Puri News: ଆଜି ଶ୍ରୀମନ୍ଦିରରେ ରାଧାଷ୍ଟମୀ, ନଗର ପରିକ୍ରମା କରିବେ ଚକ୍ରରାଜ ସୁଦର୍ଶନଙ୍କ ଚଳନ୍ତି ପ୍ରତିମା
Advertisement
Article Detail0/zeeodisha/odisha2424572

Puri News: ଆଜି ଶ୍ରୀମନ୍ଦିରରେ ରାଧାଷ୍ଟମୀ, ନଗର ପରିକ୍ରମା କରିବେ ଚକ୍ରରାଜ ସୁଦର୍ଶନଙ୍କ ଚଳନ୍ତି ପ୍ରତିମା

Puri News: ଆଜି ଶ୍ରୀମନ୍ଦିରରେ ରାଧାଷ୍ଟମୀ । ଏହି ଅବସରରେ ଚକ୍ରରାଜ ସୁଦର୍ଶନଙ୍କ ଚଳନ୍ତି ପ୍ରତିମା ନଗର ପରିକ୍ରମା କରିବେ । 

Puri News: ଆଜି ଶ୍ରୀମନ୍ଦିରରେ ରାଧାଷ୍ଟମୀ, ନଗର ପରିକ୍ରମା କରିବେ ଚକ୍ରରାଜ ସୁଦର୍ଶନଙ୍କ ଚଳନ୍ତି ପ୍ରତିମା

Puri News: ଆଜି ଶ୍ରୀମନ୍ଦିରରେ ରାଧାଷ୍ଟମୀ । ଏହି ଅବସରରେ ଚକ୍ରରାଜ ସୁଦର୍ଶନଙ୍କ ଚଳନ୍ତି ପ୍ରତିମା ନଗର ପରିକ୍ରମା କରିବେ । ଆଜି ଅପରାହ୍ନରେ ସୁଦର୍ଶନ ମହାପ୍ରଭୁ ଶ୍ରୀମନ୍ଦିର ବେଢା ପରିକ୍ରମା କରିବା ପରେ ବାହାରକୁ ତାଙ୍କ ବିମାନ ବାହାରି ନଗର ପରିକ୍ରମା ଓ ପନ୍ତି ଭୋଗ ଖାଇବା ପରେ ମହାପ୍ରଭୁଙ୍କ ଭଣ୍ଡାର ରକ୍ଷକ ଓ ହିସାବ ରକ୍ଷକ ଭାବେ ପରିଚିତ ଗୌଡ଼ବାଡ଼ ସାହିରେ ଥିବା ଜମ୍ବେଶ୍ୱର ମହାଦେବ ମନ୍ଦିରକୁ ବିଜେ କରିବେ ।

ALSO READ: Guru Gochar 2024: ବୃହସ୍ପତିଙ୍କ ନକ୍ଷେତ୍ର ପରିବର୍ତ୍ତନ, ଉଦୟ ହେବ ଏହିସବୁ ରାଶିଙ୍କ ଭାଗ୍ୟ!

ALSO READ: Today Horoscope: ଆଜି ବଦଳିବ ଏହିସବୁ ରାଶିଙ୍କ ଭାଗ୍ୟ, ଜାଣନ୍ତୁ ଆପଣଙ୍କ ପାଇଁ କେମିତି ରହିବ ବୁଧବାର?

ସେଠାରେ ଶୀତଳ ଭୋଗ ଓ ପ୍ରସାଦ ଲାଗି ନିତି ଅନୁଷ୍ଠିତ ହେବ । ଜମ୍ବେଶ୍ୱରଙ୍କ ପକ୍ଷରୁ ଜଣେ ପୂଜାପଣ୍ଡା ସାମନ୍ତ ଶ୍ରୀମନ୍ଦିରର ବାର୍ଷିକ ଆୟବ୍ୟୟ ହିସାବ ସୁଦର୍ଶନଙ୍କ ସମୁଖରେ ପଢି ନିତି ସମ୍ପର୍ଣ କରିବେ । ସୁଦର୍ଶନ ମହାପ୍ରଭୁ ଜମ୍ବେଶ୍ୱରଙ୍କ ଠାରୁ ଆୟବ୍ୟୟ ହିସାବ ଆଣିବା ପରେ ସେଠାରୁ ଶ୍ରୀମନ୍ଦିର ପ୍ରତ୍ୟାବର୍ତନ କରିବେ । ଗତକାଲି ରାତିରେ ଶ୍ରୀମନ୍ଦିରରେ କେକେସି ରାକ୍ଷସ ବଧ ନିତି ଅନୁଷ୍ଠିତ ହୋଇଥିଲା ।