Puri News: ଶ୍ରୀମନ୍ଦିରରେ ଶ୍ରୀକୃଷ୍ଣ ଲୀଳାର ଅନ୍ତିମ ଦିବସ, ଆଜି କଂସ ବଦ୍ଧ ନୀତି
Advertisement
Article Detail0/zeeodisha/odisha2427681

Puri News: ଶ୍ରୀମନ୍ଦିରରେ ଶ୍ରୀକୃଷ୍ଣ ଲୀଳାର ଅନ୍ତିମ ଦିବସ, ଆଜି କଂସ ବଦ୍ଧ ନୀତି

Puri News: ଗତମାସ ୨୬ ତାରିଖ ଭାଦ୍ରବ ମାସ କୃଷ୍ଣପକ୍ଷ ଅଷ୍ଟମୀ ଠାରୁ ଶ୍ରୀମନ୍ଦିରରେ ଆରମ୍ଭ ହୋଇଥିବା ଶ୍ରୀକୃଷ୍ଣ ଲୀଳାର ଆଜି ଅନ୍ତିମ ଦିବସ । ଆଜି ଭାଦ୍ରବ ମାସ ଶୁକ୍ଳପକ୍ଷ ଦଶମୀ ତିଥି କୃଷ୍ଣଲୀଳାର ଶେଷ ଦିବସରେ କଂସ ମହାରାଜଙ୍କୁ ଶ୍ରୀକୃଷ୍ଣ ବଧ କରିବେ। 

Puri News: ଶ୍ରୀମନ୍ଦିରରେ ଶ୍ରୀକୃଷ୍ଣ ଲୀଳାର ଅନ୍ତିମ ଦିବସ, ଆଜି କଂସ ବଦ୍ଧ ନୀତି
Puri News: ଗତମାସ ୨୬ ତାରିଖ ଭାଦ୍ରବ ମାସ କୃଷ୍ଣପକ୍ଷ ଅଷ୍ଟମୀ ଠାରୁ ଶ୍ରୀମନ୍ଦିରରେ ଆରମ୍ଭ ହୋଇଥିବା ଶ୍ରୀକୃଷ୍ଣ ଲୀଳାର ଆଜି ଅନ୍ତିମ ଦିବସ । ଆଜି ଭାଦ୍ରବ ମାସ ଶୁକ୍ଳପକ୍ଷ ଦଶମୀ ତିଥି କୃଷ୍ଣଲୀଳାର ଶେଷ ଦିବସରେ କଂସ ମହାରାଜଙ୍କୁ ଶ୍ରୀକୃଷ୍ଣ ବଧ କରିବେ। ବଡଦାଣ୍ଡରେ ମହାପ୍ରଭୁଙ୍କ ଏହି ନିତି ଅନୁଷ୍ଠିତ ହେବ । ଆଜି ଅପରାହ୍ନରେ ମହାପ୍ରଭୁଙ୍କ ଆଜ୍ଞାମାଳ ପାଇଁ ଶ୍ରୀରାମକୃଷ୍ଣ ପାଲିଙ୍କିରେ ବିଜେ ହୋଇ ଶ୍ରୀମନ୍ଦିରରୁ ବାହାରିବେ ।
 
 
ଲବଣିଖିଆ ମଣ୍ଡପରେ ମହାଭୋଇ ପରିବାରର ବୋହୁମାନଙ୍କ ହାତରୁ ଲବଣି ଖାଇବା ପରେ ମଥୁରା ନଗର ଅର୍ଥାତ ବଡଦାଣ୍ଡରେ ପହଂଚିଵା ପରେ ସେଠାରେ ଶ୍ରୀକୃଷ୍ଣ ଲୀଳାର ଅନ୍ତିମ ପର୍ବ ଅନୁଷ୍ଠିତ ହେବ । ଶ୍ରୀମନ୍ଦିର ସିଂହଦ୍ୱାର ନିକଟରେ ପ୍ରଭୁ ଶ୍ରୀକୃଷ୍ଣ ରାକ୍ଷସ ରାଜା କଂସଙ୍କ ମଧ୍ୟରେ ଯୁଦ୍ଧ ହେବ । ଶେଷରେ ଶ୍ରୀକୃଷ୍ଣ ମହାରାଜ କଂସଙ୍କୁ ନିଧନ କରିବା ପରେ ମହାପ୍ରଭୁଙ୍କ ପାଲିଙ୍କି ଶ୍ରୀମନ୍ଦିରକୁ ପ୍ରତ୍ୟାବର୍ତନ କରିବ ।