Odisha News: ମଝି ନଇରୁ ହେଲିକପ୍ଟର ଯୋଗେ ଉଦ୍ଧାର ହେଲା ଯୁବକ। ମାଲକାନଗିରି ଜିଲ୍ଲା କତାମାଟେରୁ ନିକଟସ୍ଥ ସବେରୀ ନଦୀରେ ଫସିଥିଲା ଯୁବକ। ଗତ ୨୪ ଘଣ୍ଟା ଧରି ଯୁବକ ନଦୀ ମଝିରେ ଫସି ରହିଥିଲା। ହେଲିକପ୍ଟର ଯୋଗେ ଉଦ୍ଧାର ହେଲା ଯୁବକ। ଆଜି ସକାଳୁ ସ୍ଥାନୀୟ ଲୋକେ ଖବର ପାଇ ଅଗ୍ନିଶମ ବିଭାଗକୁ ଖବର ଦେଇଥିଲେ। ମାଲକାନଗିରି ଅଗ୍ନିଶମ ବିଭାଗ କର୍ମଚାରୀ ଏବଂ ଛତିଶଗଡ଼ର ସୁକମା ଅଗ୍ନିଶମ କର୍ମଚାରୀ ଉଦ୍ଧାର କାର୍ଯ୍ୟରେ ଲାଗିଥିଲେ। ନଦୀରେ ପାଣିର ସ୍ରୋତ ପ୍ରଖର ଥିବାରୁ ଉଦ୍ଧାର କାର୍ଯ୍ୟରେ ବିଳମ୍ବ ହେଉଥିଲା ଶେଷରେ ଛତିଶଗଡ଼ର ଜଗଦଲପୁରରୁ ହେଲିକପ୍ଟର. ଆସିବା ପରେ ଯୁବକ କୁ ଉଦ୍ଧାର କରାଯାଇଛି।
ଗତକାଲି କତାମାଟେରୁ ଗ୍ରାମର ଇର୍ମା ସୋଡି ଏକ ଦେଶୀ ଡଙ୍ଗା ନେଇ ଛତିଶଗଡ଼ର ସୁକମା ଜିଲାର କୌଣସି ଏକ ଗ୍ରାମକୁ ଯାଇଥିଲେ। ଫେରିବା ସମୟରେ ପାଣିର ସ୍ରୋତ ବଡ଼ିବାରୁ ଡଙ୍ଗା ଭାରସାମ୍ୟ ହରାଇ ବୁଡି ଯାଇଥିଲା। ତେବେ ଇର୍ମା କୌଣସି ପ୍ରକାରେ ଏକ ଗଛ ଡାଳକୁ ଧରି ବଂଚିଯାଇଥିଲେ। ପରେ ସେ ଗୋଟିଏ ପଥର ଉପରେ ଛିଡା ହୋଇ ରହିଥିଲେ। ଇର୍ମାଙ୍କୁ ବଞ୍ଚାଇବା ପାଇଁ ପ୍ରଶାସନ ପକ୍ଷରୁ ଜୋରଦାର ଓପେରସନକରାଯାଇଥିଲା। ସିଆରପିଏଫ ଓ ଛତିଶଗଡ଼ ପୋଲିସର ସହାୟତା ରେ ଉଦ୍ଧର କାର୍ଯ୍ୟ ସଫଳ ହୋଇଛି ..ଅସୁସ୍ଥ ଥିବାରୁ ତାଙ୍କୁ ମେଡିକାଲ ରେ ଭର୍ତି କରାଯାଇଛି।