ପ୍ରେମକୁ ବିରୋଧ କରିବାରୁ ଯୁବତୀଙ୍କ ଦାଦାଙ୍କ ମୁଣ୍ଡ, ଗଣ୍ଡି ଅଲଗା କରିଦେଲେ ପାଗଳପ୍ରେମୀ
Advertisement
Article Detail0/zeeodisha/odisha2405175

ପ୍ରେମକୁ ବିରୋଧ କରିବାରୁ ଯୁବତୀଙ୍କ ଦାଦାଙ୍କ ମୁଣ୍ଡ, ଗଣ୍ଡି ଅଲଗା କରିଦେଲେ ପାଗଳପ୍ରେମୀ

Murder case: ଖଣ୍ଡିଗିରି ଥାନା ଜଗନ୍ନାଥନଗର ଶୁକବିହାର ଅଞ୍ଚଳରେ ଏପରି ଅଭାବନୀୟ ଘଟଣା ଘଟିଛି।

ପ୍ରେମକୁ ବିରୋଧ କରିବାରୁ ଯୁବତୀଙ୍କ ଦାଦାଙ୍କ ମୁଣ୍ଡ, ଗଣ୍ଡି ଅଲଗା କରିଦେଲେ ପାଗଳପ୍ରେମୀ

ଭୁବନେଶ୍ଵର: ପ୍ରେମରେ କଣ୍ଟା ସାଜିଲେ ଯୁବତୀଙ୍କ ଦାଦା। ଦାଦା ଝିଆରୀଠୁ ଦୂରେଇ ରହିବାକୁ ଚେତାବନୀ ବି ଦେଲେ। ରାସ୍ତାରେ କଣ୍ଟା ସାଜିଥିବା ଦାଦାଙ୍କୁ ହଟାଇବାକୁ ପାଲଟିଗଲେ ଅପରାଧୀ। ବାଇକ୍‌ରେ ଫେରୁଥିବା ଯୁବତୀଙ୍କ ଦାଦାଙ୍କ ବେକକୁ ଖଣ୍ଡାରେ ଚୋଟ ପକାଇଲେ। ଫଳରେ ଆଖି ପିଛୁଳାକେ ମୁଣ୍ଡରୁ ଗଣ୍ଡି ଅଲଗା ହୋଇଗଲା। ଏଭଳି ଏକ ଘଟଣା ରାଜଧାନୀରେ ଚାଞ୍ଚଲ୍ୟ ଖେଳାଇ ଦେଇଛି। ଖଣ୍ଡିଗିରି ଥାନା ଜଗନ୍ନାଥନଗର ଶୁକବିହାର ଅଞ୍ଚଳରେ ଏପରି ଅଭାବନୀୟ ଘଟଣା ଘଟିଛି। ମୃତକ ଜଣକ ହେଲେ ଜଗା ମଲ୍ଲିକ। ବୁଧବାର ବିଳମ୍ବିତ ରାତିରେ ଜଗା ଘରକୁ ଫେରୁଥିବା ବେଳେ ଯୁବକ ଜଣଙ୍କ ଖଣ୍ଡାରେ ଜଗାଙ୍କୁ ଆକ୍ରମଣ କରିଥିଲେ। ଏନେଇ ଖଣ୍ଡିଗିରି ଥାନାରେ ମାମଲା ରୁଜ୍ଜୁ ହୋଇଥିବା ବେଳେ ଅଭିଯୁକ୍ତଙ୍କୁ ପୋଲିସ ଅଟକ ରଖିଛି।

ସୂଚନାନୁସାରେ, ଜଗାଙ୍କ ଝିଆରୀଙ୍କୁ ସେହି ସାହିର ଜଣେ ଯୁକ୍ତ ଦୁଇ ଛାତ୍ର ଏକତରଫା ଭଲ ପାଉଥିଲେ। ଯାହାକୁ ବିରୋଧ କରୁଥିଲେ ଜଗା। ଏଣୁ ଜଗାଙ୍କୁ ରାସ୍ତାରୁ ହଟାଇବାକୁ ଯାଇ ପାଗଳପ୍ରେମୀ ବୀଭତ୍ସ ଭାବେ ହତ୍ୟା କରିଥିବା ପୁଲିସ କହିଛି।