Puri News: ଆଜି ୪ ଘଣ୍ଟା ଜଗା ଦର୍ଶନ ବନ୍ଦ
Advertisement

Puri News: ଆଜି ୪ ଘଣ୍ଟା ଜଗା ଦର୍ଶନ ବନ୍ଦ

Puri News: ଆଜି ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର ହେବ। ଚୈତ୍ର ଶୁକ୍ଲ ଦ୍ବୀତିୟା ତିଥି ଅବସରରେ ଆଜି ଶ୍ରୀମନ୍ଦିରରେ ଶ୍ରୀବିଗ୍ରହମାନଙ୍କର ବନକଲାଗି ନୀତି(Banakalagi Niti)ଅନୁଷ୍ଠିତ ହେବ। ଦତ୍ତମହାପାତ୍ର ସେବକ ମାନେ ମହାପ୍ରଭୁଙ୍କ (Lord Jagannath)ଶ୍ରୀମୁଖ ଶୃଙ୍ଖାର କରିବେ। 

Puri News: ଆଜି ୪ ଘଣ୍ଟା ଜଗା ଦର୍ଶନ ବନ୍ଦ

Puri News: ଆଜି ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର ହେବ। ଚୈତ୍ର ଶୁକ୍ଲ ଦ୍ବୀତିୟା ତିଥି ଅବସରରେ ଆଜି ଶ୍ରୀମନ୍ଦିରରେ ଶ୍ରୀବିଗ୍ରହମାନଙ୍କର ବନକଲାଗି ନୀତି(Banakalagi Niti)ଅନୁଷ୍ଠିତ ହେବ। ଏଣୁ ଦ୍ବୀତିୟ ଭୋଗ ମଣ୍ତପ ଶେଷ ହେବା ପରେ ସଂନ୍ଧ୍ୟା ୬ଟାରୁ ରାତି ୧୦ ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ଦତ୍ତମହାପାତ୍ର ସେବକ ମାନେ ମହାପ୍ରଭୁଙ୍କ (Lord Jagannath)ଶ୍ରୀମୁଖ ଶୃଙ୍ଖାର କରିବେ। ଏହା ଏକ ଗୁପ୍ତ ନୀତି ହୋଇଥିବାରୁ ଭକ୍ତଙ୍କ ପାଇଁ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ( Shree Jagannatha Temple Administration, Puri) ପକ୍ଷରୁ କୁହାଯାଇଛି।

ALSO READ: Road Accident: ଖଣିରେ ଓଲଟିଲା ବସ୍ , ୧୫ ମୃତ , ଏକାଧିକ ଆହତ

ବନକଲାଗି ନୀତିରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଖାର କରାଯାଇଥାଏ।  ପରମ୍ପରା ଅନୁସାରେ, ବୁଧବାର କିମ୍ବା ଗୁରୁବାର ଦିନ ମହାପ୍ରଭୁଙ୍କ ଏହି ବନକଲାଗି ନୀତି ହୋଇଥାଏ। ଦ୍ବିପହର ଧୂପ ସରିବା ପରେ, ମନ୍ଦିରର ସମସ୍ତ ଦରଜା ବନ୍ଦ କରାଯାଇ ଏହି ନୀତି କରାଯାଇଥାଏ।  ଦତ୍ତ ମହାପାତ୍ର ରତ୍ନ ସିଂହାସନ ଉପରକୁ ଯାଇ ଠାକୁରମାନଙ୍କର ଶ୍ରୀମୁଖ ସିଂହାର କରନ୍ତି। ତିନି ଦାରୁ ମୂର୍ତ୍ତିଙ୍କ ମୁଖ ମଣ୍ତଳରେ ଶୃଙ୍ଖାରକୁ ମନ୍ଦିର ଭାଷାରେ ବନକଲାଗି କୁହାଯାଏ।  ଏହି ବନକଲାଗି ନୀତି ପାଇଁ ଏକ ସ୍ବତନ୍ତ୍ର ସେବାୟତ ଗୋଷ୍ଠୀ ଅଛନ୍ତି।  ଏମାନଙ୍କୁ ଦତ୍ତ ମହାପାତ୍ର ସେବକ କୁହାଯାଏ।  ରଙ୍ଗ ପ୍ରସ୍ତୁତ କରିବା ଓ ବିଗ୍ରହ ମାନଙ୍କୁ ଲଗାଇବା ଏମାନଙ୍କ ମୁଖ୍ୟ କାମ। ରଙ୍ଗ ସହିତ କସ୍ତୁରୀ କେଶର ଭଳି ଦାମୀ ସୁବାଷିତ ପଦାର୍ଥ ବ୍ୟବହୃତ ହୋଇଥାଏ। ବଜାରରେ ମିଳୁଥିବା ରଙ୍ଗ ବନକଲାଗିରେ ବ୍ୟବହୃତ ହୁଏ ନାହିଁ।