Indian Hockey team sponsorship: ଆଜି (୨୧ ଜୁନ୍) ରାଜ୍ୟ ଅତିଥି ଭବନ ଠାରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ସହ ହକି ଇଣ୍ଡିଆର ସଭାପତି ପଦ୍ମଶ୍ରୀ ଦିଲ୍ଲୀପ ତିର୍କୀ ଓ ମହାସଚିବ ଶ୍ରୀ ଭୋଳାନାଥ ସିଂ ସୌଜନ୍ୟମୂଳକ ସାକ୍ଷାତ ଆଲୋଚନା କରିଛନ୍ତି। ଆଲୋଚନା ପ୍ରସଙ୍ଗରେ ସେମାନେ କହିଥିଲେ ଯେ ହକି  ପାଇଁ ଓଡ଼ିଶାକୁ ବିଶ୍ଵ ରେ ଗୋଟିଏ ଅଲଗା ପରିଚୟ ମିଳିଛି। ଭାରତୀୟ ହକି ଦଳର ବିକାଶରେ ଓଡ଼ିଶାର ପ୍ରଶଂସନୀୟ ଅବଦାନ ରହିଛି ବୋଲି ସେମାନେ କହିଥିଲେ। ଭବିଷ୍ୟତରେ ଓଡ଼ିଶା ସରକାରଙ୍କ ସହ ମିଶି ହକିକୁ ପରବର୍ତ୍ତୀ ପର୍ଯ୍ୟାୟକୁ ନେବା ପାଇଁ ମିଳିମିଶି କାମ କରିବା ପାଇଁ ପ୍ରତିଶ୍ରୁତି ଦେଇଥିଲେ।


COMMERCIAL BREAK
SCROLL TO CONTINUE READING

ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଓଡ଼ିଶା ସରକାରଙ୍କ ପକ୍ଷରୁ ୨୦୩୬ ମସିହା ରେ ସ୍ଵତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନ ର ଶହେ ବର୍ଷ ପୂର୍ତ୍ତି ପାଳନ ହେବାକୁ ଯାଉଛି, ସେଥିପାଇଁ ଓଡ଼ିଶା ସରକାରଙ୍କ ହକି ଇଣ୍ଡିଆର ସ୍ପନସରଶିପ ଅବଧି ସମୟକୁ ୨୦୩୩ ରୁ ଆଉ ତିନିବର୍ଷ ପାଇଁ ବୃଦ୍ଧି କରାଯିବ ଏବଂ ହକିର ଉନ୍ନତି ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ସମସ୍ତ ସହଯୋଗ ଯୋଗାଇଦିଆଯିବ ।



ସୂଚନା ଯୋଗ୍ୟ ଯେ, ଓଡ଼ିଶା ସରକାର ୨୦୧୮ ମସିହା ରୁ ଭାରତୀୟ ହକି ଦଳର sponsorship ଦାୟିତ୍ଵ ନେଇଛନ୍ତି। ୨୦୨୩ ରୁ ୧୦ ବର୍ଷ ପାଇଁ sponsor କରିବା ପାଇଁ ପୂର୍ବ ସରକାର ଘୋଷଣା କରିଥିଲେ। ମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜ ମଧ୍ୟ ହକି ପ୍ରତି ଓଡ଼ିଶା ବାସୀଙ୍କ ଭାବାବେଗ କୁ ସମ୍ମାନ ଜଣାଇ ମୁଖ୍ୟମନ୍ତ୍ରୀ ଏହି ନିଷ୍ପତି ନେଇଛନ୍ତି ବୋଲି କହିଥିଲେ। ମୁଖ୍ୟଶାସନ ସଚିବ ଶ୍ରୀ ପି.କେ. ଜେନା, କ୍ରୀଡା ସଚିବ ଶ୍ରୀ ଭିନିଲ କ୍ରିଷ୍ଣା ଏବଂ ଅନ୍ୟ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ।