Odisha News: ଜାଗା ବାଡିକୁ ନେଇ ସାନ ଭାଇକୁ ନିର୍ମମ ଭାବେ ହତ୍ୟା କଲା ବଡ଼ ଭାଇ। ଏଭଳି ଲୋମ ଟାଙ୍କୁରା ଘଟଣା ଘଟିଛି ମୟୂରଭଞ୍ଜ ଜିଲ୍ଲା ରାସଗୋବିନ୍ଦପୁର ଥାନା ଅଧୀନ ନଳଗଜା ପଞ୍ଚାୟତର ଲୁଣଚାଟି ଗ୍ରାମରେ।ଘଟଣା ଅନୁଯାୟୀ, ଉକ୍ତ ଗ୍ରାମର ଜୟନ୍ତ ମାହାନା ଏବଂ ତାଙ୍କ ବଡ଼ ଭାଇ ଅରୁଣ ମାହାନାଙ୍କ ମଧ୍ୟରେ ପ୍ରତିଦିନ ଘର ସୀମାକୁ ନେଇ ଗଣ୍ଡଗୋଳ ହେଉଥିବା ବେଳେ ଉକ୍ତ ଗଣ୍ଡଗୋଳ ଆଜି ଚରମ ସୀମାରେ ପହଞ୍ଚି ଉଗ୍ର ରୂପ ଧାରଣା କରିଥିଲା। ଆଜି ସକାଳ ଆଠଟାରେ ଜୟନ୍ତ ଘର ସୀମାରେ ବାଡ଼ ଘେରିବାକୁ ଥିବା ସମୟରେ ଜୟନ୍ତ ଓ ଅରୁଣଙ୍କ ମଧ୍ୟରେ ଗଣ୍ଡଗୋଳ ଓ ମାରପିଟ ହୋଇଥିଲା।



COMMERCIAL BREAK
SCROLL TO CONTINUE READING

ତେବେ ଅରୁଣଙ୍କ ରାଗ ଅତ୍ୟନ୍ତ ଉଗ୍ରରୂପ ଧାରଣା କରିଥିଲା ଯେ, ସେ ଏକ ଧାରୁଆ ତରୁଆଲ(ମାରାଣାସ୍ତ୍ର)ରେ ଜୟନ୍ତଙ୍କ ବେକକୁ ହାଣିବା ଫଳରେ ଜୟନ୍ତ ଘଟଣାସ୍ଥଳରେ ଟଳି ପଡ଼ିଥିଲେ। ଏତିକିରେ ଅରୁଣଙ୍କ ରାଗ ଶାନ୍ତ ନପଡିବାରୁ ସେ ଉକ୍ତ ତରୁଆଲରେ ବାରମ୍ବାର ଜୟନ୍ତଙ୍କ ବେକକୁ ହାଣିବାରୁ ଘଟଣାସ୍ଥଳରେ ଅରୁଣଙ୍କ ମୃତ୍ୟୁ ଘଟିଥିଲା। ହତ୍ୟା କରିବାପରେ ଅରୁଣ ଘରୁ ବାଇକ କାଢି ଘଟଣାସ୍ଥଳରୁ ଫେରାର ହୋଇଯାଇଥିବା ଜଣାପଡ଼ିଛି । ଖବର ପାଇ, ଘଟଣାସ୍ଥଳରେ ରାସଗୋବିନ୍ଦପୁର ଥାନା ଅଧିକାରିଣୀ ସୁକାନ୍ତି କେରାଇ ଓ ତାଙ୍କ ଟିମ ପହଞ୍ଚି ତଦନ୍ତ ଜାରି ରଖିଛନ୍ତି।