Puri News: ଆଜି ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ମହାପ୍ରଭୁଙ୍କ ବନଭୋଜି ବେଶ (Bana Bhoji Besha)।  ମଙ୍ଗଳବାର ଠାରୁ ଶ୍ରୀମନ୍ଦିରରେ (Shree Jagannatha Temple) ଶ୍ରୀକୃଷ୍ଣ ଜନ୍ମନୀତି ପ୍ରକ୍ରିୟା ଆରମ୍ଭ ହୋଇଛି । ମଙ୍ଗଳବାର ଯେଉଡ଼ ଭୋଗ ପରେ ବୁଧବାର ଶ୍ରୀକୃଷ୍ଣ ଜନ୍ମନୀତି ଓ ଗୁରୁବାର ନନ୍ଦ ଉତ୍ସବ (Nanda Utsav) ଶ୍ରୀମନ୍ଦିରରେ (Sri Mandir) ଅନୁଷ୍ଠିତ ହେବା ପରେ ଆଜି ଠାରୁ ମହାପ୍ରଭୁଙ୍କୁ (Lord Jagannath)ବିଭିନ୍ନ ବେଶରେ ସଜ୍ଜିତ କରାଯିବ । ତେବେ ଆଜି ଭାଦ୍ରକୃଷ୍ଣ ଦଶମୀ ତିଥିରେ ଶ୍ରୀମନ୍ଦିରରେ ବନଭୋଜି ବେଶ (Bana Bhoji Besha) ସହ କୋଳିବିକା ନୀତି, ବକାସୁର ବଧ ଓ ଅର୍ଘାସୁର ବଧ ନୀତି ଅନୁଷ୍ଠିତ ହେବ।


COMMERCIAL BREAK
SCROLL TO CONTINUE READING

Also Read : Venus Retrograde 2023: ଶୁକ୍ରଙ୍କ ଓଲଟା ଚଳନ ଯୋଗୁଁ ଧନଧାନ୍ୟରେ ପୂରି ଉଠିବ ଏହି ରାଶିର ଲୋକଙ୍କ ଭାଗ୍ୟ


Also Read : ଶନିଦଶା ଭୋଗୁଥିଲେ ଶନିବାର ଦିନ କରନ୍ତୁ ଏହି ସବୁ ଉପାୟ, ପ୍ରସନ୍ନ ହେବେ ଶନିଦେବ ପ୍ରାପ୍ତ ହେବ ଧନ-ଐଶ୍ବର୍ଯ୍ୟ


ମଧ୍ୟାହ୍ନଧୂପ ପରେ ରାମକୃଷ୍ଣ ଦୁଇ ଚଳନ୍ତି ପ୍ରତିମାଙ୍କୁ ପୂଜାପଣ୍ଡା ସେବକ ମାନେ ଆଜ୍ଞାମାଳ ପ୍ରଦାନ କରିବା ପରେ ଦୁଇ ପ୍ରତିମାଙ୍କୁ ବିମାନରେ ବସାଇ ସିଂହଦ୍ଵାର ନିକଟସ୍ଥ ବଡଛତା ମଠ ପାର୍ଶ୍ବରେ ଥିବା ଏକ କାଠ ସିଂହାସନରେ ବିଜେ କରାଇବେ । ଲେଙ୍କା ସେବକ ଶବରୁଣୀ ବେଶ ହୋଇ ଗୁଆକୋଳି ଓ ନଡ଼ିଆ ପାତି ମିଶାଇ ଏକ ବାଉଁଶିଆରେ ଧରି ଆସି ସେଠାରେ ନୀତି ସମ୍ପାଦନ କରିବେ । ଭିତରଚ୍ଛ ମହାପାତ୍ର ଉକ୍ତ ଶବରୁଣୀଠାରୁ କୋଳି ଆଣି ମହାପ୍ରଭୁଙ୍କୁ ସମର୍ପଣ ଓ ମଣୋହି କରିଵା ପରେ ପୂଜାପଣ୍ଡା ସେଠାରେ ଶୀତଳ ଭୋଗ ଓ ଭିତରଚ୍ଛ ମହାପାତ୍ର ବନ୍ଦାପନା କରିବେ। ସନ୍ଧ୍ୟାଧୂପ ପରେ ଠାକୁରମାନଙ୍କୁ ବନଭୋଜି ବେଶରେ ସଜ୍ଜିତ କରାଯିବ (Bana Bhoji Besha)। ଶ୍ରୀଜିଉମାନଙ୍କ ଶ୍ରୀଭୁଜରେ ରୂପା ପିଙ୍ଗଣରେ ସର ଧାରଣ ସହ ଅନ୍ୟ ହସ୍ତରେ ନଉଡି ଧରିଥାନ୍ତି । ବନଭୋଜି ବେଶରେ ଠାକୁରମାନଙ୍କୁ ପ୍ରାୟ ୧୮ ପ୍ରକାର ସ୍ବର୍ଣ୍ଣ ଅଳଙ୍କାରରେ ବିମଣ୍ଡିତ କରାଯାଇଥାଏ ।