Plus Two Exam: ଆଜିଠୁ ଯୁକ୍ତ ଦୁଇ ପରୀକ୍ଷା। ଆଜିଠୁ ଆରମ୍ଭ ହେବାକୁ ଯାଉଛି ବିଜ୍ଞାନ ଛାତ୍ରଛାତ୍ରୀଙ୍କ ପରୀକ୍ଷା। ସାହିତ୍ୟ ବିଷୟରେ ଆଜି ପରକ୍ଷା ଦେବେ ଯୁକ୍ତ ଦୁଇ ବିଜ୍ଞାନ ଛାତ୍ରଛାତ୍ରୀ। ଆସନ୍ତାକାଲିଠୁ ଅର୍ଥାତ୍ ୧୭ରୁ ଯୁକ୍ତ ଦୁଇ କଳା ଓ ବାଣିଜ୍ୟ ଛାତ୍ରଛାତ୍ରୀଙ୍କ ପରୀକ୍ଷା। ଶିକ୍ଷା ବିଭାଗର ସୂଚନା ଅନୁସାରେ ଚଳିତ ବର୍ଷ ୩ଲକ୍ଷ ୮୪ ହଜାର ୯୭ ଛାତ୍ରଛାତ୍ରୀ ପରୀକ୍ଷା ଦେବାକୁ ଯାଉଛନ୍ତି।


COMMERCIAL BREAK
SCROLL TO CONTINUE READING

ପରୀକ୍ଷା ପାଇଁ ଅଧଘଣ୍ଟା ପୂର୍ବରୁ ପରୀକ୍ଷା କେନ୍ଦ୍ରରେ ପହଞ୍ଚିବେ ଛାତ୍ରଛାତ୍ରୀ। ୧୫ ମିନିଟ୍ ପୂର୍ବରୁ ହଲ୍ ପ୍ରବେଶ ସହ ୧୦ ମିନିଟ୍ ପୂର୍ବରୁ ଉତ୍ତର ଲେଖିବା ପାଇଁ ଖାତା ପାଇବେ। ୫ ମିନିଟ୍ ପୂର୍ବରୁ ମିଳିବ ପ୍ରଶ୍ନପତ୍ର। ଉତ୍ତର ଖାତାର ସିରିୟଲ୍ ନମ୍ବର ଏବଂ ପୃଷ୍ଠା ସଂଖ୍ଯା ଭଲଭାବରେ ଦେଖିବାକୁ ପଡ଼ିବ। ତ୍ରୁଟି ଥିଲେ ତୁରନ୍ତ ଜଣାଇବାକୁ ପରାମର୍ଶ ଦିଆଯାଇଛି। ପ୍ରଶ୍ନ ପତ୍ରରେ ପୃଷ୍ଠା ସଂଖ୍ଯା କିମ୍ବା ଛପାଜନିତ ତ୍ରୁଟି ଥିଲେ ତୁରନ୍ତ ଜଣାଇବେ। ଛାତ୍ରଛାତ୍ରୀଙ୍କୁ କୌଣସି ଆଡିସନାଲ ସିଟ୍ ଦିଆଯିବ ନାହିଁ। ପ୍ରଶ୍ନ ପତ୍ରରେ ରୋଲ୍ ନମ୍ବର ଛଡା ଦାଗ ବି ଲଗାଇବେ ନାହିଁ। ନେହେଲ ଛାତ୍ରଛାତ୍ରୀ ମାନେ ମାଲପ୍ରାକ୍ଟିସ ହେବେ।