ହାଇକୋର୍ଟର ମୁଖ୍ୟ ବିଚାରପତିଙ୍କ ପୁରୀ ଗସ୍ତ
Advertisement
Article Detail0/zeeodisha/odisha2422047

ହାଇକୋର୍ଟର ମୁଖ୍ୟ ବିଚାରପତିଙ୍କ ପୁରୀ ଗସ୍ତ

Chief justice of high court: ପୁରୀ ଗସ୍ତରେ ଆସି ଶ୍ରୀମନ୍ଦିରଠାରେ ପହଞ୍ଚିବା ପରେ ସେବାୟତ, ଜିଲ୍ଲା ଓ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ତାଙ୍କୁ ସ୍ବାଗତ କରାଯାଇଥିଲା।

ହାଇକୋର୍ଟର ମୁଖ୍ୟ ବିଚାରପତିଙ୍କ ପୁରୀ ଗସ୍ତ

ପୁରୀ: ହାଇକୋର୍ଟ ମୁଖ୍ୟ ବିଚାରପତି ଜଷ୍ଟିସ୍‌ ଚକ୍ରଧାରୀ ଶରଣ ସିଂ ଆଜି ପୁରୀ ଗସ୍ତ କରିଛନ୍ତି। ଆଜି ସକାଳୁ ପୁରୀ ଗସ୍ତରେ ଯାଇ ମହାପ୍ରଭୁଙ୍କ ଦର୍ଶନ କରିଛନ୍ତି। ତାଙ୍କ ଗସ୍ତ ସମୟରେ ଜିଲ୍ଲା ପୁଲିସ ପକ୍ଷରୁ କଡ଼ା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଥିଲା। 

ପୁରୀ ଗସ୍ତରେ ଆସି ଶ୍ରୀମନ୍ଦିରଠାରେ ପହଞ୍ଚିବା ପରେ ସେବାୟତ, ଜିଲ୍ଲା ଓ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ତାଙ୍କୁ ସ୍ବାଗତ କରାଯାଇଥିଲା। ପରେ ସିଂହଦ୍ଵାର ଦେଇ ପତିତପାବନଙ୍କୁ ଦର୍ଶନ କରି ରତ୍ନ ସିଂହାସନରେ ଚତୁର୍ଦ୍ଧା ବିଗ୍ରହଙ୍କୁ ଦର୍ଶନ କରିବା ସହ ଆଶିଷ ଲାଭ କରିଥିଲେ ମୁଖ୍ୟ ବିଚାରପତି। ପରେ ମା ବିମଳା, ଲକ୍ଷ୍ମୀ ଓ ଅନ୍ୟାନ୍ୟ ପାର୍ଶ୍ଵ ଦେବଦେବୀଙ୍କ ଦର୍ଶନ ସହ ପୂଜାର୍ଚ୍ଚନା ମଧ୍ୟ କରିଥିଲେ ମୁଖ୍ୟ ବିଚାରପତି। ଦର୍ଶନ ସାରି ଫେରିବା ପରେ ମୁଖ୍ୟ ବିଚାରପତିଙ୍କୁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଖଣ୍ଡୁଆ ପାଟ ପ୍ରଦାନ କରାଯାଇଥିଲା।