Odisha News: କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ପତ୍ର ପରେ ସମ୍ବଲପୁର ଜାତୀୟ ରାଜପଥ ପ୍ରକଳ୍ପ ପାଇଁ କେନ୍ଦ୍ରର ଅର୍ଥ ମଞ୍ଜୁର ହୋଇଛି। ୩୭୪ କୋଟି ଟଙ୍କା ବ୍ୟୟରେ ଅଇଁଠାପାଲିରେ ପ୍ରସ୍ତାବିତ ଫ୍ଲାଏଓଭର ସହ ଏନଏଚ୍-୫୩ରେ ଓଭର ବ୍ରିଜ୍ ପ୍ରକଳ୍ପ ଯାତାୟତକୁ ସୁଗମ କରିବ । ଗତ ବର୍ଷ ନଭେମ୍ବର ୨୮ରେ ଏନେଇ ପତ୍ର ଜରିଆରେ କେନ୍ଦ୍ର ସଡ଼କ ପରିବହନ ଓ ରାଜପଥ ମନ୍ତ୍ରୀଙ୍କ ଦୃଷ୍ଟିଗୋଚର କରିଥିଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଅଇଁଠାପାଲି ଠାରେ ୩.୫ କିଲୋମିଟର ଦୀର୍ଘ ୬ ଲେନ୍ ବିଶିଷ୍ଟ ଫ୍ଲାଏ ଓଭର ଓ ଏନଏଚ୍- ୫୩ରେ ୨ ଲେନ୍ ବିଶିଷ୍ଟ ରୋଡ୍ ଓଭର ବ୍ରୀଜ ପାଇଁ ଅର୍ଥ ମଞ୍ଜୁର ହୋଇଛି ।


COMMERCIAL BREAK
SCROLL TO CONTINUE READING

ଦେଶର ସଡ଼କପଥ ସମେତ ସମସ୍ତ ଭିତ୍ତିଭୂମିକୁ ମଜଭୂତ୍ କରିବା ସହ ଟ୍ରାଫିକ ସମସ୍ୟା ଦୂର ହେବା, ଲୋକଙ୍କ ଯିବା ଆସିବା ସୁରକ୍ଷିତ ହେବ। ସ୍ଥାନୀୟ ଅଞ୍ଚଳରେ ଶିଳ୍ପ କ୍ଷେତ୍ରର ବିକାଶ ହେବା ସଙ୍ଗେସଙ୍ଗେ ଓଡ଼ିଶାର ସାମାଜିକ ଓ ଆର୍ଥିକ ବିକାଶରେ ମଧ୍ୟ ଦ୍ରୁତ ଅଭିବୃଦ୍ଧି ହେବ । ମାର୍ଚ୍ଚ ୧୨, କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଚିଠି ଲେଖିବା ପରେ କେନ୍ଦ୍ର ସଡ଼କ ପରିବହନ ଓ ରାଜପଥ ମନ୍ତ୍ରଣାଳୟ ସମ୍ବଲପୁର ଜିଲ୍ଲାରେ ଜାତୀୟ ରାଜପଥ ପ୍ରକଳ୍ପ ପାଇଁ ୩୭୪.୧୭ କୋଟି ଟଙ୍କା ମଞ୍ଜୁର କରିଥିବା ନେଇ ବିଭାଗୀୟ ମନ୍ତ୍ରୀ ନୀତିନ ଗଡକରୀ ସୂଚନା ଦେଇଛନ୍ତି।


ଇପିସି ମୋଡ୍ ବ୍ୟବହାର କରି ସମ୍ବଲପୁରର ଅଇଁଠାପାଲି ଠାରେ ୩.୫ କିଲୋମିଟର ଦୀର୍ଘ ୬ ଲେନ୍ ବିଶିଷ୍ଟ ଫ୍ଲାଏ ଓଭର ଏବଂ ସମ୍ବଲପୁର ଜିଲ୍ଲାର ଜାତୀୟ ରାଜପଥ-୫୩ (ପୂର୍ବରୁ ଜାତୀୟ ରାଜପଥ-୬)ରେ ୨ ଲେନ୍ ବିଶିଷ୍ଟ ରୋଡ୍ ଓଭର ବ୍ରୀଜ (ଏଲ୍ଏଚ୍ଏସ୍) ନିର୍ମାଣ ପାଇଁ ୩୭୪.୧୭ କୋଟି ଟଙ୍କା ମଞ୍ଜୁର କରାଯାଇଥିବା ଗଡକରୀ ସୂଚନା ଦେଇଛନ୍ତି । ପ୍ରସ୍ତାବିତ ୬ ଲେନ୍ ବିଶିଷ୍ଟ ଫ୍ଲାଏ ଓଭର ଅଇଁଠାପାଲି ଛକରେ ଟ୍ରାଫିକ୍ ସମସ୍ୟାକୁ ଦୂର କରିବା ସହ ଏନଏଚ୍-୫୩ରେ ଓଭର ବ୍ରିଜ୍ ନାଗରିକଙ୍କ ଯାତାୟତକୁ ଆହୁରି ଅଧିକ ସୁଗମ କରିବ । 


ଲୋକଙ୍କ ଯିବା ଆସିବା ସୁରକ୍ଷିତ ହେବ । ସ୍ଥାନୀୟ ଅଞ୍ଚଳରେ ଶିଳ୍ପ କ୍ଷେତ୍ରର ବିକାଶ ହେବା ସଙ୍ଗେସଙ୍ଗେ ଓଡ଼ିଶାର ସାମାଜିକ ଓ ଆର୍ଥିକ ବିକାଶରେ ଦ୍ରୁତ ଅଭିବୃଦ୍ଧି ହେବ ବୋଲି କେନ୍ଦ୍ରମନ୍ତ୍ରୀ କହିଛନ୍ତି । ଉଲ୍ଲେଖନୀୟ ଯେ, କେନ୍ଦ୍ରମନ୍ତ୍ରୀ ପ୍ରଧାନ ଗତ ବର୍ଷ ନଭେମ୍ବର ୨୮ ତାରିଖରେ କେନ୍ଦ୍ର ସଡ଼କ ପରିବହନ ଓ ରାଜପଥ ମନ୍ତ୍ରୀଙ୍କୁ ଚିଠି ଲେଖି ଅବଗତ କରାଇଥିଲେ ଯେ ଜାତୀୟ ରାଜପଥ-୫୩ ବରାଇପାଲି ଛକ ଓ ଅଇଁଠାପାଲି ଦେଇ ଝାରସୁଗୁଡା, ଦେବଗଡ ଓ ସମ୍ବଲପୁର ସହରକୁ ଯୋଗାଯୋଗ କରୁଛି । ତେବେ ଫ୍ଲାଏ ଓଭରର ବ୍ୟବସ୍ଥା ନ ଥିବାରୁ ଲୋକମାନେ ଅସୁବିଧାର ସମ୍ମୁଖୀନ ହେଉଛନ୍ତି । ଏହି କାର୍ଯ୍ୟକୁ ତ୍ୱରାନ୍ୱିତ କରିବା ପାଇଁ କେନ୍ଦ୍ରମନ୍ତ୍ରୀ ପ୍ରଧାନ କେନ୍ଦ୍ର ସଡ଼କ ପରିବହନ ଓ ରାଜପଥ ମନ୍ତ୍ରୀଙ୍କ ବ୍ୟକ୍ତିଗତ ହସ୍ତକ୍ଷେପ ଲୋଡିଥିଲେ ବୋଲି କ୍ଷେତ୍ରୀୟ ଗଣମାଧ୍ୟମ ସଂଯୋଜକ ମାନସ ରଞ୍ଜନ ବକ୍ସି ସୁଚନା ଦେଇଛନ୍ତି ।