Srimandir: ଶ୍ରୀମନ୍ଦିର ରୋଷ ମଧ୍ୟରେ ଲୁହା କଡ଼େଇ ବ୍ୟବହାର ପ୍ରସଙ୍ଗରେ ୩ ସୁପକାରଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ
Advertisement
Article Detail0/zeeodisha/odisha2455036

Srimandir: ଶ୍ରୀମନ୍ଦିର ରୋଷ ମଧ୍ୟରେ ଲୁହା କଡ଼େଇ ବ୍ୟବହାର ପ୍ରସଙ୍ଗରେ ୩ ସୁପକାରଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ

 Srimandir: ପାଟ୍ଟଯୋଶୀ ମହାପାତ୍ର, ତଳିଚ୍ଛ ମହାପାତ୍ର ଏବଂ ଦେଉଳକରଣ ପ୍ରତିଦିନ ରୋଷଶାଳା ତନଖି କରି ଲୁହା କଡ଼େଇ ଜବତ କରି ବାକୁ ମଧ୍ୟ ଜଣାଇଦିଆଯାଇଥିଲା। ଏହି ସମ୍ପୃକ୍ତ ସେବକଙ୍କ ଦ୍ଵାରା କଡ଼େଇ ଜବତ କାର୍ଯ୍ୟ ସମ୍ପାଦନ କରି କାର୍ଯ୍ୟକାରିତା ରିପୋର୍ଟ ଦାଖଲ କରିବାକୁ ଶ୍ରୀମନ୍ଦିର କମାଣ୍ଡର, ବରିଷ୍ଠ ସୁପରଭାଇଜରଙ୍କୁ ନିର୍ଦ୍ଦେଶ ଦେଇଥିଲେ ମୁଖ୍ୟ ପ୍ରଶାସକ।

Srimandir: ଶ୍ରୀମନ୍ଦିର ରୋଷ ମଧ୍ୟରେ ଲୁହା କଡ଼େଇ ବ୍ୟବହାର ପ୍ରସଙ୍ଗରେ ୩ ସୁପକାରଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ

Srimandir: ଶ୍ରୀମନ୍ଦିର ରୋଷ ମଧ୍ୟରେ ଲୁହା କଡ଼େଇ ବ୍ୟବହାର ପ୍ରସଙ୍ଗରେ ତିନି ଜଣ ସୁପକାରଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି । ସମସ୍ତ ତିନି ଜଣ ସୁପକାରଙ୍କ ଶ୍ରୀମନ୍ଦିର ପରିସର କିମ୍ବା ଶ୍ରୀମନ୍ଦିର ରୋଷରେ ପ୍ରବେଶ ନିଷିଦ୍ଧ କରାଯାଇଛି। ତିନି ସୁପକାରଙ୍କ ମଧ୍ୟରୁ ଜଣେ ପାଳିଆ ସେବକଙ୍କୁ ମହାପ୍ରଭୁଙ୍କ ସେବାପୂଜାରୁ ମଧ୍ୟ ନିଲମ୍ବିତ କରାଯାଇଛି। ଶ୍ରୀ ଜଗନ୍ନାଥ ମନ୍ଦିର ଆଇନ୍ 1955 ର 21 - ଖ (କ) ଧାରା ଅନୁସାରେ ଏହି ନିଳମ୍ବନ ଆଦେଶ ଜାରି କରାଯାଇଛି। ମହାପ୍ରଭୁଙ୍କ ସେବାପୂଜାରେ କୌଣସି ପରମ୍ପରା ବହିର୍ଭୂତ କାର୍ଯ୍ୟ ତଥା ବିଶୃଙ୍ଖଳାକୁ ବରଦାସ୍ତ କରାଯିବ ନାହିଁ ବୋଲି ମୁଖ୍ୟ ପ୍ରଶାସକ ଡ. ଅରବିନ୍ଦ ପାଢୀ କହିଛନ୍ତି।

ଗତ ୧୨ ତାରିଖରେ ଶ୍ରୀମନ୍ଦିର ରୋଷରେ ଅନ୍ନ ରନ୍ଧନରେ ଲୁହା କଡ଼େଇ ବ୍ୟବହାର ନେଇ ଅଭିଯୋଗ ଆସିବା ପରେ ତଦନ୍ତ ସହ କଡ଼େଇ ଜବତ ନିର୍ଦ୍ଦେଶ ଦେଇଥିଲେ ମୁଖ୍ୟ ପ୍ରଶାସକ। ସୁଆର ମହାସୁଆର ନିଯୋଗ, ବିଡ଼ୁଆ ପନ୍ତି ବଡୁ ନିଯୋଗ,  ରୋଷପାଇକ ନିଯୋଗର ସମ୍ପାଦକ ଏବଂ ରୋଷ ଅମୀନ ତୁରନ୍ତ ରୋଷ ପରିଦର୍ଶନ କରି ଏହାକୁ ନିବାରଣ କରିବା ସହ କଡ଼େଇ ଜବତ କରି ରିପୋର୍ଟ ଦାଖଲ କରିବାକୁ କୁହାଯାଇଥିଲା। ସେହିପରି ପାଟ୍ଟଯୋଶୀ ମହାପାତ୍ର, ତଳିଚ୍ଛ ମହାପାତ୍ର ଏବଂ ଦେଉଳକରଣ ପ୍ରତିଦିନ ରୋଷଶାଳା ତନଖି କରି ଲୁହା କଡ଼େଇ ଜବତ କରି ବାକୁ ମଧ୍ୟ ଜଣାଇଦିଆଯାଇଥିଲା। ଏହି ସମ୍ପୃକ୍ତ ସେବକଙ୍କ ଦ୍ଵାରା କଡ଼େଇ ଜବତ କାର୍ଯ୍ୟ ସମ୍ପାଦନ କରି କାର୍ଯ୍ୟକାରିତା ରିପୋର୍ଟ ଦାଖଲ କରିବାକୁ ଶ୍ରୀମନ୍ଦିର କମାଣ୍ଡର, ବରିଷ୍ଠ ସୁପରଭାଇଜରଙ୍କୁ ନିର୍ଦ୍ଦେଶ ଦେଇଥିଲେ ମୁଖ୍ୟ ପ୍ରଶାସକ।

ରିପୋର୍ଟ ଆସିବା ପରେ ତୁରନ୍ତ କାର୍ଯ୍ୟାନୁଷ୍ଠାନ ନେଇଛନ୍ତି ମୁଖ୍ୟ ପ୍ରଶାସକ। ପୂର୍ବ ନିର୍ଦ୍ଦେଶ ପରେ ଅନ୍ୟ ସୁପକାର ମାନେ କଡ଼େଇ ବାହାର କରି ନେଇଥିବା ଜଣାପଡ଼ିଛି। ତେବେ ଏହି ତିନି ସୁପକାର କୋଠଭୋଗ ରୋଷରେ ବାରଣ ସତ୍ତ୍ୱେ ଲୁହା କଡ଼େଇ ବ୍ୟବହାର କରି ଅନ୍ନ ଡାଲି ରୋଷେଇ କରିଥିବା ଜଣା ପଡିବା ପରେ କାର୍ଯ୍ୟାନୁଷ୍ଠାନ ନେଇଛନ୍ତି ମୁଖ୍ୟ ପ୍ରଶାସକ।ତିନି ସୁପକାରଙ୍କୁ କାରଣ ଦର୍ଶାଅ ନୋଟିସ ଜାରି କରିବା ସହ ଶ୍ରୀମନ୍ଦିର ତଥା ରୋଷଘରେ ପ୍ରବେଶ ନିଷିଦ୍ଧ କରାଯାଇଛି। ପ୍ରବେଶ ନିଷିଦ୍ଧ କଟକଣା କାର୍ଯ୍ୟକାରି କରିବାକୁ ବିହିତ ପଦକ୍ଷେପ ନେବା ପାଇଁ ଶ୍ରୀମନ୍ଦିର କମାଣ୍ଡର ଏବଂ ଦେଉଳ କରଣଙ୍କୁ ଆଦେଶ ଜାରି କରିଛନ୍ତି ମୁଖ୍ୟ ପ୍ରଶାସକ।