ପୁରୀ ଶ୍ରୀମନ୍ଦିର ଅବଢ଼ାର ମାନ ଯାଞ୍ଚ ହେବ: ଆଇନମନ୍ତ୍ରୀ
Advertisement
Article Detail0/zeeodisha/odisha2448966

ପୁରୀ ଶ୍ରୀମନ୍ଦିର ଅବଢ଼ାର ମାନ ଯାଞ୍ଚ ହେବ: ଆଇନମନ୍ତ୍ରୀ

Law minister: ରୋଷ ଘରକୁ ଯାଉଥିବା ସାମଗ୍ରୀ ଓ ବାହାରୁଥିବା ଅବଢାର ମାନ ଯାଞ୍ଚ ହେବ। ଫୁଡ୍‌ ଇନ୍ସପେକ୍ଟର ନିଯୁକ୍ତି ପାଇଁ ସ୍ୱାସ୍ଥ୍ୟ ବିଭାଗ ସହ ଆଲୋଚନା ସରିଛି।

ପୁରୀ ଶ୍ରୀମନ୍ଦିର ଅବଢ଼ାର ମାନ ଯାଞ୍ଚ ହେବ: ଆଇନମନ୍ତ୍ରୀ

ପୁରୀ: ପୁରୀ ଶ୍ରୀମନ୍ଦିର ଅବଢ଼ାର ମାନ ଯାଞ୍ଚ ହେବ। କେବଳ ଅବଢ଼ା ନୁହେଁ, ଘିଅର ମଧ୍ୟ ମାନ ଯାଞ୍ଚ କରାଯିବ।ବାଲାଜୀ ମନ୍ଦିର ଭଳି ଘଟଣା ଘଟିବା ପୂର୍ବରୁ ସଜାଗ ହେବାକୁ ପଡ଼ିବ ବୋଲି ଆଜି ଆଇନମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ କହିଛନ୍ତି। 

ଅନ୍ୟପଟେ ଏହାପୂର୍ବରୁ ସେପ୍ଟେବରରେ ୨୪ରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ କୋଠ ଭୋଗ, ବରାଦି ଭୋଗ ଓ ଅନ୍ୟାନ୍ୟ ଭୋଗରେ ବ୍ୟବହୃତ ହେଉଥିବା ଘିଅର ମାନ ଯାଞ୍ଚ ହେବ ବୋଲି ଜିଲ୍ଲାପାଳ ସିଦ୍ଧାର୍ଥ ଶଙ୍କର ସ୍ୱାଇଁ ମଙ୍ଗଳବାର ସୂଚନା ଦେଇଥିଲେ। ଏନେଇ ଓମ୍‌ଫେଡ୍‌ ଓ ଅନ୍ୟ ସଂସ୍ଥା ସହ ଆଲୋଚନା କରିବୁ । ଏକ ମାନକଯୁକ୍ତ ଘିଅ ଯୋଗାଣ ନେଇ ଆମେ ଆଲୋଚନା କରିବୁ । ଆବଶ୍ୟକ ପଡିଲେ ମହାପ୍ରସାଦ ଓ ଦୀପରେ ବ୍ୟବହୃତ ଘିଅ ମାନ ଯାଞ୍ଚ ହେବ ବୋଲି ଜିଲ୍ଲାପାଳ କହିଥିଲେ।

ଏହି ଅବସରରେ ଆଇନ୍ ମନ୍ତ୍ରୀ ଆହୁରି କହିଛନ୍ତି ଯେ, ରୋଷ ଘରକୁ ଯାଉଥିବା ସାମଗ୍ରୀ ଓ ବାହାରୁଥିବା ଅବଢାର ମାନ ଯାଞ୍ଚ ହେବ। ଫୁଡ୍‌ ଇନ୍ସପେକ୍ଟର ନିଯୁକ୍ତି ପାଇଁ ସ୍ୱାସ୍ଥ୍ୟ ବିଭାଗ ସହ ଆଲୋଚନା ସରିଛି। ବାଲାଜୀ ମନ୍ଦିର ଭଳି ଘଟଣା ଘଟିବା ପୂର୍ବରୁ ସଜାଗ ହେବାକୁ ପଡ଼ିବ ବୋଲି କହିଛନ୍ତି।