Puri News: ଆଜି ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କ ରାହୁରେଖା ଲାଗି ନୀତି, ଏତିକି ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ
Puri News: ରାହୁରେଖା ଲାଗି ନୀତି। ଆଜି ପବିତ୍ର ଭାଦ୍ରବ ମାସ କୃଷ୍ନପକ୍ଷ ପଞ୍ଚମୀ ତିଥି ଅର୍ଥାତ୍ ରେଖାପଞ୍ଚମୀ । ଏହି ଅବସରରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ ଲାଗି ହେବ ରାହୁ ରେଖା। ଶ୍ରୀଜିଉଙ୍କ ଶ୍ରୀମୁଖ ସରସ ଓ ସୁନ୍ଦର ଦେଖାଯିବା ପାଇଁ ସୁନା ଲାଗିଥିବା ପଟିରେ ପ୍ରସ୍ତୁତ ଏହି ରାହୁରେଖାକୁ ଚତୁଃର୍ଦ୍ଧାମୂର୍ତ୍ତୀଙ୍କୁ ଲାଗି କରାଯିବ। ...
Puri News: ରାହୁରେଖା ଲାଗି ନୀତି। ଆଜି ପବିତ୍ର ଭାଦ୍ରବ ମାସ କୃଷ୍ନପକ୍ଷ ପଞ୍ଚମୀ ତିଥି ଅର୍ଥାତ୍ ରେଖାପଞ୍ଚମୀ । ଏହି ଅବସରରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ ଲାଗି ହେବ ରାହୁ ରେଖା। ଶ୍ରୀଜିଉଙ୍କ ଶ୍ରୀମୁଖ ସରସ ଓ ସୁନ୍ଦର ଦେଖାଯିବା ପାଇଁ ସୁନା ଲାଗିଥିବା ପଟିରେ ପ୍ରସ୍ତୁତ ଏହି ରାହୁରେଖାକୁ ଚତୁଃର୍ଦ୍ଧାମୂର୍ତ୍ତୀଙ୍କୁ ଲାଗି କରାଯିବ। ମହାପ୍ରଭୁଙ୍କର ଅନେକ ଗୁପ୍ତନୀତି ମଧ୍ୟରୁ ଏହା ଅନ୍ୟତମ ଗୁପ୍ତନୀତି ହୋଇଥିବାରୁ ଦଇତାପତି ସେବାୟତ ମାନେ ଗୋଷ୍ଠିଗତ ଭାବେ ଏହି ନୀତିକୁ ନିଷ୍ଠାର ସହ ସମ୍ପାଦନ କରିବେ।
ALSO READ: Today Horoscope: ଏହିସବୁ ରାଶିଙ୍କ ପାଇଁ ଶୁଭ ରହିବ ଆଜିର ଦିନ, ଜାଣନ୍ତୁ ଆପଣଙ୍କ ପାଇଁ କେମିତି ରହିବ ଶନିବାର?
ପ୍ରଥମ ଭୋଗମଣ୍ଡପ ସରିବା ପରେ ରାହୁରେଖା ଲାଗି ନୀତି ଆରମ୍ଭ ହେବ । ଏ-ହା ଏକ ଗୁପ୍ତନୀତି ହୋଇଥିବାରୁ ଶ୍ରୀମନ୍ଦିର ପ୍ରଶାସନର ସୂଚନା ଅନୁଯାଇ ଆଜି ଅପରାହ୍ନ ୨ଟା ରୁ ସଂନ୍ଧ୍ୟା ୬ ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ତେବେ ସ୍ନାନ ପୂର୍ଣ୍ଣୀମା ଦିନ ୧୦୮ ଗରା ଜଳରେ ସ୍ନାନ କରି ଥଣ୍ଡା ଜ୍ୱରରେ ପିଡୀତ ହେବା ପରେ ଶ୍ରୀଜିଉଙ୍କ ଶ୍ରୀମୁଖରୁ ରାହୁରେଖାକୁ କାଢି ଦିଆଯାଇଥିଲା।
ତେବେ ପୁନର୍ବାର ଆଜି ଦେଉଳକରଣ, ତଢଉ କରଣ, ଭଣ୍ଡାର ମେକାପଙ୍କ ଉପସ୍ଥିତିରେ ଭଣ୍ଡାର ଘରୁ ରାହୁରେଖାକୁ କଢାଯିବ। ପ୍ରଥମ ଭୋଗମଣ୍ଡପ ସରିବା ପରେ ପୁଷ୍ପାଳକ ସେବାୟତ ଝୋବାକଣ୍ଠି, ମଇଲମ କରିବା ସହ ମହାଜନ ସେବାୟତମାନେ ଭୂଦେବୀ ଏବଂ ଶ୍ରୀଦେବୀଙ୍କୁ ଖଟଶେଜ ଘରେ ବିରାଜମାନ କରାଇବେ। ଏହାପରେ ପତିମହାପାତ୍ର ସେବାୟତ ଏହି ରାହୁରେଖାକୁ ସଂସ୍କାର କରିସାରିବା ପରେ ୪ ବାଡର ବାଡଗ୍ରାହୀ ଓଷୁଅ ଏବଂ କନା ଦ୍ୱାରା ଚତୁଃର୍ଦ୍ଧାମୂର୍ତ୍ତୀଙ୍କ ଶ୍ରୀମୁଖରେ ରାହୁରେଖାକୁ ଲାଗି କରାଇବେ। ରାହୁରେଖା ନୀତି ସମାପ୍ତ ପରେ ଠାକୁରଙ୍କୁ ମହାସ୍ନାନ କରାଯିବା ପରେ ପୁନର୍ବାର ସର୍ବସାଧାରଣ ଦର୍ଶନ ଆରମ୍ଭ ହେବ ।
ତେବେ ରାହୁରେଖା ନୀତିକୁ ସୃଙ୍ଖଳିତ କରିବା ପାଇଁ ଗତକାଲି ନୀତି ସଅଳ କରିବା ପାଇଁ ପ୍ରଚେଷ୍ଟା କରାଯାଇଛି। ଗତକାଲି, ରତ୍ନଭଣ୍ଡାର ଖୋଲି ଆଲମିରା ଓ ସିନ୍ଦୁକ ସ୍ଥାନାନ୍ତରିତ କରିବା ସତ୍ତ୍ୱେ ମଧ୍ୟ ସଠିକ ସମୟରେ ଅର୍ଥାତ ରାତି ୧୦.୧୦ରେ ମହାପ୍ରଭୁଙ୍କ ବଡସିଂହାର ଓ ପରେ ୧୧.୧୦ରେ ପହୁଡ ହୋଇଥିଲା। ତେବେ ଆଜି ୫.୩୦ରେ ଶ୍ରୀମନ୍ଦିର ସିଂହଦ୍ଵାର ଫିଟା ନିତି ସମ୍ପର୍ଣ୍ଣ ହେବା ପରେ ଦୈନନ୍ଦିନର ଆନ୍ଯାନ୍ଯ ନୀତି ଆଗକୁ ବଢିଛି।