ଭୁବନେଶ୍ଵର: ବିଧାନସଭାରେ ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ରାଜ୍ୟ ବଜେଟ୍ ଉପସ୍ଥାପନ କରିଛନ୍ତି ମୁଖ୍ୟମନ୍ତ୍ରୀ ତଥା ଅର୍ଥମନ୍ତ୍ରୀ ମୋହନ ଚରଣ ମାଝି। ତାଙ୍କର ସରକାରର ପ୍ରଥମ ବଜେଟ ଉପସ୍ଥାପନ କରିବା ତାଙ୍କ ପାଇଁ ଆନନ୍ଦ ଓ ଗୌରବର ବିଷୟ ବୋଲି ଏହି ଅବସରରେ ସେ କହିଛନ୍ତି। ମୋଟ ୨ ଲକ୍ଷ ୬୫ ହଜାର କୋଟି ଟଙ୍କାର ବଜେଟ ଉପସ୍ଥାପନ କରିଛନ୍ତି ମୁଖ୍ୟମନ୍ତ୍ରୀ। ଏଥିରେ ମୁଖ୍ୟମନ୍ତ୍ରୀ ବଡ଼ ଘୋଷଣା କରିଛନ୍ତି। ସ୍ବାସ୍ଥ୍ୟ ଭିତ୍ତିଭୂମି ବିକାଶ ପାଇଁ ମୁଖ୍ୟମନ୍ତ୍ରୀ ସ୍ବାସ୍ଥ୍ୟସେବା ମିଶନ କାର୍ଯ୍ୟକାରୀ କରାଯିବ। ମୁଖ୍ୟମନ୍ତ୍ରୀ ସ୍ବାସ୍ଥ୍ୟସେବା ମିଶନ ପାଇଁ ବଜେଟରେ ୨୪୬୨ କୋଟି ବ୍ୟୟବରାଦ କରାଯାଇଛି। ଏପରିକି କଟକ ଏସ୍‌ବି ମେଡିକାଲ କଲେଜର ପୁନଃ ବିକାଶ କାର୍ଯ୍ୟ ପାଇଁ ୧ ହଜାର କୋଟି ଟଙ୍କାର ପ୍ରାବଧାନ କରାଯାଇଛି। ଏପରି କି ଚିଳିତ ବର୍ଷ ଯାଜପୁର ମେଡିକାଲ କଲେଜ କାର୍ଯ୍ୟକ୍ଷମ କରାଯିବା ନେଇ ବଜେଟରେ ଯୋଜନା କରାଯାଇଛି।


COMMERCIAL BREAK
SCROLL TO CONTINUE READING

ଅନ୍ୟପଟେ ରାଜ୍ୟରେ କୃଷି, ସ୍ବାସ୍ଥ୍ୟସେବାକୁ ଗୁରୁତ୍ୱ ଦିଆଯାଇଛି। ମୁଖ୍ୟମନ୍ତ୍ରୀ ମୋ ସ୍କୁଲ ନାଁକୁ ବଦଳାଇ ପଞ୍ଚସଖା ଶିକ୍ଷା ସେତୁ ଅଭିଯାନ ରଖିଛନ୍ତି। ପଞ୍ଚସଖା ଶିକ୍ଷା ସେତୁ ଅଭିଯାନ ପାଇଁ ବଜେଟରେ ୩୩୨ କୋଟି ବ୍ୟୟବରାଦ ହୋଇଛି।


ଅନ୍ୟପଟେ ଶିକ୍ଷାକ୍ଷେତ୍ର ପାଇଁ ବଜେଟରେ ୩୫ ହଜାର ୫୩୬ କୋଟି ଟଙ୍କା ବ୍ୟୟବରାଦ ହୋଇଛି। ପ୍ରାଥମିକ ସ୍ତରରେ ଗୁଣାତ୍ମକ ଶିକ୍ଷା ପ୍ରଦାନ ପାଇଁ ନୂଆ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ଯୋଜନା ସରକାର ଆରମ୍ଭ କରିଛନ୍ତି। ବଜେଟରେ ଏଥିପାଇଁ ୫୦ କୋଟି ଟଙ୍କା ବ୍ୟୟବରାଦ ହୋଇଛି। ସେହିପରି ମୁଖ୍ୟମନ୍ତ୍ରୀ ମେଧାବୀ ଛାତ୍ର ପ୍ରୋତ୍ସାହନ ଯୋଜନା ପାଇଁ ୭୦୧ କୋଟି ଟଙ୍କା ବ୍ୟୟବରାଦ କରିଛନ୍ତି।