Odisha News: ଦିଲ୍ଲୀ ଗଲେ ସୁ‌ରେଶ ପୂଜାରୀ, ମୁଖ୍ୟମନ୍ତ୍ରୀ ଦୌଡ଼ରେ ଥିବା ନେଇ ଚର୍ଚ୍ଚା
Advertisement
Article Detail0/zeeodisha/odisha2285283

Odisha News: ଦିଲ୍ଲୀ ଗଲେ ସୁ‌ରେଶ ପୂଜାରୀ, ମୁଖ୍ୟମନ୍ତ୍ରୀ ଦୌଡ଼ରେ ଥିବା ନେଇ ଚର୍ଚ୍ଚା

Odisha News: ରାଜ୍ୟରେ ନୂଆ ମୁଖ୍ୟମନ୍ତ୍ରୀ କିଏ ହେବ, ସେ ନେଇ ରାଜ୍ୟବାସୀ ଉତ୍କଣ୍ଠାର ସହ ଅନାଇ ବସିଛନ୍ତି। ଏହାରି ମଧ୍ୟରେ ବିଜେପିର ଅନେକ ହେବିୱେଟ୍ ନେତାଙ୍କ କଥା ସାମ୍ନାକୁ ଆସୁଛି। ଏ ନେଇ ସସପେନ୍ସ ଜାରି ରହିଥିବା ବେଳେ  ସୁରେଶ ପୂଜାରୀଙ୍କୁ ଦିଲ୍ଲୀ ଡାକରା ହୋଇଛି। ଗତକାଲି ସଂଧ୍ୟାରେ ବ୍ରଜରାଜନଗର ନବ ନିର୍ବାଚିତ ବିଧାୟକ ସୁରେଶ ପୂଜାରୀ ଦିଲ୍ଲୀ ଯାଇଥିବା ସୂଚନା ମିଳିଛି। 

Odisha News: ଦିଲ୍ଲୀ ଗଲେ ସୁ‌ରେଶ ପୂଜାରୀ, ମୁଖ୍ୟମନ୍ତ୍ରୀ ଦୌଡ଼ରେ ଥିବା ନେଇ ଚର୍ଚ୍ଚା

Odisha News: ରାଜ୍ୟରେ ନୂଆ ମୁଖ୍ୟମନ୍ତ୍ରୀ କିଏ ହେବ, ସେ ନେଇ ରାଜ୍ୟବାସୀ ଉତ୍କଣ୍ଠାର ସହ ଅନାଇ ବସିଛନ୍ତି। ଏହାରି ମଧ୍ୟରେ ବିଜେପିର ଅନେକ ହେବିୱେଟ୍ ନେତାଙ୍କ କଥା ସାମ୍ନାକୁ ଆସୁଛି। ଏ ନେଇ ସସପେନ୍ସ ଜାରି ରହିଥିବା ବେଳେ  ସୁରେଶ ପୂଜାରୀଙ୍କୁ ଦିଲ୍ଲୀ ଡାକରା ହୋଇଛି। ଗତକାଲି ସଂଧ୍ୟାରେ ବ୍ରଜରାଜନଗର ନବ ନିର୍ବାଚିତ ବିଧାୟକ ସୁରେଶ ପୂଜାରୀ ଦିଲ୍ଲୀ ଯାଇଥିବା ସୂଚନା ମିଳିଛି। ଦିଲ୍ଲୀରେ ସେ କେନ୍ଦ୍ରୀୟ ନେତୃତ୍ୱଙ୍କ ସହ ଆଲୋଚନା କରିପାରନ୍ତି ଆଜି।  ଆସନ୍ତାକାଲି ଓଡ଼ିଶାରେ ନୂଆ ମୁଖ୍ୟମନ୍ତ୍ରୀ ଶପଥ ନେବା ବେଳେ ସକାଳେ ବିଧାୟକ ଦଳ ବୈଠକ ବସିବ। ହେଲେ କିଏ ମୁଖ୍ୟମନ୍ତ୍ରୀ ହେବେ ତାହା ସ୍ପଷ୍ଟ ହୋଇନାହିଁ। ତେବେ ମୁଖ୍ୟମନ୍ତ୍ରୀ ରେସରେ ସୁରେଶ ପୂଜାରୀଙ୍କ ନାଁ ରହିଛି। ଏହାରି ଭିତରେ ସୁରେଶ ପୂଜାରୀଙ୍କ ଦିଲ୍ଲୀ ଗସ୍ତକୁ ନେଇ ଚର୍ଚ୍ଚା ଜୋର ଧରିଛି। 

ଅଭିଜ୍ଞତା ସଂପନ୍ନ ବିଧାୟକ ଭାବେ ହେଭିୱେଟ୍ ସୁରେଶ ପୂଜାରୀ, ରବି ନାଏକ, ସୂରମା ପାଢ଼ୀ, କନକ ବର୍ଦ୍ଧନ ସିଂହଦେଓ, ଜୟ ନାରାୟଣ ମିଶ୍ର, ମୋହନ ମାଝୀ ଥିବା ବେଳେ ନୂଆ ମୁହଁ ଭାବେ ଚର୍ଚ୍ଚାରେ ଥିବା ନାଁ ଗୁଡ଼ିକ ମଧ୍ୟରେ  ଲକ୍ଷ୍ମଣ ବାଗ, ସମ୍ପଦ ସ୍ୱାଇଁ, ସନାତନ ବିଜୁଳି, ପୃଥ୍ୱୀରାଜ ହରିଚନ୍ଦନ, ସୂର୍ଯ୍ୟବଂଶୀ ସୂରଜ, ଅମର ନାୟକ, ବିଭୂତି ଜେନା, ସିଦ୍ଧାନ୍ତ ମହାପାତ୍ର, ଡାକ୍ତର ମୁକେଶ ମହାଲିଙ୍ଗ, ଅଶ୍ୱିନୀ ଷଡ଼ଙ୍ଗୀ, ଆଶ୍ରିତ ପଟ୍ଟନାୟକ, ବାବୁ ସିଂହ, କୃଷ୍ଣ ଚନ୍ଦ୍ର ମହାପାତ୍ର, ଭବାନୀ ଶଙ୍କର ଭୋଇ, ନିତ୍ୟାନନ୍ଦ ଗଣ୍ଡ, ଡାକ୍ତର ଫକୀର ମୋହନ ନାୟକ ଓ ପ୍ରଭାତୀ ପରିଡ଼ା ରହିଛନ୍ତି।

ଅନ୍ୟପଟେ ଆସନ୍ତାକାଲି ଶପଥଗ୍ରହଣ ଉତ୍ସବ ପାଇଁ ଜନତା ମୈଦାନରେ ଜୋରଦାର ପ୍ରସ୍ତୁତି ଚାଲିଥିବା ବେଳେ ଏ ଯାଏଁ ସ୍ପଷ୍ଟ ହୋଇନି ମୁଖ୍ୟମନ୍ତ୍ରୀଙ୍କ ନାଁ। ରାଜ୍ୟ ସଭାପତି ମନମୋହନ ସାମଲ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡାଙ୍କ ନାଁକୁ ନେଇ ଚର୍ଚ୍ଚା ଲାଗି ରହିଥିବା ବେଳେ ଅପେକ୍ଷା ବିଧାୟକ ଦଳ ବୈଠକକୁ। କେନ୍ଦ୍ର ପର୍ଯ୍ୟବେକ୍ଷକ ନିଯୁକ୍ତି କରିବା ପରେ ୧୦ ତାରିଖ ସକାଳେ ବସିବ ବିଧାୟକ ଦଳ ବୈଠକ। ସଂସଦୀୟ ବୋର୍ଡ ବୈଠକର ସୁପାରିଶ ସହ ବିଧାୟକ ଦଳ ବୈଠକରେ ସର୍ବସମ୍ମତି କ୍ରମେ ସ୍ଥିର ହେବ ମୁଖ୍ୟମନ୍ତ୍ରୀଙ୍କ ନାଁ।

ଅନ୍ୟପଟେ ବିଜେପିର ନବନିର୍ବାଚିତ ବିଧାୟକଙ୍କ ମଧ୍ୟରୁ କିଛି ହାତ ଗଣତି ହେଭିୱେଟଙ୍କୁ ଛାଡ଼ିଦେଲେ ୬୭ ପ୍ରତିଶତ ହେଉଛନ୍ତି ନୂଆ ମୁହଁ। ଆଉ ପ୍ରଥମ ଥର ପାଇଁ ବିଧାନସଭାକୁ ଆସୁଛନ୍ତି। ତେଣୁ ମନ୍ତ୍ରିମଣ୍ଡଳରେ ସାମିଲ କରିବାକୁ ଚୟନର ଆଧାର କ’ଣ ରହିବ, ତାକୁ ନେଇ ଏବେ ଚର୍ଚ୍ଚା ଚାଲିଛି। ମନ୍ତ୍ରୀ ହେବାର ଆଧାର ରହିଛି- ନିର୍ମଳ ଭାବମୂର୍ତ୍ତି, ଅପରାଧିକ ପୃଷ୍ଠଭୂମି ନଥିବ, ପ୍ରଶାସନିକ ଦକ୍ଷତା ଓ ଲୋକସଂପର୍କ। ତେବେ କେଉଁ ମାନଙ୍କ ନାଁକୁ ନେଇ ଚର୍ଚ୍ଚା ଚାଲିଛି!