Puri News: ଆଜି ସପ୍ତପୁରୀ ଅମାବାସ୍ୟା, ମହାପ୍ରଭୁଙ୍କ ନିକଟରେ ଲାଗିହେବ ସପ୍ତପୁରୀ ଭୋଗ
Advertisement
Article Detail0/zeeodisha/odisha2412509

Puri News: ଆଜି ସପ୍ତପୁରୀ ଅମାବାସ୍ୟା, ମହାପ୍ରଭୁଙ୍କ ନିକଟରେ ଲାଗିହେବ ସପ୍ତପୁରୀ ଭୋଗ

Puri News: ଶ୍ରୀମନ୍ଦିରରେ ସପ୍ତପୁରୀ ଅମାବାସ୍ୟା। ଆଜି ସପ୍ତପୁରୀ ଅମାବାସ୍ୟା ଅବସରରେ ରହିଛି ଅନେକ ନୀତିକାନ୍ତି। ଭାଦ୍ରବ ମାସର ଅମାବାସ୍ୟାକୁ ସପ୍ତପୁରୀ ଅମାବାସ୍ୟା କୁହାଯାଏ । 

Puri News: ଆଜି ସପ୍ତପୁରୀ ଅମାବାସ୍ୟା, ମହାପ୍ରଭୁଙ୍କ ନିକଟରେ ଲାଗିହେବ ସପ୍ତପୁରୀ ଭୋଗ
Puri News: ଶ୍ରୀମନ୍ଦିରରେ ସପ୍ତପୁରୀ ଅମାବାସ୍ୟା। ଆଜି ସପ୍ତପୁରୀ ଅମାବାସ୍ୟା ଅବସରରେ ରହିଛି ଅନେକ ନୀତିକାନ୍ତି। ଭାଦ୍ରବ ମାସର ଅମାବାସ୍ୟାକୁ ସପ୍ତପୁରୀ ଅମାବାସ୍ୟା କୁହାଯାଏ । ଆଜିର ଏହି ଅମାବାସ୍ୟା ତିଥିରେ ଓଡ଼ିଆ ଜାତିର ଆରାଧ୍ୟ ଦେବତା ଭଗବାନ ଶ୍ରୀଜଗନ୍ନାଥଙ୍କ ଠାରେ ସପ୍ତପୁରୀ ଭୋଗ ଲାଗିଥାଏ । ଆଜି ଠାକୁରଙ୍କ ଅବକାଶ ନିତି ସରିବା ପରେ ଠାକୁରଙ୍କୁ ବେଶ କରାଯାଇଥିଲା । ଗମ୍ଭିରାରେ ପାଣି ପଡ଼ି ଟେରା ବନ୍ଧାଯିବା ପରେ ସକାଳ ଧୂପ ସହ ସାତପୁରୀ ଭୋଗ ରୋଷ ଘରୁ ଆସିବା ପରେ ପୂଜାପଣ୍ଡା ଷୋଡଶ ଉପଚାରରେ ପୂଜା କରିଥିଲେ ।
 
 
ଶ୍ରୀମନ୍ଦିରରେ ଶ୍ରୀ ଜୀଉଙ୍କର ଆଜି ବିଶେଷ ପୂଜାନୀତି ସହ ସଂଧ୍ୟାଧୂପ ପରେ ବସ୍ତ୍ରହରଣ ପ୍ରସ୍ତାବ ସହ ମହାପ୍ରଭୁଙ୍କ ବିଜେ ପ୍ରତିମା ଶ୍ରୀନାରାୟଣ ସାଗର ବିଜେ କରିବେ । ଗତକାଲି ଅଠର ନଳା ନିକଟରେ ଅବସ୍ଥିତ ମା ଆଲାମଚଣ୍ଡୀ ମନ୍ଦିରରୁ ସପ୍ତପୁରୀ ଭୋଗ ପାଇଁ ଆବଶ୍ୟକ ତାଡ଼ ଶ୍ରୀମନ୍ଦିରରେ ପହଂଚିବା ପରେ ଚତୁର୍ପାଶ୍ୱ ବୁଲି ତାଡ ଗୁଡିକୁ ରୋଷ ବେହେରଣରେ ରଖାଯାଇଥିଲା | ଗତକାଲି ସଂଧ୍ୟା ଧୂପ ସରିବା ପରେ ପୂଜାପଣ୍ଡା ସାମନ୍ତ ଶ୍ରୀଅଙ୍ଗରୁ ଆଜ୍ଞାମାଳ ନେଇ ଏକ ପଟୁଆରରେ ଶ୍ରୀମନ୍ଦିର ବାହାରେ ଥିବା ଦକ୍ଷିଣକାଳୀଙ୍କ ମନ୍ଦିରକୁ ଯାଇଥିଲେ । ସେପଟେ ସପ୍ତପୁରୀ ନୀତି ଯୋଗୁଁ ନିତିକୁ ସୃଙ୍ଖଳିତ କରାଯାଇଛି। ଭୋର୪.୫୫ରେ ସିଂହଦ୍ଵାର ଫିଟା ନିତି ସମ୍ପର୍ଣ୍ଣ ହେବା ସହ ଅନ୍ଯାନ୍ଯ ନିତି ଆଗକୁ ବଢିଛି।