Banakalagi Ritual: ଆଜି ମହାପ୍ରଭୁଙ୍କର ବନକଲାଗି ନୀତି, ୪ ଘଣ୍ଟା ପାଇଁ ସାଧାରଣ ଦର୍ଶନ ବନ୍ଦ
Advertisement
Article Detail0/zeeodisha/odisha2372217

Banakalagi Ritual: ଆଜି ମହାପ୍ରଭୁଙ୍କର ବନକଲାଗି ନୀତି, ୪ ଘଣ୍ଟା ପାଇଁ ସାଧାରଣ ଦର୍ଶନ ବନ୍ଦ

Banakalagi Ritual: ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କର ବନକଲାଗି ନୀତି ଅନୁଷ୍ଠିତ ହେବ । ଦ୍ଵିତୀୟ ଭୋଗମଣ୍ଡପ  ଉଠିବା ପରେ ଦତ୍ତମହାପାତ୍ର ସେବକମାନେ ଶ୍ରୀମନ୍ଦିର ଗର୍ଭଗୃହକୁ ପ୍ରବେଶ କରିବା ସହ ମହାପ୍ରଭଙ୍କର ଶ୍ରୀମୁଖ ଶୃଙ୍ଗାର କରିବେ  । ପ୍ରାକୃତିକ ପ୍ରଣାଳୀରେ ପ୍ରସ୍ତୁତ ପ୍ରସାଧାନରେ ଶ୍ରୀବିଗ୍ରହମାନଙ୍କ ଶ୍ରୀମୁଖକୁ ଶୃଙ୍ଗାର କରାଯିବ  । 

Banakalagi Ritual: ଆଜି ମହାପ୍ରଭୁଙ୍କର ବନକଲାଗି ନୀତି,  ୪ ଘଣ୍ଟା ପାଇଁ ସାଧାରଣ ଦର୍ଶନ ବନ୍ଦ

Banakalagi Ritual: ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କର ବନକଲାଗି ନୀତି ଅନୁଷ୍ଠିତ ହେବ । ଦ୍ଵିତୀୟ ଭୋଗମଣ୍ଡପ  ଉଠିବା ପରେ ଦତ୍ତମହାପାତ୍ର ସେବକମାନେ ଶ୍ରୀମନ୍ଦିର ଗର୍ଭଗୃହକୁ ପ୍ରବେଶ କରିବା ସହ ମହାପ୍ରଭଙ୍କର ଶ୍ରୀମୁଖ ଶୃଙ୍ଗାର କରିବେ  । ପ୍ରାକୃତିକ ପ୍ରଣାଳୀରେ ପ୍ରସ୍ତୁତ ପ୍ରସାଧାନରେ ଶ୍ରୀବିଗ୍ରହମାନଙ୍କ ଶ୍ରୀମୁଖକୁ ଶୃଙ୍ଗାର କରାଯିବ  । ହିଙ୍ଗୁଳ, ହରିତାଳ, କସ୍ତୁରୀ, ନାଲି, ଧଳା ଓ କଳା ଭଳି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଯୋଗାଇ ଦିଆଯାଇଥିବା ପାରମ୍ପରିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ  । ଏହା ଏକ ଗୁପ୍ତ ସେବା ନିତି ହୋଇଥିବାରୁ ଆଜି ପ୍ରାୟ ସନ୍ଧ୍ୟା ୫ ଟା ରୁ  ରାତି ୯ ଟା ପର୍ଯ୍ୟନ୍ତ ପ୍ରାୟ  ଚାରିଘଣ୍ଟା ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ବନକଲାଗି ନିତି ପରେ ଠାକୁରଙ୍କୁ ମହାସ୍ନାନ କରାଯିବା ପରେ ପୁନର୍ବାର  ଦର୍ଶନ ଆରମ୍ଭ  ହେବ।

 

ତେବେ, ଆମେ ଏଠାରେ ଆପଣଙ୍କୁ ସୂଚନା ଦେବାକୁ ଚାହିଁବୁ ଯେ, ପ୍ରତ୍ୟକ ମାସରେ ହାରାହାରି ଦୁଇ ଥର ଶ୍ରୀଜୀଉମାନଙ୍କର ମୁଖଶ୍ରୀର ପ୍ରସାଧନ (ରଙ୍ଗଲାଗି) ବା ବନକ ଲାଗି ହୋଇଥାଏ । ବନକ ଲାଗି ରୀତି ‘ଦତ୍ତ ମହାପାତ୍ର’ ଗୋଷ୍ଠୀର ସେବକମାନଙ୍କ ଦ୍ୱାରା କରାଯାଇଥାଏ । ନିୟମ ଅନୁଯାୟୀ ବୁଧବାର ଦିନ ବନକ ଲାଗି ହୋଇଥାଏ । ଦି’ପ୍ରହର ଧୂପ ସରିବାପରେ ମନ୍ଦିରର ସମସ୍ତ ଦରଜା ବନ୍ଦ କରାଯାଇ ଏହି ନୀତି କରାଯାଇଥାଏ । ଦତ୍ତମହାପାତ୍ର ରତ୍ନ ସିଂହାସନ ଉପରକୁ ଯାଇ ଦେବତାମାନଙ୍କର ମୁଖସିଂହାର କରନ୍ତି । ଏହି ନୀତି ସମାପନ ହେବା ପର୍ଯ୍ୟନ୍ତ (ପ୍ରାୟ ତିନି ରୁ ଚାରି ଘଣ୍ଟା ସମୟ) ଶ୍ରୀମନ୍ଦିରର ସମସ୍ତ ଦ୍ୱାର ସମ୍ପୂର୍ଣ୍ଣ ବନ୍ଦ ରହେ । ତିନି ଦାରୁମୂର୍ତ୍ତିଙ୍କ ମୁଖମଣ୍ଡଳରେ ଶୃଙ୍ଗାରକୁ ମନ୍ଦିର ଭାଷାରେ ବନକଲାଗି  କୁହାଯାଏ ।