PM AwasGramin Yojana: ଏ ସବୁ ଥିଲେ ବି ଆବାସ ଘର ଦିଆଯିବ। ପୂର୍ବରୁ ପରିବାରର ମାସିକ ଆୟ ସୀମା ସର୍ବାଧିକ ୧୦ ହଜାର ରହିଥିଲା । ଏହାକୁ ୧୫ ହଜାର କରାଯାଇଛି । ଏହି ଯୋଜନାରେ ଦିବ୍ୟାଙ୍ଗ ଓ ବିଧବାମାନଙ୍କୁ ଅଗ୍ରାଧିକାର ଦିଆଯାଉଛି। ଏହି ଅବଧି ମଧ୍ୟରେ ଆବେଦନ ଓ ଅନଲାଇନ୍ ମାଧ୍ୟମରେ ସେସବୁର ଯାଞ୍ଚ୍ କରାଯିବ ବୋଲି ମନ୍ତ୍ରୀ କହିଛନ୍ତି।
Trending Photos
ଭୁବନେଶ୍ବର: ଜାନୁଆରୀ ୨୪ରୁ ଆରମ୍ଭ ହୋଇଥିବା ପ୍ରଧାନମନ୍ତ୍ରୀ ଆବାସ-ଗ୍ରାମୀଣ ଯୋଜନାର ସର୍ଭେ ମାର୍ଚ୍ଚ ୩୧ ତାରିଖ ଯାଏଁ ଚାଲିବ। ଏନେଇ ସୂଚନା ଦେଇ ପଞ୍ଚାୟତିରାଜ ମନ୍ତ୍ରୀ ରବି ନାଏକ କହିଛନ୍ତି ବର୍ତ୍ତମାନ ସୁଦ୍ଧା ସର୍ଭେରେ ୧୯ ଲକ୍ଷ ପଞ୍ଜୀକରଣ ହୋଇଛି। ଶେଷ ତାରିଖକୁ ଆହୁରି ୧୭, ୧୮ ଦିନ ଥିବାରୁ ଅଧିକ ଲୋକ ସାମିଲ୍ ହେବାର ସମ୍ଭାବନା ରହିଛି।
ପ୍ରଧାନମନ୍ତ୍ରୀ ଆବାସ ଯୋଜନା ତାଲିକାରୁ ବାଦ୍ ପଡ଼ିଥିବା ଯୋଗ୍ୟ ହିତାଧିକାରୀମାନଙ୍କୁ ଏହି ସର୍ଭେ ପ୍ରକ୍ରିୟାରେ ଚିହ୍ନଟ କରାଯାଉଛି। ଏହି ହିତାଧିକାରୀମାନଙ୍କୁ ଆୱାସ ପ୍ଲସ୍ ମୋବାଇଲ ଆପ୍ ମାଧ୍ୟମରେ ଚିହ୍ନଟ କରାଯାଉଛି। ପୂର୍ବରୁ ବାଇକ୍, ଫ୍ରିଜ୍ ଓ ଲ୍ୟାଣ୍ଡଲାଇନ ଫୋନ୍ ଥିଲେ ଆବାସ ଘର ମିଳିବନି ବୋଲି ନିୟମ ଥିଲା। କିନ୍ତୁ ଏହାକୁ ବଦଳା ଯାଇଛି । ଏ ସବୁ ଥିଲେ ବି ଆବାସ ଘର ଦିଆଯିବ। ପୂର୍ବରୁ ପରିବାରର ମାସିକ ଆୟ ସୀମା ସର୍ବାଧିକ ୧୦ ହଜାର ରହିଥିଲା । ଏହାକୁ ୧୫ ହଜାର କରାଯାଇଛି । ଏହି ଯୋଜନାରେ ଦିବ୍ୟାଙ୍ଗ ଓ ବିଧବାମାନଙ୍କୁ ଅଗ୍ରାଧିକାର ଦିଆଯାଉଛି। ଏହି ଅବଧି ମଧ୍ୟରେ ଆବେଦନ ଓ ଅନଲାଇନ୍ ମାଧ୍ୟମରେ ସେସବୁର ଯାଞ୍ଚ୍ କରାଯିବ ବୋଲି ମନ୍ତ୍ରୀ କହିଛନ୍ତି।