Subhadra Yojana: ସୁଭଦ୍ରା ଯୋଜନାକୁ ନେଇ ରାଜ୍ୟର ମହିଳାଙ୍କ ମଧ୍ୟରେ ଉତ୍ସାହ ଦେଖାଦେଉଛି। କାହିଁକିନା, ଚଳିତ ମାସ ୧୭ରେ ହିତାଧିକାରୀଙ୍କୁ ମିଳିବ ପ୍ରଥମ କିସ୍ତି। ଭୁବନେଶ୍ବର ଜନତା ମଇଦାନରେ  ଆୟୋଜିତ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଯୋଗ ଦେଇ ହିତାଧିକାରୀଙ୍କୁ ସୁଭଦ୍ରା କାର୍ଡ଼ ବଣ୍ଟନ କରିବେ। ଏନେଇ ରାଜ୍ୟସ୍ତରୀୟ ସମାରୋହ ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଛି।  ଏ-ନେଇ ଆଜିଠାରୁ ଫର୍ମ ଦାଖଲ ପ୍ରକ୍ରିୟା ଆରମ୍ଭ ହେବ। ଏଥିପାଇଁ 'ମୋ ସେବା' ବା 'ଜନ ସେବା କେନ୍ଦ୍ର' ରେ ଫର୍ମ ଦାଖଲ ବ୍ୟବସ୍ଥା ରହିଛି । ସୁଭଦ୍ରା ଯୋଜନା ଫର୍ମ ପୂରଣ ପରେ ଫର୍ମ ସହିତ ଅବେଦନକାରୀଙ୍କୁ କେବଳ ଆଧାର କାର୍ଡର ନକଲ ଦାଖଲ କରିବାକୁ ପଡିବ । ମୋ ସେବା କେନ୍ଦ୍ର, ଜନ ସେବା କେନ୍ଦ୍ର ଓ ଜିଲ୍ଲାପାଳଙ୍କ ଦ୍ୱାରା ନିରୂପିତ ସ୍ଥାନ ଓ କାର୍ଯ୍ୟାଳୟରେ ଫର୍ମ ଦାଖଲ କରାଯିବ। 


COMMERCIAL BREAK
SCROLL TO CONTINUE READING

ALSO READ: Shani Shukra Yuti 2024: ଶନି-ଶୁକ୍ରଙ୍କ କୃପାରୁ ଉଦୟ ହେବ ଏହିସବୁ ରାଶିଙ୍କ ଭାଗ୍ୟ, ୨୦୨୫ ପର୍ଯ୍ୟନ୍ତ ରହିବନି ଧନର ଅଭାବ!


ତେବେ, ଏହି କାର୍ଯ୍ୟରେ ମହିଳାମାନଙ୍କୁ ଫର୍ମ ପୁରଣ ଓ ଦାଖଲରେ ଅଙ୍ଗନୱାଡି କର୍ମୀ, ସିଆରପି, ଏମବିସି, ବ୍ୟାଙ୍କ ମିତ୍ର, କୃଷି-ମିତ୍ରମାନେ ସହଯୋଗ କରିବେ ବୋଲି ଜଣାପଡିଛି ।ମହିଳା ଓ ଶିଶୁ ବିକାଶ ବିଭାଗ ପକ୍ଷରୁ 'ସୁଭଦ୍ରା' ଗାଇଡ୍‌ଲାଇନ୍ ଜାରି କରାଯାଇଛି। ଯେଉଁଥିରେ ୨୧ରୁ ଅଧିକ ଓ ୬୦ ବର୍ଷରୁ କମ୍ ବୟସ୍କ ମହିଳା ଆବେଦନ କରିପାରିବେ । ଏହି ଯୋଜନାରେ ରାଜ୍ୟର ପ୍ରାୟ ୧ କୋଟିରୁ ଅଧିକ ମହିଳା ଏହି ଯୋଜନାରେ ଉପକୃତ ହୋଇପାରିବେ । 


ସରକାରଙ୍କ ପକ୍ଷରୁ ଖୋଲାଯାଇଥିବା ୱେବ୍‌ ପୋର୍ଟଲ www.subhadra.odisha.gov.in ରେ ସମସ୍ତ ତଥ୍ୟ ଉପଲବ୍ଧ ରହିବ। ସୁଭଦ୍ରା ଯୋଜନା ସମ୍ୱନ୍ଧରେ ଜାଣିବା ପାଇଁ ଏହି ୱେବ ପୋର୍ଟାଲରେ ସମସ୍ତ ପ୍ରକାର ସୂଚନା ପ୍ରଦାନ କରାଯାଇଛି। ସୁଭଦ୍ରା ଯୋଜନା ସମ୍ୱନ୍ଧୀୟ କୌଣସି ନୂଆ ଘୋଷଣା ମଧ୍ୟ ମହିଳାମାନେ ଏହି ୱେବ ପୋର୍ଟାଲରେ ପାଇପାରିବେ। ହିତାଧିକାରୀଙ୍କ ଯୋଗ୍ୟତା, ସେମାନଙ୍କ ଅଧିକାର, ଦାୟିତ୍ୱ ସହ ବାରମ୍ୱାର ପଚରାଯାଉଥିବା ପ୍ରଶ୍ନ ଓ ଏହାର ଉତ୍ତର ଏହି ୱେବ ପୋର୍ଟାଲରେ ଉପଲବ୍ଧ ଅଛି । ଏହାସହ ଅଧିକ ସୂଚନା ଜାଣିବା ପାଇଁ ଏକ ଟୋଲ୍ ଫ୍ରି ନମ୍ବର ମଧ୍ୟ ଜାରି କରାଯାଇଛି।  ଟୋଲ ଫ୍ରି ନମ୍ୱର -୧୪୬୭୮ ରେ କଲ ସୁଭଦ୍ରା ଯୋଜନା ସମ୍ପର୍କିତ ଅଧିତ ତଥ୍ୟ ପାଇପାରିବେ।