Puri Jagannath Temple: ଆଜି କୃଷ୍ଣ ଓ ବଳରାମ ବେଶରେ ଦର୍ଶନ ଦେବେ ମହାପ୍ରଭୁ, ଶ୍ରୀମନ୍ଦିରରେ ସ୍ବତନ୍ତ୍ର ନୀତିକାନ୍ତି
Advertisement
Article Detail0/zeeodisha/odisha1867388

Puri Jagannath Temple: ଆଜି କୃଷ୍ଣ ଓ ବଳରାମ ବେଶରେ ଦର୍ଶନ ଦେବେ ମହାପ୍ରଭୁ, ଶ୍ରୀମନ୍ଦିରରେ ସ୍ବତନ୍ତ୍ର ନୀତିକାନ୍ତି

Puri Jagannath Temple: ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ମହାପ୍ରଭୁଙ୍କ କୃଷ୍ଣ ବଳରାମ ବେଶ । ଏହି ବେଶରେ ଜଗତରନାଥ ଜଗନ୍ନାଥଙ୍କୁ କୃଷ୍ଣ ଓ ବଡ଼ ଭାଇ ବଳଭଦ୍ରଙ୍କୁ ବଳରାମ ରୂପରେ ସୁସଜ୍ଜିତ କରାଯିବ । ଅନ୍ୟପଟେ ଦେବୀ ସୁଭଦ୍ରା ଚତୁର୍ଭୁଜ ଧାରଣ କରି ଭିନ୍ନ ଭିନ୍ନ ଆୟୁଧ ସହ ପଦ୍ମାସନରେ ଉପବେସନ କରିବେ ।

ସୌ(ସୋସିଆଲ ମିଡିଆ)

Puri Jagannath Temple: ଆଜି ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ମହାପ୍ରଭୁଙ୍କ କୃଷ୍ଣ ବଳରାମ ବେଶ । ଏହି ବେଶରେ ଜଗତରନାଥ ଜଗନ୍ନାଥଙ୍କୁ କୃଷ୍ଣ ଓ ବଡ଼ ଭାଇ ବଳଭଦ୍ରଙ୍କୁ ବଳରାମ ରୂପରେ ସୁସଜ୍ଜିତ କରାଯିବ । ଅନ୍ୟପଟେ ଦେବୀ ସୁଭଦ୍ରା ଚତୁର୍ଭୁଜ ଧାରଣ କରି ଭିନ୍ନ ଭିନ୍ନ ଆୟୁଧ ସହ ପଦ୍ମାସନରେ ଉପବେସନ କରିବେ ।

ସୂଚନା ଅନୁଯାୟୀ, ପ୍ରତିବର୍ଷ ଭାଦ୍ରବ ମାସ କୃଷ୍ଣପକ୍ଷ ତ୍ରୟୋଦଶୀ ତିଥିରେ ଶ୍ରୀମନ୍ଦିରରେ କୃଷ୍ଣ ବଳରାମ ବେଶ ଅନୁଷ୍ଠିତ ହୋଇଥାଏ । ଉଭୟ କୃଷ୍ଣ ଓ ବଳରାମ କାଷ୍ଠ ନିର୍ମିତ ଦୁଇ ଗୋଡ଼ ଛନ୍ଦି ଛନ୍ଦପୟର ମୁଦ୍ରାରେ ରହିଥାନ୍ତି । ଜଗନ୍ନାଥଙ୍କ ଗୋଟିଏ ହାତରେ ସୁବର୍ଣ୍ଣ ବଂଶୀ ଓ ଅନ୍ୟ ହସ୍ତରେ ପଦ୍ମ ଫୁଲ ଶୋଭା ପାଇଥାଏ । ସେହିପରି ବଳରାମଙ୍କ ଡାହାଣ ହାତରେ ଶିଙ୍ଘ ଓ ବାମ ହସ୍ତରେ ପଦ୍ମ ଫୁଲ ଶୋଭାପାଏ । କିରୀଟ ଉପରେ ସୋଲରେ ନିର୍ମିତ ସପ୍ତଫେଣିଆ ସର୍ପ ବିରାଜମାନ କରିଥାଏ । ଏହି ବେଶରେ ଶ୍ରୀ ଜଗନ୍ନାଥ ଓ ବଳଭଦ୍ର ଗୋଟିଏ ଗୋଟିଏ ପାଗ ପିନ୍ଧିଥାନ୍ତି । ସେହି ପାଗ ଦ୍ୱୟ କିରୀଟଯୁକ୍ତ ହୋଇଥାଏ । ରତ୍ନ ସିଂହାସନ ଉପରେ ଖଞ୍ଜାଯାଇଥିବା ଏକ କ୍ଷୁଦ୍ର କାଷ୍ଠ ନିର୍ମିତ ତଥା ଜରି ଜମ୍ବୁରାରେ ଆଚ୍ଛାଦିତ ସିଂହାସନରେ ଚକାମୁଣ୍ଡି ପକାଇ ପ୍ରଭୁ ପଦ୍ମାସନରେ ଉପନିବେଶ କରିଥାନ୍ତି । ବାଙ୍କଚୂଳ କିରୀଟ ଉପରେ ପତ୍ର ଲଗା କଦମ୍ବ ଫୁଲ ଶୋଭାପାଏ ।

ଏହି ବେଶରେ ଶ୍ରୀପୟର, ପାଉଁଜି, ବାଙ୍କି, ପାହୁଡ଼, ଗୋଡ଼ ମୁଦି,ମଲ୍ଲୀ କଢ଼, ଚନ୍ଦ୍ର, ଚିତା, ନାକଚଣା, ହାତଫେର, ଖଡୁ ଇତ୍ୟାଦିରେ ମହାପ୍ରଭୁଙ୍କ ଶ୍ରୀଅଙ୍ଗ ଶୋଭା ପାଇଥାଏ । ସେପଟେ ସୁଭଦ୍ରାଙ୍କ ମସ୍ତକରେ ଶୋଭାପାଇଥାଏ କିରୀଟ । ବଳଭଦ୍ର ଓ ଜଗନ୍ନାଥଙ୍କ ଦୁଇ ପାର୍ଶ୍ୱରେ ନନ୍ଦ, ଉପନନ୍ଦ, ବସୁଦେବ, ଗୋପୀ, ବ୍ରହ୍ମା, ସହସ୍ର ଚକ୍ଷୁ ଇନ୍ଦ୍ର, ନାରଦ, ରୋହିଣୀ ଓ ଯଶୋଦାଙ୍କୁ ଦଣ୍ଡାୟମାନ ଭଙ୍ଗୀରେ ରଖାଥାଆନ୍ତି । ଠାକୁରଙ୍କ ଆଗରେ ଚାରିଗୋଟି ଗାଈ ଦଣ୍ଡାୟମାନ ଭଙ୍ଗୀରେ ଠିଆ ହୋଇଥାନ୍ତି । ଦ୍ୱିପହର ଧୂପ ପରେ ଏହି ବେଶ ଆରମ୍ଭ ହୋଇ ସନ୍ଧ୍ୟା ଧୂପ ପର୍ଯ୍ୟନ୍ତ ରହିଥାଏ । ଏହି ବେଶରେ ଶ୍ରୀଜିଉଙ୍କ ନିକଟରେ ଖିରି ଓ ଅମାଲୁ ଭୋଗ ଲାଗିଥାଏ । ଏହି ବେଶରେ ମହାପ୍ରଭୁଙ୍କୁ ଦର୍ଶନ କଲେ କୋଟି ପୁଣ୍ୟ ମିଳିଥାଏ ବୋଲି ବିଶ୍ୱାସ ରହିଛି ।

Also Read-Vishwakarma Puja 2023: କେବେ ପଡୁଛି ବିଶ୍ୱକର୍ମା ପୂଜା? ଜାଣନ୍ତୁ ଏହାର ଶୁଭ ସମୟ, ପୂଜା ବିଧି ଓ ମହତ୍ତ୍ବ

   ସେପଟେ ଗତକାଲି ମହାପ୍ରଭୁଙ୍କ ରାତ୍ର ପହୁଡ଼ ୩ଟା ୧୫ମିନିଟରେ ହୋଇ ସକାଳ ୦୬ଟା ୧୦ ମିନିଟରେ ଦ୍ୱାର ଫିଟା ନୀତି ସମ୍ପର୍ଣ୍ଣ ହୋଇଛି। ମଙ୍ଗବାର ଦିନ କୃଷ୍ଣ ବଳରାମ ବେଶ ସହିତ ଅନ୍ନପ୍ରଥା ପ୍ରସ୍ତାବ ରହିଛି । ସୋମବାର ଦିନ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ପ୍ରଳମ୍ବାସୁରବଧ ବେଶ ଅନୁଷ୍ଠିତ ହୋଇଥିଲା ।

Also Read: Weather Update: ଆଜି ପ୍ରବଳ ବର୍ଷା ନେଇ ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି