Crime News: ୧୦ ବର୍ଷୀୟା ନାବାଳିକାର ମୃତଦେହ ଉଦ୍ଧାର
Crime News: ନାବାଳିକା ଜଣଙ୍କ ଗତକାଲି ଦିନ ପ୍ରାୟ ଏକ ଘଣ୍ଟିକା ସମୟରେ ଶୌଚ ପାଇଁ ଯାଉଛି କହି ଘରୁ ବାହାରିଥିଲେ। ବହୁ ସମୟ ଧରି ଝିଅ ଘରକୁ ଫେରିନଥିବାରୁ ଘର ଲୋକ ଚିନ୍ତାରେ ପଡ଼ିଥିଲେ। ଏହା ପରେ ପରିବାର ଲୋକେ ବିଭିନ୍ନ ସ୍ଥାନରେ ଖୋଜାଖୋଜି ଆରମ୍ଭ କରିଥିଲେ। ଝିଅର ସମସ୍ତ ସାଙ୍ଗସାଥି ଏବଂ ପୋଡଶୀଙ୍କୁ ଯୋଗାଯୋଗ କରିବା ପରେ ମଧ୍ୟ କୌଣସି ସୁଫଳ ମିଳିନଥିଲା।
Crime News: (ନିରଜ ଶତପଥୀ) ନବରଙ୍ଗପୁର ଜିଲ୍ଲା ତେନ୍ତୁଳିଖୁଣ୍ଟି ବ୍ଲକ କଣ୍ଟାଗାଁ ସଦର ପଂଚାୟତ ସରକାରୀ ଉଚ୍ଚ ବିଦ୍ୟାଳୟ ନିକଟସ୍ତ ଏକ ଟାୱାର ପାଚେରି ପାର୍ଶ୍ୱରୁ ଜଣେ ୧୦ ବର୍ଷୀୟା ନାବାଳିକାର ମୃତଦେହ ଉଦ୍ଧାର ହୋଇଛି। ନାବାଳିକା ଜଣଙ୍କ ଗତକାଲି ଦିନ ପ୍ରାୟ ଏକ ଘଣ୍ଟିକା ସମୟରେ ଶୌଚ ପାଇଁ ଯାଉଛି କହି ଘରୁ ବାହାରିଥିଲେ। ବହୁ ସମୟ ଧରି ଝିଅ ଘରକୁ ଫେରିନଥିବାରୁ ଘର ଲୋକ ଚିନ୍ତାରେ ପଡ଼ିଥିଲେ। ଏହା ପରେ ପରିବାର ଲୋକେ ବିଭିନ୍ନ ସ୍ଥାନରେ ଖୋଜାଖୋଜି ଆରମ୍ଭ କରିଥିଲେ। ଝିଅର ସମସ୍ତ ସାଙ୍ଗସାଥି ଏବଂ ପୋଡଶୀଙ୍କୁ ଯୋଗାଯୋଗ କରିବା ପରେ ମଧ୍ୟ କୌଣସି ସୁଫଳ ମିଳିନଥିଲା।
ପରେ ବହୁ ଖୋଜା ଖୋଜି କରି ରାତି ସମୟରେ ଗ୍ରାମର ଟାୱାର ପାଚେରି ପାର୍ଶ୍ୱରୁ ଝିଅର ମୃତ ଶରୀର ପଡିଥିବା ଦେଖିବାକୁ ପାଇଥିଲେ। ପାରିପାର୍ଶ୍ଵିକ ସ୍ଥିତିରୁ ଏହା ଦୁଷ୍କର୍ମ ପରେ ହତ୍ୟା କରାଯାଇଥିବା ସନ୍ଦେହ କରାଯାଉଛି। ଘଟଣା ବାବଦରେ ସୂଚନା ପାଇ ତେନ୍ତୁଳିଖୁଣ୍ଟି ଥାନା ପୋଲିସ ଘଟଣା ସ୍ଥଳରେ ପହଞ୍ଚି ଘଟଣାର ପ୍ରାଥମିକ ତଦନ୍ତ ଆରମ୍ଭ କରିଛି। ଅପରପକ୍ଷରେ ଘଟଣାରେ ଜଡିତ ଦୋଷୀ ଙ୍କୁ ଶୀଘ୍ର ଗିରଫ କରିବା ସହ କୋଠର ଦଣ୍ଡ ଦେବା ପାଇଁ ଗ୍ରାମବାସୀ ଦାବି କରିଛନ୍ତି।