Puri News: ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ପାର୍ଶ୍ୱ ପରିବର୍ତ୍ତନ ଏକାଦଶୀ ନୀତି
Advertisement
Article Detail0/zeeodisha/odisha2429370

Puri News: ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ପାର୍ଶ୍ୱ ପରିବର୍ତ୍ତନ ଏକାଦଶୀ ନୀତି

Puri News: ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ପାର୍ଶ୍ୱ ପରିବର୍ତ୍ତନ ଏକାଦଶୀ ନୀତି ଅନୁଷ୍ଠିତ ହେବ । ଏଥିପାଇଁ ଆଜି ସକାଳୁ ମହାପ୍ରଭୁଙ୍କ ସ୍ୱତନ୍ତ୍ର ନୀତି ଆରମ୍ଭ ହୋଇଛି । ସକାଳ ଧୂପ ଓ ଭୋଗମଣ୍ଡପ ପରେ ଶ୍ରୀବିଗ୍ରହଙ୍କୁ ମହାସ୍ନାନ କରାଯାଇ ନୂଆଲୁଗା ଓ ଚନ୍ଦନ ଲାଗି କରାଯିବ । 

Puri News: ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ପାର୍ଶ୍ୱ ପରିବର୍ତ୍ତନ ଏକାଦଶୀ ନୀତି
Puri News: ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ପାର୍ଶ୍ୱ ପରିବର୍ତ୍ତନ ଏକାଦଶୀ ନୀତି ଅନୁଷ୍ଠିତ ହେବ । ଏଥିପାଇଁ ଆଜି ସକାଳୁ ମହାପ୍ରଭୁଙ୍କ ସ୍ୱତନ୍ତ୍ର ନୀତି ଆରମ୍ଭ ହୋଇଛି । ସକାଳ ଧୂପ ଓ ଭୋଗମଣ୍ଡପ ପରେ ଶ୍ରୀବିଗ୍ରହଙ୍କୁ ମହାସ୍ନାନ କରାଯାଇ ନୂଆଲୁଗା ଓ ଚନ୍ଦନ ଲାଗି କରାଯିବ । ସନ୍ଧ୍ୟା ଆଳତୀ ପରେ ଏକାଦଶୀ ବେଢାକୁ ମଦନମୋହନ ବିଜେ କରିବା ପରେ ବେଢା ପରିକ୍ରମା କରି ଅନ୍ୟାନ୍ୟ ନୀତି କାନ୍ତି ବଢିବ।। ଆସନ୍ତାକାଲି ଶ୍ରୀମନ୍ଦିରରେ ବାମନ ଜନ୍ମ ନୀତି ସହ ଶ୍ରୀନହରରେ ଗଜପତି ମହାରାଜଙ୍କ ସୁନିଆ ଉତ୍ସବ ପାଳନ କରାଯିବ।
 
 
ସେପଟେ ଭାଦ୍ରବ ମାସ କୃଷ୍ଣପକ୍ଷ ଅଷ୍ଟମୀ ଠାରୁ ଶ୍ରୀମନ୍ଦିରରେ ଆରମ୍ଭ ହୋଇଥିବା ଶ୍ରୀକୃଷ୍ଣ ଲୀଳାର ଗତକାଲି ଥିଲା ଅନ୍ତିମ ଦିବସ । ଭାଦ୍ରବ ମାସ ଶୁକ୍ଳପକ୍ଷ ଦଶମୀ ତିଥି କୃଷ୍ଣଲୀଳାର ଶେଷ ଦିବସରେ କଂସ ମହାରାଜଙ୍କୁ ବଦ୍ଧ କରିଛନ୍ତି ଶ୍ରୀକୃଷ୍ଣ ବଧ କରିଛନ୍ତି । ବଡଦାଣ୍ଡରେ ମହାପ୍ରଭୁଙ୍କ ଏହି ନିତି ଅନୁଷ୍ଠିତ ହୋଇଛି । ଅପରାହ୍ନରେ ମହାପ୍ରଭୁଙ୍କ ଆଜ୍ଞାମାଳ ପାଇ ଶ୍ରୀରାମକୃଷ୍ଣ ପାଲିଙ୍କିରେ ବିଜେ ହୋଇ ଶ୍ରୀମନ୍ଦିରରୁ ବାହାରିଥିଲେ। 
 
ଲବଣିଖିଆ ମଣ୍ଡପରେ ମହାଭୋଇ ପରିବାରର ବୋହୁମାନଙ୍କ ହାତରୁ ଲବଣି ଖାଇବା ପରେ ମଥୁରା ନଗର ଅର୍ଥାତ ବଡଦାଣ୍ଡରେ ପହଞ୍ଚିବା ପରେ ସେଠାରେ ଶ୍ରୀକୃଷ୍ଣ ଲୀଳାର ଅନ୍ତିମ ପର୍ବ ଅନୁଷ୍ଠିତ ହୋଇଥିଲା। ଶ୍ରୀମନ୍ଦିର ସିଂହଦ୍ୱାର ସମ୍ମୁଖରେ ପ୍ରଭୁ ଶ୍ରୀକୃଷ୍ଣ ରାକ୍ଷସ ରାଜା କଂସଙ୍କ ମଧ୍ୟରେ ଯୁଦ୍ଧ ହୋଇଥିଲା। ଶେଷରେ ଶ୍ରୀକୃଷ୍ଣ ମହାରାଜ କଂସଙ୍କୁ ନିଧନ କରିବା ପରେ ମହାପ୍ରଭୁଙ୍କ ପାଲିଙ୍କି ଶ୍ରୀମନ୍ଦିରକୁ ପ୍ରତ୍ୟାବର୍ତ୍ତନ କରିଥିଲେ। ତେବେ ସିଂହଦ୍ଵାର ସମ୍ମୁଖରେ କଂସବଦ୍ଧ ନୀତି ବେଶ ଆକର୍ଷଣୀୟ ଥିଲା। ଭକ୍ତମାନେ ଏହି ଦୃଶ୍ଯକୁ ମନଭରି ଉପଭୋଗ କରିଥିଲେ।