ଭୁବନେଶ୍ଵର: ଆଜି ମଧ୍ୟାହ୍ନରେ ସୁଭଦ୍ରା ହିତାଧିକାରୀଙ୍କ ଆକାଉଣ୍ଟକୁ ଆସିଛି ଟଙ୍କା। ଆଜି ପ୍ରଥମ କିସ୍ତିର ତୃତୀୟ ପର୍ଯ୍ୟାୟ ଟଙ୍କା ଆସିଛି। ୨୦ ଲକ୍ଷରୁ ଅଧିକ ଯୋଗ୍ୟ ହିତାଧିକାରୀଙ୍କ ଆକାଉଣ୍ଟକୁ ଏହି ଟଙ୍କା ଆସିଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୁନ୍ଦରଗଡ଼ ଗସ୍ତରେ ଯାଇ ଏହି ଟଙ୍କା ବଣ୍ଟନର ଶୁଭାରମ୍ଭ କରିଛନ୍ତି।


COMMERCIAL BREAK
SCROLL TO CONTINUE READING

ସୂଚନାଯୋଗ୍ୟ ଗତ ସେପ୍ଟେମ୍ବର ୧୭ ଓ ଅକ୍ଟୋବର ୯ରେ ଦୁଇଟି ପର୍ଯ୍ୟାୟରେ ପ୍ରାୟ ୬୦ ଲକ୍ଷ ମହିଳାଙ୍କୁ ସୁଭଦ୍ରା ଟଙ୍କା ପ୍ରଦାନ କରାଯାଇ ସାରିଛି। ଏହି ଯୋଜନାରେ ଅଧିକରୁ ଅଧିକ ମହିଳାଙ୍କୁ ସାମିଲ କରିବାକୁ ରାଜ୍ୟ ସରକାର ଲକ୍ଷ୍ୟ ରଖିଛନ୍ତି। 


ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୂଚନା ଦେଇଛନ୍ତି ଯେ, ଗତ ସେପ୍ଟେମ୍ବର ୧୭ ଓ ଅକ୍ଟୋବର ୯ରେ ଦୁଇଟି ପର୍ଯ୍ୟାୟରେ ପ୍ରାୟ ୬୦ ଲକ୍ଷ ମହିଳାଙ୍କୁ ସୁଭଦ୍ରା ଟଙ୍କା ପ୍ରଦାନ କରାଯାଇ ସାରିଛି। ଏହି ଯୋଜନାରେ ଅଧିକରୁ ଅଧିକ ମହିଳାଙ୍କୁ ସାମିଲ କରିବାକୁ ରାଜ୍ୟ ସରକାର ଲକ୍ଷ୍ୟ ରଖିଛନ୍ତି। ୨ ଲକ୍ଷ ୬୭ ହଜାର ବାଦ୍‌ ପଡ଼ିଥିବା ହିତାଧିକାରୀଙ୍କ ତାଲିକା ବ୍ଲକରେ ପହଞ୍ଚିଛି। ବ୍ଲକରେ ଏ ନେଇ ସମୀକ୍ଷା ସରିଛି।