ଭୁବନେଶ୍ଵର: ଓଏସଆରଟିସିର ମୁଖ୍ୟ ଆକାଉଣ୍ଟସ୍ ଅଫିସର ବିଜୟ କୁମାର ମଙ୍ଗରାଜଙ୍କୁ ଭିଜିଲାନ୍ସ ଗିରଫ କରିଛି। ଗତକାଲି ଭିଜିଲାନ୍ସ ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ମାମଲାରେ ଭିଜିଲାନ୍ସ ଚଢ଼ାଉ କରିଥିଲା। ତାଙ୍କର ୧କୋଟି ୪୯ ଲକ୍ଷ ଟଙ୍କାର ବ୍ୟାଙ୍କ ଜମା ସହ ବିପୁଳ ପରିମାଣର ଆୟବହିର୍ଭୂତ ସଂପତ୍ତି ଠାବ କରିଛି ଭିଜିଲାନ୍ସ। 


COMMERCIAL BREAK
SCROLL TO CONTINUE READING

ସୂଚନା ଅନୁଯାୟୀ, ବିଜୟଙ୍କ ଭୁବନେଶ୍ୱରରେ ଥିବା କାର୍ଯ୍ୟାଳୟ, ନନ୍ଦନ ବିହାର ଓ ପଳାଶୁଣୀରେ ଥିବା ଘରେ ଭିଜିଲାନ୍ସ ଟିମ୍ ଚଢ଼ଉ କରିଥିଲା। ତାଙ୍କର ପଳାଶୁଣୀ ଘରଟି ଭଡ଼ାରେ ଲାଗିଥିବା ପ୍ରାଥମିକ ସୂଚନା ରହିଛି। କେରଳର ଏର୍ଣ୍ଣାକୁଲମରେ ତାଙ୍କର ଫ୍ଲାଟ୍ ଥିବା ଜଣାଯାଇଛି। 


ସୂଚନାଯୋଗ୍ୟ, ଗତକାଲି ଓଏସଆରଟିସିର ମୁଖ୍ୟ ଆକାଉଣ୍ଟସ୍ ଅଫିସର୍ ବିଜୟ କୁମାର ମଙ୍ଗରାଜଙ୍କ ଘର ଓ କାର୍ଯ୍ୟାଳୟ ସମେତ ୬ଟି ସ୍ଥାନରେ ଭିଜିଲାନ୍ସ ଚଢ଼ଉ କରିଥିଲା। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବିଜୟ କୁମାର ମଙ୍ଗରାଜଙ୍କ ଘରେ ଆଜି ଭିଜିଲାନ୍ସ ଚଢ଼ଉ କରିଥିଲା। ଭୁବନେଶ୍ୱରର ୬ଟି ଓ ବାରିପଦାର ଗୋଟିଏ ସ୍ଥାନରେ ଚଢ଼ଉ କରାଯାଇଥିଲା।