Odisha Weather: ଅକ୍ଟୋବର ମାସ ଆରମ୍ଭରେ ଲଘୁଚାପ ହେବା ନେଇ ସୂଚନା ଦେଇଛି ପାଣିପାଗ ବିଭାଗ। ସେପ୍ଟେମ୍ବର ୨୯ ତାରିଖରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାକୁ ଥିବା ବେଳେ ଅକ୍ଟୋବର ପହିଲାରୁ ଲଘୁଚାପ। ୨୯ ତାରିଖ ବେଳକୁ ଉତ୍ତର ଆଣ୍ଡାମାନସାଗର ଏବଂ ପାର୍ଶ୍ଵବର୍ତ୍ତୀ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବା ନେଇ ସୂଚନା ପ୍ରଦାନ କରିଛି ପାଣିପାଗ ବିଭାଗ। ଏହି ଘୂର୍ଣ୍ଣିବଳୟ ପ୍ରଭାବରେ ଏହାର ପରବର୍ତ୍ତୀ ୪୮ ଘଣ୍ଟା ମଧ୍ୟରେ ଉତ୍ତର ଆଣ୍ଡାମାନ ସାଗର ପାର୍ଶ୍ଵବର୍ତ୍ତୀ ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ସାରା ରାଜ୍ୟରେ ବର୍ଷା ଦେଖିବାକୁ ମିଳିବ ବୋଲି ସୂଚନା ଦେଇଛନ୍ତି ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାସ ।


COMMERCIAL BREAK
SCROLL TO CONTINUE READING

 ସେପଟେ ରାଜ୍ୟରେ ଗତ କିଛି ଦିନ ହେବ ବର୍ଷା (Rain) ଜାରି ରହିଛି । କିନ୍ତୁ ଦୁଇରୁ ତିନି ଦିନ ହେବ ପାଗ ଶୁଖିଲା ରହିଛି । ତେବେ,ଏହାରି ଭିତରେ ଆଞ୍ଚଳିକ ପାଣିପାଗ ବିଭାଗ ଏକ ଆଶ୍ବସ୍ତି କଲା  (Bhubaneswar Meteorological Centre)ପରି ଖବର ଦେଇଛି।  ଆଜି ରାଜ୍ୟର କେତେକ ଜିଲ୍ଲାରେ ପ୍ରବଳ ବର୍ଷା (heavy rain) ସହ ଘଡଘଡି ହେବାର ସମ୍ଭାବନା ରହିଛି । ଆଜି ରାଜ୍ୟର କୋରାପୁଟ, ନବରଙ୍ଗପୁରର,କେନ୍ଦୁଝର,ସୁନ୍ଦରଗଡ଼ ଓ ଝାରସୁଗୁ଼ଡ଼ା ଜିଲ୍ଲାରେ ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି ।  ଏହାସହ ଆଉ କେତେକ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ (yellow alert ) ଜାରି କରିଛି ଆଞ୍ଚଳକି ପାଣିପାଗ ବିଭାଗ । ସେହି ଜିଲ୍ଲା ଗୁଡିକ  ହେଲା, ମାଲକାନଗିରି, କୋରାପୁଟ, ନବରଙ୍ଗପୁର,କେନ୍ଦୁଝର, ମୟୁରଭଞ୍ଜ, ଅନୁଗୁଳ, ଢେଙ୍କାନାଳ, ବାଲେଶ୍ୱର, ଯାଜପୁର,ନୂଆପଡ଼ା,କେନ୍ଦ୍ରାପଡ଼ା,  ଜଗତସିଂହପୁର, କଟକ,ବରଗଡ଼ ,ପୁରୀ,ଖୋର୍ଦ୍ଧା, ଦେବଗଡ଼, ଝାରସୁଗୁଡା, ସୁନ୍ଦରଗଡ଼ ଓ ମୟୁରଭଞ୍ଜ। 


Also Read: 


Also Read: Scrub Typhus: ରାଜ୍ୟରେ ସ୍କ୍ରବ୍ ଟାଇଫସ ଆତଙ୍କ, ଜାଣନ୍ତୁ ଏହି ରୋଗର କାରଣ ଓ ଲକ୍ଷଣ


Zee Odisha News ଏବେ ହ୍ବାଟସ୍‌ ଆପ୍‌ ଚ୍ୟାନେଲ୍‌ ରେ...ଫଲୋ କରିବା ପାଇଁ ତୁରନ୍ତ ଏହି ଲିଙ୍କ୍‌ରେ କ୍ଲିକ୍‌ କରନ୍ତୁ...