OJEE 2024: ଓଜେଇଇ ପରୀକ୍ଷା ପାଇଁ ଘୋଷଣା ହେଲା ତାରିଖ
Advertisement
Article Detail0/zeeodisha/odisha2219177

OJEE 2024: ଓଜେଇଇ ପରୀକ୍ଷା ପାଇଁ ଘୋଷଣା ହେଲା ତାରିଖ

OJEE 2024: ରାଜ୍ୟରେ ଥିବା ସରକାରୀ ଓ ଘରୋଇ ବିଶ୍ବବିଦ୍ୟାଳୟ ଓ କଲେଜର ବି.ଫାର୍ମା, ଏମ୍‌ସିଏ, ଏମ୍‌.ଏସ୍‌ସି(କମ୍ପ୍ୟୁଟର ସାଇନ୍ସ), ଏମ୍‌ବିଏ, ଇଣ୍ଟିଗ୍ରେଟେଡ୍‌ ଏମ୍‌ବିଏ, ବି.କାର୍ଟ, ଏମ୍‌.ଟେକ୍‌, ଏମ୍‌.ଟେକ୍‌(ପାର୍ଟ-ଟାଇମ୍‌), ଏମ୍‌.ଆର୍କ, ଏମ୍‌.ପ୍ଲାନ୍‌, ଏମ୍‌.ଫାର୍ମା ଓ ଲାଟେରାଲ ଏଣ୍ଟ୍ରି ବି.ଟେକ୍‌ ଓ ଲାଟେରାଲ୍‌ ଏଣ୍ଟ୍ରି ବି.ଫାର୍ମା ପାଠ୍ୟକ୍ରମରେ ନାମଲେଖା ଲାଗି ଏହି ପ୍ରବେଶିକା ପରୀକ୍ଷା କରାଯିବ। 

OJEE 2024: ଓଜେଇଇ ପରୀକ୍ଷା ପାଇଁ ଘୋଷଣା ହେଲା ତାରିଖ

OJEE 2024: ଓଜେଇଇ ପରୀକ୍ଷା ପାଇଁ ଘୋଷଣା ହେଲା ତାରିଖ । ଚଳିତ ମେ’ ୬ରୁ ଏହା ଆରମ୍ଭ ହୋଇ ୧୦ ତାରିଖ ପର୍ଯ୍ୟନ୍ତ ଚାଲିବ । ରାଜ୍ୟ ଭିତରେ ପ୍ରାୟ ୩୦ଟି ଓ ରାଜ୍ୟ ବାହାରେ ୩ଟି କେନ୍ଦ୍ରରେ ଓଜେଇଇ ପରୀକ୍ଷା ହେବ । ୩ଟି ସିଫ୍ଟରେ ଏହି ପରୀକ୍ଷା ହେବ ।

ଖବର ଅନୁଯାୟୀ, ସାଢ଼େ ୮ଟାରୁ ସାଢ଼େ ୧୦ଟା, ସାଢ଼େ ୧୨ଟାରୁ ସାଢ଼େ ୨ଟା, ସାଢ଼େ ୪ଟାରୁ ସାଢ଼େ ୬ଟା ଯାଏଁ ଏହି ପରୀକ୍ଷା ଚାଲିବ। ରାଜ୍ୟରେ ଥିବା ସରକାରୀ ଓ ଘରୋଇ ବିଶ୍ବବିଦ୍ୟାଳୟ ଓ କଲେଜର ବି.ଫାର୍ମା, ଏମ୍‌ସିଏ, ଏମ୍‌.ଏସ୍‌ସି(କମ୍ପ୍ୟୁଟର ସାଇନ୍ସ), ଏମ୍‌ବିଏ, ଇଣ୍ଟିଗ୍ରେଟେଡ୍‌ ଏମ୍‌ବିଏ, ବି.କାର୍ଟ, ଏମ୍‌.ଟେକ୍‌, ଏମ୍‌.ଟେକ୍‌(ପାର୍ଟ-ଟାଇମ୍‌), ଏମ୍‌.ଆର୍କ, ଏମ୍‌.ପ୍ଲାନ୍‌, ଏମ୍‌.ଫାର୍ମା ଓ ଲାଟେରାଲ ଏଣ୍ଟ୍ରି ବି.ଟେକ୍‌ ଓ ଲାଟେରାଲ୍‌ ଏଣ୍ଟ୍ରି ବି.ଫାର୍ମା ପାଠ୍ୟକ୍ରମରେ ନାମଲେଖା ଲାଗି ଏହି ପ୍ରବେଶିକା ପରୀକ୍ଷା କରାଯିବ। ମେ’ ୬, ୭, ୮, ୯ ଓ ୧୦ ତାରିଖରେ କମ୍ପ୍ୟୁଟର ବେସ୍‌ଡ ଟେଷ୍ଟ (ସିବିଟି) ମାଧ୍ୟମରେ ହେବ ପରୀକ୍ଷା।

Also Read- Bulletproof Jacket: ଏଣିକି ଯବାନ ପିନ୍ଧିବେ ହାଲୁକା ବୁଲେଟ ପ୍ରୁଫ୍ ଜ୍ୟାକେଟ୍, ଜାଣନ୍ତୁ ଏଥିରେ କ’ଣ ରହିଛି ଖାସ୍

Also Read- Sugar Price Hike: ଦେଶରେ ଚିନ୍ତା ବଢାଇଛି ଚିନି ଦର, କେଜି ପ୍ରତି ବଢିଲା ଏତିକି ଟଙ୍କା