)
ଭୁବନେଶ୍ବର: ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ ସଂଖ୍ୟା ଲଘୁ ତଥା ପଛୁଆ ବର୍ଗ କଲ୍ୟାଣ ବିଭାଗ ଦ୍ଵାରା ପରିଚାଳିତ ଛାତ୍ରୀ ନିବାସ ଗୁଡ଼ିକରେ କର୍ଯ୍ୟରତ ମହିଳା ମାଟ୍ରନମାନଙ୍କର ମାସିକ ପାରିଶ୍ରମିକ ୧୦,୦୦୦ ଟଙ୍କାରୁ ୧୫,୦୦୦ ଟଙ୍କାକୁ ବୃଦ୍ଧି କରିବାକୁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ନିଷ୍ପତି ନେଇଛନ୍ତି।
ଏଥିସହିତ, ଯଦି କୌଣସି କାର୍ଯ୍ୟରତ ମହିଳା ମାଟ୍ରନ ଦୁର୍ଭାଗ୍ୟ ବଶତଃ ମୃତ୍ୟୁ ବରଣ କରନ୍ତି, ତେବେ ତାଙ୍କ ଉତ୍ତରାଧିକାରୀଙ୍କୁ ଏକକାଳୀନ ଦୁଇ ଲକ୍ଷ ଟଙ୍କା ସହାୟତା ରାଶି ପ୍ରଦାନ କରାଯିବ । ସେହିପରି ୬୦ ବର୍ଷରେ କାର୍ଯ୍ୟ ନିବୃତ୍ତ ହେବା ସମୟରେ ସେମାନଙ୍କୁ ଏକ କାଳୀନ ଏକ ଲକ୍ଷ ଟଙ୍କା ସହାୟତା ରାଶି ପ୍ରଦାନ କରାଯିବ ବୋଲି ରାଜ୍ୟ ସରକାର ଘୋଷଣା କରିଛନ୍ତି।
ଏଥିପାଇଁ ରାଜ୍ୟ ସରକାର ବାର୍ଷିକ ୧୫ କୋଟିରୁ ଉର୍ଦ୍ଧ ଟଙ୍କା ଖର୍ଚ୍ଚ ବହନ କରିବେ । ବୋଲି ସୂଚନା ମିଳିଛି ।