ଭୁବନେଶ୍ୱର: ଚଳିତ ବର୍ଷ ପାର୍ବଣ ସମୟରେ କଟକ ମହାନଗର ନିଗମ ଅଞ୍ଚଳରେ ସାର୍ବଜନୀନ ପୂଜା ଉତ୍ସବ ପାଇଁ ଗ୍ରାଉଣ୍ଡ ରେଣ୍ଟ ଆଦାୟ ନ କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ (cm naveen patnaik) ନିର୍ଦ୍ଦେଶ ଦେଇଛନ୍ତି। ବିଭିନ୍ନ ପୂଜା ସମିତି ଓ ସ୍ଥାନୀୟ ବିଧାୟକମାନଙ୍କ ଅନୁରୋଧ କ୍ରମେ ଜନସାଧାରଣଙ୍କ ସାଂସ୍କୃତିକ ଓ ଆଧ୍ୟାତ୍ମିକ ଭାବନା (Cultural and spiritual feelings)କୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ଏହି ନିଷ୍ପତ୍ତି ନେଇଛନ୍ତି । 


COMMERCIAL BREAK
SCROLL TO CONTINUE READING

ଏହା ଦ୍ୱାରା କଟକ ମହାନଗର ନିଗମ ଅଞ୍ଚଳରେ ପାର୍ବଣ ଋତୁ ସମୟରେ ସରକାରୀ ଜାଗାରେ ସାମୟିକ ଭାବରେ ଆୟୋଜିତ ହେଉଥିବା ବିଭିନ୍ନ ପୂଜା ଉତ୍ସବ ପାଇଁ କୌଣସି ଗ୍ରାଉଣ୍ଡ ରେଣ୍ଟ ଆଦାୟ କରାଯିବ ନାହିଁ । ଚଳିତ ବର୍ଷ ଆଗାମୀ ଦିନରେ  ଦୂର୍ଗା ପୂଜା, କାଳୀ ପୂଜା, ଲକ୍ଷ୍ମୀ ପୂଜା ଓ କାର୍ତ୍ତିକେଶ୍ୱର ପୂଜା ଆଦି ଅନେକ ପୂଜା ଅନୁଷ୍ଠିତ ହେବାର ଅଛି। ଏସବୁ ପୂଜା ପାଇଁ କୌଣସି ଗ୍ରାଉଣ୍ଡ ରେଣ୍ଟ କଟକ ମହାନିଗମ ପକ୍ଷରୁ ଆଦାୟ କରାଯିବ ନାହିଁ।


Also Read- Share Market: ରକେଟ୍ ପରି ଆଗକୁ ବଢିଲା ଏହି କମ୍ପାନୀର ଷ୍ଟକ୍, ୬ ମାସରେ ବଡ଼ ଲାଭ


Also Read- ପରିବାରକୁ ହରାଇବାର ୬ ଦିନ ପରେ ଘରେ ପହଞ୍ଚିଲେ ସତ୍ୟ ପ୍ରକାଶ ଦୁବେଙ୍କ ପୁଅ, କହିଲେ ଏବେ କାହିଁକି ବଞ୍ଚିବି?