ରାଧୀକରଣ ନିର୍ଦ୍ଦେଶକ ଅନୁପମ ଶାହା ସମସ୍ତ ଜିଲ୍ଲା ଶିକ୍ଷା ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଏହି ଦିନ ଅଭିଭାବକ ଓ ଛାତ୍ରଛାତ୍ରୀଙ୍କ ବୈଠକ ମଧ୍ୟ ଅନୁଷ୍ଠିତ ହେବ। ତେବେ କେବଳ ପ୍ରଥମରୁ ୯ମ ଶ୍ରଣୀ ଛାତ୍ରଛାତ୍ରୀଙ୍କ ପରୀକ୍ଷାଫଳ ପ୍ରକାଶନ ସହ ତାହାକୁ ପ୍ରଦାନ କରିବାକୁ ଶ୍ରୀ ସାହା ନିର୍ଦ୍ଦେଶ ଦେଇଛନ୍ତି। ଜିଲ୍ଲା ଶିକ୍ଷାଧିକାରୀ ମାନଙ୍କୁ ପ୍ରଧାନ ଶିକ୍ଷକଙ୍କୁ ଏ ବାବଦରେ ଜଣାଇ ନିର୍ଦ୍ଦେଶ କାର୍ଯ୍ୟକାରୀ କରିବାକୁ କୁହାଯାଇଛି। 

ଏବେ ରାଜ୍ୟର ପ୍ରାୟ ସମସ୍ତ ଅଞ୍ଚଳରେ ଗୀଷ୍ମ ପ୍ରବାହ ଜାରି କରାଯାଇଥିବାରୁ ସକାଳ ସମୟରେ ସ୍କୁଲରେ ପାଠ ପଢାଯିବାକୁ ନିଷ୍ପତ୍ତି ନିଆଯାଇଛି ।

Also Read- Weather News: ୪୦ ଡିଗ୍ରୀ ତାତିରେ ସିଝିଲା ରାଜ୍ୟର ୫ଟି ସହର

Also Read- Surya Gochar 2024: ସୂର୍ଯ୍ୟଙ୍କ ଚଳନ ପ୍ରଭାବ,ଏହି ରାଶି ବ୍ୟକ୍ତିଙ୍କ ପ୍ରେମ ଜୀବନରେ ବଢିବ ଚିନ୍ତା