Puri News: ବାହୁଡ଼ା ଯାତ୍ରା ସଜବାଜ, ଆଜି ଦକ୍ଷିଣ ମୋଡ଼ ନେବେ ତିନି ରଥ
Advertisement
Article Detail0/zeeodisha/odisha2332481

Puri News: ବାହୁଡ଼ା ଯାତ୍ରା ସଜବାଜ, ଆଜି ଦକ୍ଷିଣ ମୋଡ଼ ନେବେ ତିନି ରଥ

Odisha News: ମହାଆଡମ୍ବରରେ ମହାପ୍ରଭୁଙ୍କ ହେରାପଞ୍ଚମୀ ନୀତି ଗୁରୁବାର ରାତିରେ ସମ୍ପର୍ଣ୍ଣ ହୋଇଛି। ବିଧିପରମ୍ପରା ଅନୁଯାଇ ଆଡପ ମଣ୍ଡପରେ ବିରାଜିତ ମହାପ୍ରଭୁଙ୍କୁ ଦର୍ଶନ କରିବା ପାଇଁ ମହାଲକ୍ଷ୍ମୀ ଶ୍ରୀଗୁଣ୍ଡିଚା ମନ୍ଦିରକୁ ବିଜେ କରିଥିଲେ । ରୁକ୍ମଣୀ ହରଣ ଏକାଦଶୀ ଦିନ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ସହ ମହାଲକ୍ଷ୍ମୀଙ୍କ ବିବାହ ହୋଇଥିଲା । ଗଇଁଠାଳ ଫିଟି ନ ଥିବା ବେଳେ ମହାପ୍ରଭୁ ଅସୁସ୍ଥ ହୋଇ ଅଣସର ପିଣ୍ଡିରେ ଚିକିତ୍ସିତ ହେଉଥିଲେ । 

Puri News: ବାହୁଡ଼ା ଯାତ୍ରା ସଜବାଜ, ଆଜି ଦକ୍ଷିଣ ମୋଡ଼ ନେବେ ତିନି ରଥ

Odisha News: ମହାଆଡମ୍ବରରେ ମହାପ୍ରଭୁଙ୍କ ହେରାପଞ୍ଚମୀ ନୀତି ଗୁରୁବାର ରାତିରେ ସମ୍ପର୍ଣ୍ଣ ହୋଇଛି। ବିଧିପରମ୍ପରା ଅନୁଯାଇ ଆଡପ ମଣ୍ଡପରେ ବିରାଜିତ ମହାପ୍ରଭୁଙ୍କୁ ଦର୍ଶନ କରିବା ପାଇଁ ମହାଲକ୍ଷ୍ମୀ ଶ୍ରୀଗୁଣ୍ଡିଚା ମନ୍ଦିରକୁ ବିଜେ କରିଥିଲେ । ରୁକ୍ମଣୀ ହରଣ ଏକାଦଶୀ ଦିନ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ସହ ମହାଲକ୍ଷ୍ମୀଙ୍କ ବିବାହ ହୋଇଥିଲା । ଗଇଁଠାଳ ଫିଟି ନ ଥିବା ବେଳେ ମହାପ୍ରଭୁ ଅସୁସ୍ଥ ହୋଇ ଅଣସର ପିଣ୍ଡିରେ ଚିକିତ୍ସିତ ହେଉଥିଲେ । ସୁସ୍ଥ ହେବା ପରେ ନବବିବାହିତା ଧର୍ମପତ୍ନୀ ମହାଲକ୍ଷ୍ମୀଙ୍କୁ ଛାଡି ବଡଭାଇ ଓ ଭଉଣୀଙ୍କୁ ସାଙ୍ଗରେ ଧରି ଜନ୍ମବେଦୀକୁ ଯାତ୍ରା କରିଛନ୍ତି । ଦୀର୍ଘଦିନ ଧରି ମହାପ୍ରଭୁଙ୍କ ସହ ମହାଲକ୍ଷ୍ମୀଙ୍କ ସାକ୍ଷାତ ହୋଇନ ଥିଲା । ସେଥିପାଇଁ ମହାଲକ୍ଷ୍ମୀ ବ୍ଯସ୍ତ ବିବ୍ରତ ହୋଇପଡିଥିଲେ। 

ହେରାପଞ୍ଚମୀ ଦିନ ଅର୍ଥାତ ଗତକାଲି ରାତିରେ ମହାପ୍ରଭୁଙ୍କୁ ଦର୍ଶନ କରିବା ପାଇଁ ଶ୍ରୀଗୁଣ୍ଡିଚା ମନ୍ଦିର ଅଭିମୁଖେ ଯାତ୍ରା କରିଥିଲେ ମହାଲକ୍ଷ୍ମୀ । ଗତକାଲି ସଂଧ୍ୟା ଆଳତୀ ପରେ ଏକ ସୁସଜିତ ବିମାନ ପଟୁଆରରେ ମହାଲକ୍ଷ୍ମୀ ଶ୍ରୀମନ୍ଦିରରୁ ବାହାରି ଗୁଣ୍ଡିଚା ମନ୍ଦିର ଅଭିମୁଖେ ଯାତ୍ରା କରିଥିଲେ । ନନ୍ଦିଘୋଷ ରଥ ନିକଟରେ ମହାଲକ୍ଷ୍ମୀ ପହଞ୍ଚିବା ପରେ ପତ୍ତିମହାପାତ୍ର ସେବାୟତ କର୍ପୂର ବନ୍ଦାପନା, ବଳିତା ବନ୍ଦାପନା,ଚାଉଳ ବନ୍ଦାପନା ଇତ୍ୟାଦି କରିଥିଲେ। ସେପଟେ ଗୁଣ୍ଡିଚା ମନ୍ଦିରକୁ ମହାଲକ୍ଷ୍ମୀ ଯିବାବେଳେ ମହାପ୍ରଭୁଙ୍କ ଠାରୁ ମୁଖଚୁମ୍ବିତ ଅଧରମାଳା ମହାଲକ୍ଷ୍ମୀଙ୍କୁ ପ୍ରଦାନ କରାଯାଇଥିଲା । 

ସେହି ସମୟରେ ସଂଧ୍ୟାଧୂପ ଚାଲିଥିବାରୁ ଟେରା ପଡିଥିବା କାରଣରୁ ମହାପ୍ରଭୁଙ୍କ ଭେଟ ନ ପାଇ ରାଗରେ ଅଭିମାନ କରିଥିଲେ ମା ମହାଲକ୍ଷ୍ମୀ। ରାଗ ଜର୍ଜରିତ ଅଭିମାନୀନି ମହାଲକ୍ଷ୍ମୀ ନାକଚଣା ଦ୍ୱାର ଦେଇ ପ୍ରସ୍ଥାନ କରିବା ସମୟରେ ଭିତରଚ୍ଛ ମହାପାତ୍ର ଦହିପଟି ମଣୋହି ନୀତି କରିଥିଲେ । ଏହାପରେ ଅଭିମାନୀନି ମହାଲକ୍ଷ୍ମୀ ନନ୍ଦିଘୋଷ ରଥର ଚକ ଭାଙ୍ଗି ବଡଦାଣ୍ଡ ଓ ହେରାଗୋହିରୀ ସାହି ଦେଇ ଶ୍ରୀମନ୍ଦିରକୁ ପ୍ରସ୍ଥାନ କରିଥିଲେ । ବିଳମ୍ବିତ ରାତ୍ରିରେ ଅନୁଷ୍ଠିତ ମହାପ୍ରଭୁଙ୍କ ଏହି ନୀତିକାନ୍ତି ଦେଖିବା ପାଇଁ ଗୁଣ୍ଡିଚା ମନ୍ଦିର ଓ ଶରଧାବାଲିରେ ପ୍ରବଳ ଭକ୍ତଙ୍କ ଭିଡ଼ ଲାଗିଥିଲା। ମହାପ୍ରଭୁଙ୍କ ସହ ଅଭିମାନିନୀ ମହାଲକ୍ଷ୍ମୀ ରାଗଜର୍ଜରିତ ହୋଇ ଫେରିଯିବା ଖବର ପାଇବା ପରେ ମହାପ୍ରଭୁ ବାହୁଡା ଯାତ୍ରା ପାଇଁ ପ୍ରସ୍ତୁତି କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ପରମ୍ପରା ଆଧାରରେ ଆଜି ତିନିରଥର ଦକ୍ଷିଣ ମୋଡ କରାଯାଉଛି।