Odisha News: ମହାପ୍ରଭୁଙ୍କ ଭୂସମ୍ପତ୍ତି ସମ୍ପର୍କିତ ମାମଲା, ଶ୍ରୀମନ୍ଦିର ପ୍ରଶାସନ ସପକ୍ଷରେ ରାୟ ଦେଇଛନ୍ତି ମାନ୍ୟବର ହାଇକୋର୍ଟ
Advertisement
Article Detail0/zeeodisha/odisha2762935

Odisha News: ମହାପ୍ରଭୁଙ୍କ ଭୂସମ୍ପତ୍ତି ସମ୍ପର୍କିତ ମାମଲା, ଶ୍ରୀମନ୍ଦିର ପ୍ରଶାସନ ସପକ୍ଷରେ ରାୟ ଦେଇଛନ୍ତି ମାନ୍ୟବର ହାଇକୋର୍ଟ

Odisha News: ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ଭୂସମ୍ପତ୍ତି ସମ୍ପର୍କିତ ଏକ ମାମଲାରେ ଶ୍ରୀମନ୍ଦିର ପ୍ରଶାସନ ସପକ୍ଷରେ ରାୟ ଦେଇଛନ୍ତି ମାନ୍ୟବର ହାଇକୋର୍ଟ । ଖୋର୍ଦ୍ଧା ଜିଲ୍ଲା ଜଟଣି ତହସିଲ କନ୍ତିଆ ମୌଜାର ବହୁମୂଲ୍ୟ ୧୫ ଏକର ଜମିକୁ ନେଇ ନିର୍ଦ୍ଦିଷ୍ଟ ଏକ ସଂସ୍ଥା ପକ୍ଷରୁ ଦାଏର ଏହି ମାମଲାରେ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ରିଭ୍ୟୁ ପିଟିସନ ଦାଖଲ ହୋଇଥିଲା ।

ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଆଡଭୋକେଟ ଜେନେରାଲ ଶ୍ରୀ ପିତାମ୍ବର ଆଚାର୍ଯ୍ଯ ବଳିଷ୍ଠ ଯୁକ୍ତି ବାଢ଼ିଥିବା ବେଳେ,ନିଜେ ମୁଖ୍ୟ ପ୍ରଶାସକ ଡ.ଅରବିନ୍ଦ କୁମାର ପାଢ଼ୀ ଅଦାଲତରେ ହାଜର ହୋଇ ମହାପ୍ରଭୁଙ୍କ ଭୂ-ସମ୍ପତ୍ତିର ସ୍ୱାର୍ଥ ରକ୍ଷା ପାଇଁ ପକ୍ଷ ରଖିଥିଲେ । ଆଡଭୋକୋଟ୍ ଆନନ୍ଦ ଚନ୍ଦ୍ର ସ୍ବାଇଁ ଶ୍ରୀମନ୍ଦିର ପ୍ରଶାସନ ତରଫରୁ ମାମଲାର ପରିଚାଳନା କରୁଥିଲେ। 

କୌଣସି ନ୍ଯସ୍ତସ୍ବାର୍ଥ ବ୍ଯକ୍ତି ବା ଅନୁଷ୍ଠାନର ଲୋଲୁପ ଦୃଷ୍ଟିକୁ ବରଦାସ୍ତ କରାଯିବ ନାହିଁ। ଶ୍ରୀମ୍ପତ୍ତି ଗୁଡିକର କଂପ୍ଯୁଟରୀକରଣ ସହ ସଂପୂର୍ଣ୍ଣ ସ୍ବଚ୍ଛତାର ସହ ରାଜ୍ଯ ସରକାରଙ୍କ ସମାନ ନୀତି (Uniform Policy) ଓ ଶ୍ରୀଜଗନ୍ନାଥ ମନ୍ଦିର ଆଇନ୍ ୧୯୫୫ ଅନୁଯାୟୀ ସମସ୍ତ ଜମିର ସୁରକ୍ଷା କରାଯିବ। ଏହି ମାମଲାରେ ମାନ୍ୟବର କୋର୍ଟ ଦେଇଥିବା ନିର୍ଦ୍ଦେଶ ଆଗାମୀ ଦିନରେ ଶ୍ରୀମନ୍ଦିରର ଭୂସମ୍ପତ୍ତି ପରିଚାଳନା କ୍ଷେତ୍ରରେ ଏକ ମାର୍ଗଦର୍ଶକ ସାଜିବ ଏବଂ ଏହାକୁ କଡାକଡି ଭାବେ ଅନୁପାଳନ କରିବାକୁ ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନ ବଦ୍ଧପରିକର ବୋଲି ମୁଖ୍ୟ ପ୍ରଶାସକ କହିଛନ୍ତି ।

;