)
ବ୍ରହ୍ମପୁର: ଆଇନଜୀବୀ ପୀତବାସ ପଣ୍ଡାଙ୍କ ପରିବାରକୁ ୨୪ ଘଣ୍ଟିଆ ସୁରକ୍ଷା ବ୍ୟବସ୍ଥା ଯୋଗାଇ ଦିଆଯାଇଛି । ପୀତବାସଙ୍କ ଘର ଚାରିପଟେ ସାଧା ପୋଷାକଧାରୀ ପୋଲିସ ମୁତୟନ ହୋଇଛନ୍ତି ।
ଆପଣଙ୍କୁ କହିରଖୁଛୁ ଯେ, ବ୍ରହ୍ମପୁର ପୀତବାସ ହତ୍ୟା ମାମଲାରେ ମାମଲା ପ୍ରତ୍ୟାହାର ପାଇଁ ଧମକ ଆସୁଥିବା ପ୍ରେସମିଟ୍ କରି ଅଭିଯୋଗ କରିଥିଲେ ପତ୍ନୀ । ଏକ ଅଜଣା ନମ୍ବରରୁ ପୁଅ ପାଖକୁ ୨ ଥର ଧମକପୂର୍ଣ୍ଣ କଲ୍ ଆସିଛି ଏବଂ ମାମଲା ପ୍ରତ୍ୟାହାର ନ କଲେ ଜୀବନରୁ ମାରିଦେବାକୁ ଧମକ ଦିଆଯାଉଛି ବୋଲି ସେ କହିଥିଲେ । ବିକ୍ରମ ପଣ୍ଡାଙ୍କ ନାଁ ନେଇ ହତ୍ୟା ଧମକ ଦିଆଯାଉଛି ଏଥିସହ ଅଶ୍ଳିଳ ଭାଷାରେ ଗାଳିଗୁଲଜ କରାଯାଉଛି ବୋଲି ସେ ଅଭିଯୋଗ କରିଥିଲେ । ତେଣୁ ଆମେ ଭୟଭୀତ ଅଛୁ ଆମ ଜୀବନ ପ୍ରତି ବିପଦ ରହିଥିବାରୁ ଆମକୁ ସୁରକ୍ଷା ଦିଆଯାଉ ବୋଲି ପୀତବାସଙ୍କ ପତ୍ନୀ ଦାବି କରିଥିଲେ ।