ନବୀନଙ୍କୁ ଭେଟିଲେ ଅଲିମ୍ପିକ୍ସ ବ୍ରୋଞ୍ଜ ପଦକ ବିଜେତା ଅମିତ ରୋହିଦାସ
Advertisement
Article Detail0/zeeodisha/odisha2387483

ନବୀନଙ୍କୁ ଭେଟିଲେ ଅଲିମ୍ପିକ୍ସ ବ୍ରୋଞ୍ଜ ପଦକ ବିଜେତା ଅମିତ ରୋହିଦାସ

bronze medalist Amiti: ୨୦୧୭ରୁ ବିଭିନ୍ନ ଜାତୀୟ ଓ ଆନ୍ତର୍ଜାତିକ ହକି ପ୍ରତିଯୋଗିତାରେ ଭାରତୀୟ ଦଳର ବିଜୟରେ ସେ ପ୍ରମୁଖ ଭୂମିକା ଗ୍ରହଣ କରି ଆସୁଛନ୍ତି।

ନବୀନଙ୍କୁ ଭେଟିଲେ ଅଲିମ୍ପିକ୍ସ ବ୍ରୋଞ୍ଜ ପଦକ ବିଜେତା ଅମିତ ରୋହିଦାସ

ଭୁବନେଶ୍ଵର: ଭାରତୀୟ ହକି ଦଳ ଲଗାତାର ଦ୍ୱିତୀୟ ଥର ଅଲିମ୍ପିକ୍ସରେ ବ୍ରୋଞ୍ଜ ପଦକ ବିଜୟୀ ଦଳର ସଦସ୍ୟ ଥିବା ଓଡ଼ିଶାର ଅମିତ ରୋହିଦାସ ଶୁକ୍ରବାର ଓଡ଼ିଶା ଫେରିଛନ୍ତି। ଅମିତଙ୍କୁ ବିମାନ ବନ୍ଦରରେ ବିପୁଳ ସ୍ୱାଗତ କରାଯାଇଥିଲା। ଏହି ଅବସରରେ ସେ ସନ୍ଧ୍ୟାରେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କୁ ଭେଟିଛନ୍ତି। ତେବେ ମଧ୍ୟାହ୍ନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟିଥିଲେ। 

ଅମିତ ୨୦୧୭ରୁ ବିଭିନ୍ନ ଜାତୀୟ ଓ ଆନ୍ତର୍ଜାତିକ ହକି ପ୍ରତିଯୋଗିତାରେ ଭାରତୀୟ ଦଳର ବିଜୟରେ ସେ ପ୍ରମୁଖ ଭୂମିକା ଗ୍ରହଣ କରି ଆସୁଛନ୍ତି। ସୁନ୍ଦରଗଡର ସଉନାମରା ଗାଁରେ ଅମିତ ଜନ୍ମ ଗ୍ରହଣ କରିଥିଲେ। ଗାଁ ମାଟିରୁ ପାନ୍‌ପୋଷ ହଷ୍ଟେଲ ଓ ପାନ୍‌ପୋଷ ହଷ୍ଟେଲରୁ ଭାରତୀୟ ହକି ଦଳ ପର୍ଯ୍ୟନ୍ତ ତାଙ୍କର ଯାତ୍ରା ଅତ୍ୟନ୍ତ ଗୌରବମୟ ଥିଲା।