ଏପ୍ରିଲ୍‍ ୨ରୁ ନୂଆ ସ୍କୁଲ୍‍ ଖୋଲିବ, ହୋଇପାରେ ସକାଳୁଆ
Advertisement

ଏପ୍ରିଲ୍‍ ୨ରୁ ନୂଆ ସ୍କୁଲ୍‍ ଖୋଲିବ, ହୋଇପାରେ ସକାଳୁଆ

ଏପ୍ରିଲ୍‍ ୨ ତାରିଖରୁ ଆରମ୍ଭ ହେବ ନୂତନ ଶିକ୍ଷାବର୍ଷ। ସ୍କୁଲ୍‍ଗୁଡ଼ିକୁ ଏଥିଲାଗି ପ୍ରସ୍ତୁତ କରିବାକୁ ଓଡ଼ିଶା ସ୍କୁଲ୍‍ ଶିକ୍ଷା କାର୍ଯ୍ୟକ୍ରମ ପ୍ରାଧୀକରଣ ନିର୍ଦ୍ଦେଶକ ଅନୁପମ ଶାହା ସମସ୍ତ ଜିଲ୍ଲା ଶିକ୍ଷା ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଏହି ଦିନ ଅଭିଭାବକ ଓ ଛାତ୍ରଛାତ୍ରୀଙ୍କ ବୈଠକ ମଧ୍ୟ ଅନୁଷ୍ଠିତ ହେବ। 

ଏପ୍ରିଲ୍‍ ୨ରୁ ନୂଆ ସ୍କୁଲ୍‍ ଖୋଲିବ, ହୋଇପାରେ ସକାଳୁଆ

ଭୁବନେଶ୍ୱର: ଏପ୍ରିଲ୍‍ ୨ ତାରିଖରୁ ଆରମ୍ଭ ହେବ ନୂତନ ଶିକ୍ଷାବର୍ଷ। ସ୍କୁଲ୍‍ଗୁଡ଼ିକୁ ଏଥିଲାଗି ପ୍ରସ୍ତୁତ କରିବାକୁ ଓଡ଼ିଶା ସ୍କୁଲ୍‍ ଶିକ୍ଷା କାର୍ଯ୍ୟକ୍ରମ ପ୍ରାଧୀକରଣ ନିର୍ଦ୍ଦେଶକ ଅନୁପମ ଶାହା ସମସ୍ତ ଜିଲ୍ଲା ଶିକ୍ଷା ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଏହି ଦିନ ଅଭିଭାବକ ଓ ଛାତ୍ରଛାତ୍ରୀଙ୍କ ବୈଠକ ମଧ୍ୟ ଅନୁଷ୍ଠିତ ହେବ। ତେବେ କେବଳ ପ୍ରଥମରୁ ୯ମ ଶ୍ରଣୀ ଛାତ୍ରଛାତ୍ରୀଙ୍କ ପରୀକ୍ଷାଫଳ ପ୍ରକାଶନ ସହ ତାହାକୁ ପ୍ରଦାନ କରିବାକୁ ଶ୍ରୀ ସାହା ନିର୍ଦ୍ଦେଶ ଦେଇଛନ୍ତି। ଜିଲ୍ଲା ଶିକ୍ଷାଧିକାରୀ ମାନଙ୍କୁ ପ୍ରଧାନ ଶିକ୍ଷକଙ୍କୁ ଏ ବାବଦରେ ଜଣାଇ ନିର୍ଦ୍ଦେଶ କାର୍ଯ୍ୟକାରୀ କରିବାକୁ କୁହାଯାଇଛି।

ଏବେ ରାଜ୍ୟର ପ୍ରାୟ ସମସ୍ତ ଅଞ୍ଚଳରେ ଗୟୀଷ୍ମ ପ୍ରବାହ ଓ ତାପମାତ୍ରା ବୃଦ୍ଧିକୁ ଦେଖି ସକାଳୁଆ ସ୍କୁଲ୍‍ ହେବା ସମ୍ଭାବନା ରହିଛି। ତେବେ ଏଥିନେଇ କୌଣସି ନିର୍ଦ୍ଦେଶନାମା ଜାରି ହୋଇ ନାହିଁ।

Also Read- Top 10 News Today: ସଂକ୍ଷେପରେ ପଢନ୍ତୁ ସକାଳର ୧୦ଟି ପ୍ରମୁଖ ଖବର

Also Read- Gold Silver Price: ଦର ବୃଦ୍ଧିରେ ରେକର୍ଡ ଭାଙ୍ଗିଲା ସୁନା ଏବଂ ରୂପା, ଜାଣନ୍ତୁ ଆଜିର ଦର