Puri Jagannath Temple: ବୁଧବାର ଦିନ ପ୍ରଭୁ ଶ୍ରୀକୃଷ୍ଣଙ୍କ ଧରାବତରଣ ପରେ ଆଜି ଶ୍ରୀମନ୍ଦିରରେ ପାଳିତ ହେବ ନନ୍ଦୋତ୍ସବ (Nandotsava) । ସନ୍ଧ୍ୟା ଆଳତୀ ସରିବା ପରେ ମହାଜନ ସେବାୟତମାନେ ରାମକୃଷ୍ଣ ଓ ଦକ୍ଷିଣ ଘରୁ ଶ୍ରୀମଦନମୋହନଙ୍କୁ ଜଗମୋହନ ଦୋଳିରେ ବିଜେ କରାଇବେ । ମଇଲମ ଓ ଅନ୍ୟାନ୍ୟ ନୀତି ସରିବା ପରେ ପ୍ରଭୁ ଶ୍ରୀଜଗନ୍ନାଥ ଓ ଦେବୀ ସୁଭଦ୍ରାଙ୍କ ନିକଟରେ ଷଠି ଓ ମାର୍କଣ୍ଡି ପୂଜା ହେବ।


COMMERCIAL BREAK
SCROLL TO CONTINUE READING

ମଙ୍ଗଳାର୍ପଣ ଓ ବନ୍ଦାପନା ନୀତି ପରେ ଭଣ୍ଡାରଘରୁ ଦେବୀ ଦୁର୍ଗାଙ୍କୁ ପତିମହାପାତ୍ର ବିଜେ କରାଇ ଆଣି ଦୋଳିରେ ବସିଥିବା ରାମକୃଷ୍ଣ ଓ ମଦନମୋହନଙ୍କୁ ଓଲ୍ଲାଇ ଆଣି ଖଟ ଉପରେ ବିଜେ କରାଇବେ । ଭିତରଚ୍ଛ ମହାପାତ୍ର ନନ୍ଦ ରାଜା ରୂପରେ ଶ୍ରୀନହରକୁ ଯାଇ ଫେରିବା ପରେ ସ୍ନାନମଣ୍ଡପ ଉପରେ ବସିବେ। ଭରତିଆ ଗୌଡ଼ ପୁତ୍ର ଜନ୍ମ ହେବା ଖବର ନନ୍ଦରାଜାଙ୍କୁ ଦେବାର ପରମ୍ପରା ରହିଛି । ଏହି ଅବସରରେ ଶ୍ରୀନ୍ଦିରରେ ପ୍ରବଳ ଭକ୍ତଙ୍କ ସମାଗମକୁ ଦୃଷ୍ଚିରେ ରଖି ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି ।


ସେପଟେ ବୁଧବାର ଦିନ ବିଳମ୍ବିତ ରାତିରେ ଶ୍ରୀମନ୍ଦିରରେ କୃଷ୍ଣ ଜନ୍ମ ନୀତି ଅନୁଷ୍ଠିତ ହୋଇଥିବାରୁ ଆଜି ଦ୍ୱାରଫିଟା ନୀତିରେ ବିଳମ୍ବ ହୋଇଥିଲା। ସକାଳ ୬ଟା ୪୫ରେ ଭିତରଚ୍ଛ ମହାପାତ୍ରଙ୍କ ଦ୍ୱାରା ଦ୍ୱାର ଫିଟା ନିତି ସମ୍ପର୍ଣ୍ଣ ହେବା ପରେ ଦର୍ଶନ ଆରମ୍ଭ ହୋଇଛି । ଭକ୍ତମାନେ ଶୃଙ୍ଖଳିତ ଭାବେ ମହାପ୍ରଭୁଙ୍କୁ ଦର୍ଶନ କରି ସାନିଧ୍ୟ ଗ୍ରହଣ କରୁଛନ୍ତି । ସେପଟେ ଶ୍ରୀକୃଷ୍ଣଙ୍କ ଧରାବତରଣ ପରେ ସବୁଠି ଉତ୍ସବର ମାହୋଲ। ଶ୍ରୀକ୍ଷେତ୍ରରେ ସମସ୍ତ ମଠବାଡିରେ ନନ୍ଦୋତ୍ସବ ବଡ ଧୂମଧାମରେ ପାଳନ କରାଯିବ।


Also Read-Top 10 News Headlines : ସକାଳର ୧୦ ପ୍ରମୁଖ ଖବର


Also Read- Shani Margi: ଶନି ଚଳନ ପ୍ରଭାବରେ ଏହି ସବୁ ରାଶିରେ ଆସିବ ବଡ଼ ପରିବର୍ତ୍ତନ, ବର୍ଷିବ ଟଙ୍କା