ରାଜ୍ୟସଭା ଉପ ନିର୍ବାଚନ, ଆଜି ନାମାଙ୍କନ ପ୍ରତ୍ୟାହାର ଦିନ
Advertisement
Article Detail0/zeeodisha/odisha2401781

ରାଜ୍ୟସଭା ଉପ ନିର୍ବାଚନ, ଆଜି ନାମାଙ୍କନ ପ୍ରତ୍ୟାହାର ଦିନ

Rajya Sabha By Election 2024: ରାଜ୍ୟସଭା ଉପନିର୍ବାଚନ ପାଇଁ ଆଜି ନାମାଙ୍କନ ପ୍ରତ୍ୟାହାର ପାଇଁ ତାରିଖ ଧାର୍ଯ୍ୟ ହୋଇଛି । ଗତ ୨୨ ତାରିଖରେ ଓଡ଼ିଶାରେ ଖାଲି ପଡ଼ିଥିବା ଏକମାତ୍ର ଆସନ ପାଇଁ ୨ ଜଣ ପ୍ରାର୍ଥୀ ନାମାଙ୍କନ ପତ୍ର ଦାଖଲ କରିଥିଲେ । 

ରାଜ୍ୟସଭା ଉପ ନିର୍ବାଚନ, ଆଜି ନାମାଙ୍କନ ପ୍ରତ୍ୟାହାର ଦିନ

Rajya Sabha By Election 2024: ରାଜ୍ୟସଭା ଉପନିର୍ବାଚନ ପାଇଁ ଆଜି ନାମାଙ୍କନ ପ୍ରତ୍ୟାହାର ପାଇଁ ତାରିଖ ଧାର୍ଯ୍ୟ ହୋଇଛି । ଗତ ୨୨ ତାରିଖରେ ଓଡ଼ିଶାରେ ଖାଲି ପଡ଼ିଥିବା ଏକମାତ୍ର ଆସନ ପାଇଁ ୨ ଜଣ ପ୍ରାର୍ଥୀ ନାମାଙ୍କନ ପତ୍ର ଦାଖଲ କରିଥିଲେ । ବିଜେପି ଟିକଟରୁ ପୂର୍ବତନ ସାଂସଦ ମମତା ମହାନ୍ତ ପ୍ରାର୍ଥୀପତ୍ର ଦାଖଲ କରିଥିବା ବେଳେ ବିଜେପି ବିଧାୟକଙ୍କର ପ୍ରସ୍ତାବରେ ସ୍ୱାଧୀନ ଭାବେ ଜଗନ୍ନାଥ ପ୍ରଧାନ ମଧ୍ୟ ନାମାଙ୍କନ ଭରିଛନ୍ତି । ଉଭୟଙ୍କ ପ୍ରାର୍ଥୀପତ୍ର କାଏମ ରହିଥିବା ବେଳେ ଆଜି ନାମାଙ୍କନ ପ୍ରତ୍ୟାହାର କରାଯିବ । ଯଦି କୌଣସି ପ୍ରାର୍ଥୀ ନିଜର ନାମାଙ୍କନ ପ୍ରତ୍ୟାହାର ନକରନ୍ତି, ତାହେଲେ ଆସନ୍ତା ୩ ତାରିଖରେ ଉପ ନିର୍ବାଚନ ଅନୁଷ୍ଠିତ ହେବ ବୋଲି ଜଣାପଡ଼ିଛି ।