Gaja Uddharana Besha: ଆଜି ପବିତ୍ର ମାଘ ମାସ ପୂର୍ଣିମା ତିଥି (magha purnima) । ଏହି ତିଥିରେ ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ଶ୍ରୀଜୀଉଙ୍କ ଗଜୋଦ୍ଧାରଣ ବେଶ (Gaja Uddharana Besha) । ଏହି ବେଶରେ ଶ୍ରୀଜଗନ୍ନାଥ ମହାପ୍ରଭୁ ଚତୁର୍ଭୁଜରେ (lord jagannath) ଧାରଣ କରିବେ ଶଙ୍ଖ, ଚକ୍ର, ଗଦା ଓ ପଦ୍ମ। ଏହି ବେଶରେ ମହାପ୍ରଭୁ ଗରୁଡ ଉପରେ ବସିବା ଭଙ୍ଗିରେ ଥାଇ ମାଆଲକ୍ଷ୍ମୀ ପ୍ରତିମାଙ୍କୁ କୋଳରେ ଧାରଣ କରିବେ । ଶ୍ରୀବଳଭଦ୍ର ଚତୁଃହସ୍ତରେ ଶଙ୍ଖ, ଚକ୍ର, ହଳ, ମୁଷଳ ଧାରଣ କରି ବାସୁଦେବଙ୍କ ରୂପରେ ବିରାଜମାନ କରିବେ । ସେହିପରି ଦେବୀ ସୁଭଦ୍ରା ଶ୍ରୀକୃଷ୍ଣଙ୍କ ସଦୃଶ ପାଦ ଛନ୍ଦି ଏକ ପଦ୍ମକଢ଼ ଧରି ଶ୍ରଦ୍ଧାଳୁଙ୍କୁ ଦର୍ଶନ ଦେବେ। 


COMMERCIAL BREAK
SCROLL TO CONTINUE READING

ମହାପ୍ରଭୁଙ୍କର ଏହି ଚିତ୍ତାକର୍ଷକ ବେଶ ଦର୍ଶନ କରି ସାନିଧ୍ୟ ଗ୍ରହଣ କରିବେ ଭକ୍ତ ଓ ଦର୍ଶାନାର୍ଥି।  ମଧ୍ୟାହ୍ନ ଧୂପ ପରେ ଶ୍ରୀମନ୍ଦିର ରତ୍ନସିଂହାସନ ଉପରେ ମହାପ୍ରଭୁଙ୍କ ଏହି ବେଶ ଅନୁଷ୍ଠିତ ହେବ  । ସନ୍ଧ୍ୟା ଧୂପରେ ଠାକୁରଙ୍କୁ କ୍ଷୀରି ଓ ଅମାଲୁ ଭୋଗ କରାଯିବ । ପୌରାଣିକ କଥା ବସ୍ତୁ ଅନୁଯାୟୀ ଏକଦା ବରୁଣହ୍ରଦରେ ଗଜରାଜ ସ୍ନାନ କରୁଥିବା ବେଳେ କୁମ୍ଭୀର ତାଙ୍କୁ ଆକ୍ରମଣ କରିଥିଲା । ଗଜରାଜ କ୍ଷତବିକ୍ଷତ ଅବସ୍ଥାରେ ବିକଳ ହୋଇ ଉଦ୍ଧାର ପାଇଁ ଭଗବାନଙ୍କୁ ପ୍ରାର୍ଥନା କରିଥିଲେ । ଭକ୍ତର ଡାକ ଶୁଣି ଠାକୁର କୁମ୍ଭୀର କବଳରୁ ଗଜରାଜଙ୍କୁ ଉଦ୍ଧାର କରିଥିଲେ।ଜ


ସେହି ସ୍ମୃତିରେ ଶହଶହ ବର୍ଷ ଧରି ଠାକୁରଙ୍କ ଏହି ଗଜୋଦ୍ଧାରଣ ବେଶ ଶ୍ରୀମନ୍ଦିରରେ ଅନୁଷ୍ଠିତ ହୋଇ ଆସୁଛି । ସେପଟେ ମହାପ୍ରଭୁଙ୍କ ଗଜୋଦ୍ଧାରଣ ବେଶ ଓ ନାଟମଣ୍ଡପ ମରାମତି ପାଇଁ ଗତକାଲି ଠାରୁ ନିତି ସଅଳ କରାଯାଇଛି। ଗତକାଲି ରାତି  ୧୨ଟା୨୫ରେ ମହାପ୍ରଭୁଙ୍କ ପହୁଡ ନିତି ହୋଇଥିବା ବେଳେ ଆଜି ଭୋର  ୪ଟା୦୫ମିନିଟରେ ଶ୍ରୀମନ୍ଦିର ଦ୍ୱାରଫିଟା ନିତି ସମ୍ପର୍ଣ୍ଣ ହୋଇଛି। ୪ଟା ୪୫ରେ ମଙ୍ଗଳାଳତୀ ଓ ୫ଟା ୩୦ରେ ଅବକାଶ ନିତି ବଢି ଅନ୍ଯାନ୍ଯ ନିତି ଆଗକୁ ବଢିଛି।  ତେବେ ମଧ୍ଯାନ୍ନଧୂପ ପରେ ମହାପ୍ରଭୁଙ୍କ ଗଜୋଦ୍ଧାରଣ ବେଶ ଅନୁଷ୍ଠିତ ହେବ। ମହାପ୍ରଭୁ ରତ୍ନବେଦୀରେ ଗଜୋଦ୍ଧାରଣ ବେଶରେ ଭକ୍ତଙ୍କୁ ଦର୍ଶନ ଦେବେ।