75th Republic Day: ୭୫ତମ ଗଣତନ୍ତ୍ର ଦିବସ ପାଇଁ ଉତ୍ସବ ମୁଖର ରାଜ୍ୟ
Advertisement

75th Republic Day: ୭୫ତମ ଗଣତନ୍ତ୍ର ଦିବସ ପାଇଁ ଉତ୍ସବ ମୁଖର ରାଜ୍ୟ

 ସୁରକ୍ଷା ଦାୟିତ୍ୱରେ ବିଭିନ୍ନ ରାଙ୍କର ୧୬୦ ଅଫିସର, ୩୦୦ କନେଷ୍ଟବଳ, ୯୦ସେକ୍ସନ ଫୋର୍ସ ଏବଂ ୧୫୦ ହୋମ ଗାର୍ଡ ଅଛନ୍ତି । ସେହିଭଳି QRT, ATS , ବମ୍ ଡିସ୍ପୋଜାଲ ସହ କାନାଇନ ସ୍କ୍ବାର୍ଡ ମଧ୍ୟ ମୁତୟନ ହୋଇଛନ୍ତି । ସେହିଭଳି ରାଜ୍ୟର ନକ୍ସଲ ପ୍ରଭାବିତ ଜିଲ୍ଲାଗୁଡିକରେ ମଧ୍ୟ ସୁରକ୍ଷା ବ୍ୟବସ୍ଥା କରାଯାଇଛି ।

75th Republic Day: ୭୫ତମ ଗଣତନ୍ତ୍ର ଦିବସ ପାଇଁ ଉତ୍ସବ ମୁଖର ରାଜ୍ୟ

75th Republic Day: ଭୁବନେଶ୍ୱର: ତମାମ ଦେଶ ଆଜି ୭୫ତମ ସାଧାରଣତନ୍ତ୍ର ଦିବସ ପାଳନ କରୁଛି। ଭୁବନେଶ୍ୱର ମହାତ୍ମା ଗାନ୍ଧୀ ମାର୍ଗରେ ମଧ୍ୟ ରାଜ୍ୟସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳନ ହୋଇଯାଇଛି। ରାଜ୍ୟପାଳ ରଘୁବର ଦାସ ଏହି ସମାରୋହରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ପରେଡରେ ଅଭିବାଦନ ଗ୍ରହଣ କରିଥିବା ବେଳେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମ୍ମାନୀତ ଅତିଥି ଭାବେ ସାମିଲ ହୋଇଥିଲେ। 

ତେବେ ରାଜ୍ୟସ୍ତରୀୟ ପରେଡରେ ନେତୃତ୍ୱ ନେଇଥିଲେ IPS ଅଫିସର ଏବି ଶିଳ୍ପା। ପରେଡରେ ୬୪ କଣ୍ଟିଜେଣ୍ଟର ଭାଗ ନେଇଥିଲେ। ITBP, CRPF, BSF, FIRE, ODRAF, ଓଡ଼ିଶା ହୋମଗାର୍ଡ, RPF, Sainik School ପୁଲିସ ବ୍ୟାଣ୍ଡ ସମେତ ଅନ୍ୟାନ୍ୟ ସ୍କୁଲର ଛାତ୍ରଛାତ୍ରୀ ପରେଡରେ ସାମିଲ ହୋଇଥିଲେ। ଏହାସହ ୪ଟି ସାଂସ୍କୃତିକ ଦଳ, ସ୍କେଟିଂ, ଡେୟାର ଡେଭିଲ୍ସ ବି ପରେଡ଼ରେ ସାମିଲ ହୋଇଥିଲେ।

ତେବେ ଏହି ରାଜ୍ୟସ୍ତରୀୟ ପରେଡରେ ମତ୍ସ୍ୟ ଓ ପ୍ରାଣୀସମ୍ପଦ ବିକାଶ ବିଭାଗ, ପୂର୍ତ୍ତ ବିଭାଗ, ପଞ୍ଚାୟତିରାଜ ଓ ପାନୀୟ ଜଳର ଯୋଗାଣ ବିଭାଗ, ଓଡ଼ିଶା ଖଣି ନିଗମ, କୃଷି ଓ କୃଷକ ସଶକ୍ତିକରଣ ବିଭାଗ, ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ, ବାଣିଜ୍ୟ ଓ ପରିବହନ ବିଭାଗ, ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗ, ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ବିଭାଗ, ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗ, ପର୍ଯ୍ୟଟନ ବିଭାଗ, ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଓ ଅନୁସୂଚିତ ଜନଜାତି ଓ ଜାତି ଉନ୍ନୟନ, ସଂଖ୍ୟାଲଘୁ ସମ୍ପ୍ରଦାୟ ଓ ପଛୁଆବର୍ଗ କଲ୍ୟାଣ ବିଭାଗ ପକ୍ଷରୁ ବିଭିନ୍ନ ପ୍ରସଂଗରେ ପ୍ରଜ୍ଞାପନ ମେଢମାନ ପ୍ରଦର୍ଶିତ ହୋଇଥିଲା। 

ଏହା ସହିତ ସ୍କୁଲ ଛାତ୍ରଛାତ୍ରୀ, ସ୍କେଟିଂ ପ୍ରତିଯୋଗୀ, ବିଭିନ୍ନ ଲୋକନୃତ୍ୟ ଓ କଳା ମଧ୍ୟ ପ୍ରଦର୍ଶିତ ହୋଇଛି। ଏହି କାର୍ଯ୍ୟକ୍ରମରେ କେତେକ ସରକାରୀ ଅଧିକାରୀ ମଧ୍ୟ ଉପସ୍ଥିତ ଅଛନ୍ତି। ସାଧାରଣତନ୍ତ୍ର ଦିବସ ପାଇଁ ତ୍ରିସ୍ତରୀୟ ସୁରକ୍ଷା ବଳୟରେ ରହିଛି ସମ୍ପୂର୍ଣ୍ଣ ଗାନ୍ଧି ମାର୍ଗ । ସୁରକ୍ଷା ଦାୟିତ୍ୱରେ ବିଭିନ୍ନ ରାଙ୍କର ୧୬୦ ଅଫିସର, ୩୦୦ କନେଷ୍ଟବଳ, ୯୦ସେକ୍ସନ ଫୋର୍ସ ଏବଂ ୧୫୦ ହୋମ ଗାର୍ଡ ଅଛନ୍ତି । ସେହିଭଳି QRT, ATS , ବମ୍ ଡିସ୍ପୋଜାଲ ସହ କାନାଇନ ସ୍କ୍ବାର୍ଡ ମଧ୍ୟ ମୁତୟନ ହୋଇଛନ୍ତି । ସେହିଭଳି ରାଜ୍ୟର ନକ୍ସଲ ପ୍ରଭାବିତ ଜିଲ୍ଲାଗୁଡିକରେ ମଧ୍ୟ ସୁରକ୍ଷା ବ୍ୟବସ୍ଥା କରାଯାଇଛି ।