Puri News: ଆଜି ବୁଧବାର ଫାଲଗୁନ ଶୁକ୍ଳ ଷଷ୍ଠୀ ତିଥିରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ଏ-ଣୁ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଆପାତତଃ ଅପରାହ୍ନ ଘ.୫.୦୦ ଟିକା ଠାରୁ ରାତ୍ର ଘ.୧୦.୦୦ ଟିକା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ।
Trending Photos
)
Puri News: ଆଜି ବୁଧବାର ଫାଲଗୁନ ଶୁକ୍ଳ ଷଷ୍ଠୀ ତିଥିରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ଏ-ଣୁ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଆପାତତଃ ଅପରାହ୍ନ ଘ.୫.୦୦ ଟିକା ଠାରୁ ରାତ୍ର ଘ.୧୦.୦୦ ଟିକା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ତେବେ ମହାପ୍ରଭୁଙ୍କ ବନକଲାଗି ନୀତି ଯୋଗୁଁ ୫ଓ ୬ ତାରିଖରେ ରତ୍ନଭଣ୍ଡାର ମରାମତି କାର୍ଯ୍ୟ ବନ୍ଦ ରହିବ। ତେବେ ରତ୍ନଭଣ୍ଡାର ମରାମତି କାର୍ଯ୍ୟ ଶେଷ ହେବା ପରେ ଆଜି ରାତି ୧୦ ଟାରୁ ସାଧାରଣ ଦର୍ଶନ କରିପାରିବେ ଭକ୍ତ । ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ମିଳିଛି।
ବନକଲାଗି ନୀତି କ'ଣ?
ବନକଲାଗି ନୀତି ହେଉଛି ମହାପ୍ରଭୁଙ୍କର ଏହା ଏକ ଗୁପ୍ତନୀତି। ଆଜି ଦ୍ଵିତୀୟ ଭୋଗମଣ୍ଡପ ଉଠିବା ପରେ ମହାପ୍ରଭୁଙ୍କ ଶ୍ରୀମୁଖ ସୃଙ୍ଗାର ଆରମ୍ଭ ହେବ। ଦତ୍ତମହାପାତ୍ର ସେବକମାନେ ଶ୍ରୀମନ୍ଦିର ଗର୍ଭଗୃହକୁ ପ୍ରବେଶ କରିବା ସହ ମହାପ୍ରଭଙ୍କର ଶ୍ରୀମୁଖ ଶୃଙ୍ଗାର କରିବେ। ପ୍ରାକୃତିକ ପ୍ରଣାଳୀରେ ପ୍ରସ୍ତୁତ ପ୍ରସାଧାନ ସାମଗ୍ରୀରେ ଶ୍ରୀବିଗ୍ରହମାନଙ୍କ ଶ୍ରୀମୁଖକୁ ଶୃଙ୍ଗାର କରାଯିବ । ହିଙ୍ଗୁଳ, ହରିତାଳ,ଶଂଖ, କସ୍ତୁରୀ, ନାଲି, ଧଳା ଓ କଳା ଭଳି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଯୋଗାଇ ଦିଆଯାଇଥିବା ପାରମ୍ପରିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ ।
ବନକଲାଗି ନୀତି ପରେ ଠାକୁରଙ୍କୁ ମହାସ୍ନାନ କରାଯିବା ସହ ପୁନର୍ବାର ଦର୍ଶନ ଆରମ୍ଭ ହେବ। ତେବେ ବନକଲାଗି ସରିବା ପରେ ମହାପ୍ରଭୁଙ୍କ ଶ୍ରୀମୁଖ ଅତିବ ଉଜ୍ଜଳମୟ ଦେଖାଯାଏ। ମହାପ୍ରଭୁଙ୍କ ଚକାଆଖି ଏତେ ଆକର୍ଷଣୀୟ ଦେଖାଯାଆନ୍ତି ଯେ ଭକ୍ତମାନେ ମହାପ୍ରଭୁଙ୍କୁ ଟିକେ ଦର୍ଶନ କରିବା ପାଇଁ ବ୍ଯାକୁଳ ହୁଅନ୍ତି। ସେପଟେ ମହାପ୍ରଭୁଙ୍କର ଆଜି ଏକ ପ୍ରମୁଖ ଓ ଗୁପ୍ତନୀତି ଥିବାରୁ ରତ୍ନଭଣ୍ଡାର ମରାମତି କାର୍ଯ୍ୟ ଆଜି ଓ କାଲି ଦୁଇଦିନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଜଣାଇଦିଆଯାଇଛି।