ଜୁଲାଇ ୬ରୁ ୯ ତାରିଖ ପର୍ଯ୍ୟନ୍ତ ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରପତି
Advertisement
Article Detail0/zeeodisha/odisha2323398

ଜୁଲାଇ ୬ରୁ ୯ ତାରିଖ ପର୍ଯ୍ୟନ୍ତ ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରପତି

President Droupadi Murmu To Visit Odisha: ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ ଆସନ୍ତାକାଲି ଅର୍ଥାତ୍ ଜୁଲାଇ ୬ରୁ ୯ ତାରିଖ ପର୍ଯ୍ୟନ୍ତ ଓଡ଼ିଶା ଗସ୍ତରେ ଆସିବେ। ରାଷ୍ଟ୍ରପତି ଜୁଲାଇ ୬ ତାରିଖରେ ଭୁବନେଶ୍ୱରରେ ହେବାକୁ ଥିବା ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ୯୬ତମ ଶ୍ରାଦ୍ଧବାର୍ଷିକୀରେ ଯୋଗଦେବେ। ଏହା ପରେ ଜୁଲାଇ ୭ ତାରିଖରେ ରାଷ୍ଟ୍ରପତି ପୁରୀ ଠାରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଶ୍ରୀଗୁଣ୍ଡିଚା ରଥଯାତ୍ରା ଦେଖିବେ।

President Droupadi Murmu To Visit Odisha

ଭୁବନେଶ୍ୱର: ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ ଆସନ୍ତାକାଲି ଅର୍ଥାତ୍ ଜୁଲାଇ ୬ରୁ ୯ ତାରିଖ ପର୍ଯ୍ୟନ୍ତ ଓଡ଼ିଶା ଗସ୍ତରେ ଆସିବେ। ରାଷ୍ଟ୍ରପତି ଜୁଲାଇ ୬ ତାରିଖରେ ଭୁବନେଶ୍ୱରରେ ହେବାକୁ ଥିବା ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ୯୬ତମ ଶ୍ରାଦ୍ଧବାର୍ଷିକୀରେ ଯୋଗଦେବେ। ଏହା ପରେ ଜୁଲାଇ ୭ ତାରିଖରେ ରାଷ୍ଟ୍ରପତି ପୁରୀ ଠାରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଶ୍ରୀଗୁଣ୍ଡିଚା ରଥଯାତ୍ରା ଦେଖିବେ।

ରାଷ୍ଟ୍ରପତି ଜୁଲାଇ ୮ ତାରିଖରେ ଉଦୟଗିରି ଗୁମ୍ଫା ପରିଦର୍ଶନ କରିବା ସହ ବିଭୂତି କାନୁନଗୋ କଳା ଓ ହସ୍ତଶିଳ୍ପ ମହାବିଦ୍ୟାଳୟ ଓ ଉତ୍କଳ ସଂସ୍କୃତି ବିଶ୍ୱବିଦ୍ୟାଳୟର ଛାତ୍ରଛାତ୍ରୀଙ୍କ ସହ ମତ ବିନିମୟ କରିବେ । ସେହିଦିନ ସେ ଭୁବନେଶ୍ୱର ନିକଟସ୍ଥ ହରିଡ଼ାମଡ଼ା ଗ୍ରାମରେ ବ୍ରହ୍ମକୁମାରୀମାନଙ୍କର ଦିବ୍ୟ ରିଟ୍ରିଟ୍ କେନ୍ଦ୍ର ଉଦଘାଟନ କରିବା ସହ ‘ସ୍ଥାୟିତ୍ୱ ପାଇଁ ଜୀବନଶୈଳୀ’ ଅଭିଯାନର ଶୁଭାରମ୍ଭ କରିବେ।

ଜୁଲାଇ ୯ ତାରିଖରେ ରାଷ୍ଟ୍ରପତି ଭୁବନେଶ୍ୱରସ୍ଥିତ ଜାତୀୟ ବିଜ୍ଞାନ ଶିକ୍ଷା ଓ ଗବେଷଣା ପ୍ରତିଷ୍ଠାନ (ନାଇଜର୍)ର ତ୍ରୟୋଦଶ ଦୀକ୍ଷାନ୍ତ ସମାରୋହରେ ଯୋଗଦେବେ।