Covd-19: ହଂକଂ ଏବଂ ସିଙ୍ଗାପୁର ପରି ଏସୀୟ ଦେଶରେ ନୂତନ କରୋନା ରୋଗୀ ଚିହ୍ନଟ ହେବା ପରେ ଏହାକୁ ନେଇ ସାଧାରଣରେ ଚିନ୍ତା ପ୍ରକାଶ ପାଇଛି । ଏହି ପରିପ୍ରେକ୍ଷୀରେ ମତ ରଖି ରାଜ୍ୟ ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ନୀଳକଣ୍ଠ ମିଶ୍ର କହିଛନ୍ତି, ଯେ କରୋନାର ଏହା ନୂଆ ଭାରିଆଣ୍ଟ ନୁହେଁ। ରୋଗ ପ୍ରତିରୋଧ କ୍ଷମତା କମିଗଲେ କରୋନା ସଂକ୍ରମଣ ହେଉଛି।
Trending Photos
)
Covd-19: ହଂକଂ ଏବଂ ସିଙ୍ଗାପୁର ପରି ଏସୀୟ ଦେଶରେ ନୂତନ କରୋନା ରୋଗୀ ଚିହ୍ନଟ ହେବା ପରେ ଏହାକୁ ନେଇ ସାଧାରଣରେ ଚିନ୍ତା ପ୍ରକାଶ ପାଇଛି । ଏହି ପରିପ୍ରେକ୍ଷୀରେ ମତ ରଖି ରାଜ୍ୟ ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ନୀଳକଣ୍ଠ ମିଶ୍ର କହିଛନ୍ତି, ଯେ କରୋନାର ଏହା ନୂଆ ଭାରିଆଣ୍ଟ ନୁହେଁ। ରୋଗ ପ୍ରତିରୋଧ କ୍ଷମତା କମିଗଲେ କରୋନା ସଂକ୍ରମଣ ହେଉଛି। ଏଥିଲାଗି ସବୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଟେଷ୍ଟିଂ ଚାଲିଛି। ତେଣୁ ଭୟଭୀତ ହେବାର କୌଣସି କାରଣ ନାହିଁ ବୋଲି ଶ୍ରୀ ମିଶ୍ର କହିଛନ୍ତି ।
ବିଶ୍ବ ସ୍ବାସ୍ଥ୍ୟ ସଂଗଠନ ସହ ରାଜ୍ୟ ସରକାର ଯୋଗାଯୋଗରେ ଅଛନ୍ତି। କେନ୍ଦ୍ର ସରକାରଙ୍କ ସହ ମଧ୍ୟ କୋଭିଡ ନେଇ ରାଜ୍ୟ ସରକାର ଯୋଗାଯୋଗ କରୁଛନ୍ତି। କୌଣସି ଗାଇଡଲାଇନ୍ ଆସିଲେ, ତାକୁ କାର୍ଯ୍ୟକାରୀ କରାଯିବ ବୋଲି ଡ. ମିଶ୍ର ସୂଚନା ଦେଇଛନ୍ତି ।