ଆଜିଠୁ ପୂଜାମଣ୍ଡପ ବୁଲିବେ ମୁଖ୍ୟମନ୍ତ୍ରୀ ଓ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
Advertisement
Article Detail0/zeeodisha/odisha2468287

ଆଜିଠୁ ପୂଜାମଣ୍ଡପ ବୁଲିବେ ମୁଖ୍ୟମନ୍ତ୍ରୀ ଓ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

cm visit durga puja pandals: ସୂଚନାଯୋଗ୍ୟ ଯେ, ଆଜି ଦିନ ୧୧ ଟାରୁ ୨ଟା ୩୦ ଯାଏଁ ଭୁବନେଶ୍ୱରର ବିଭିନ୍ନ ମଣ୍ଡପ ବୁଲିବେ ମୁଖ୍ୟମନ୍ତ୍ରୀ । ବରମୁଣ୍ଡା, ନୟାପଲ୍ଲୀ, ଶହୀଦନଗର ଓ ଲକ୍ଷ୍ମୀସାଗରର ବିଭିନ୍ନ ପୂଜାମଣ୍ଡପ ବୁଲି ମାଆଙ୍କ ଆଶିଷ ଗ୍ରହଣ କରିବେ। ୧୨ ତାରିଖରେ ମୁଖ୍ୟମନ୍ତ୍ରୀ କଟକର ବିଭିନ୍ନ ପୂଜାମଣ୍ଡପ ବୁଲିବାର କାର୍ଯ୍ୟକ୍ରମ ରହିଛି। 

ଆଜିଠୁ ପୂଜାମଣ୍ଡପ ବୁଲିବେ ମୁଖ୍ୟମନ୍ତ୍ରୀ ଓ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ଵର: ରାଜଧାନୀ ଭୁବନେଶ୍ଵରର ସମେତ ରାଜ୍ୟରେ ବିଭିନ୍ନ ସ୍ଥାନରେ ଦୂର୍ଗାପୂଜା ମହୋଲ ଆରମ୍ଭ ହୋଇଯାଇଛି। ଏହି ଅବସରରେ ଆଜିଠୁ ୩ଦିନ ବିଭିନ୍ନ ପୂଜା ମଣ୍ଡପ ବୁଲିବେ ମୁଖ୍ୟମନ୍ତ୍ରୀ। ପୁରୁଣା ପୂଜା ଅନୁଷ୍ଠାନକୁ ଯାଇ ମା' ଙ୍କ ଦର୍ଶନ କରିବେ ଓ ଲୋକଙ୍କୁ ଭେଟିବେ। ତାସହ ମନ୍ତ୍ରୀ ମଣ୍ଡଳର ସଦସ୍ୟ ମଧ୍ୟ ପୂଜା ମଣ୍ଡପ ବୁଲିବେ। ଭୁବନେଶ୍ୱର, କଟକ ସହ ନିଜ ଜିଲ୍ଲା କେନ୍ଦୁଝରରେ ବିଭିନ୍ନ ମଣ୍ଡପ ବୁଲି ମା ଦୁର୍ଗାଙ୍କୁ ଦର୍ଶନ ସହ ଆର୍ଶୀବାଦ ନେବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଅନ୍ୟପଟେ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ମଧ୍ୟ ଦୁର୍ଗାପୂଜା ପୂଜା ମଣ୍ଡପ ବୁଲିବେ। 

ଆଜି ମହାଷ୍ଟମୀରେ ପ୍ରଥମେ ରସୁଲଗଡ଼ ପୂଜା ମଣ୍ଡପ ତା’ପରେ ସହିଦନଗର, ବଡ଼ଗଡ଼ ପୂଜା ମଣ୍ଡପ ଯାଇ ମା’ଙ୍କ ଆଶୀର୍ବାଦ ଭିକ୍ଷା କରିବେ। ପରବର୍ତ୍ତୀ ଦିନମାନଙ୍କରେ ସେ ଉତ୍ତର ଭୁବନେଶ୍ୱରର ବିଭିନ୍ନ ପୂଜା ମଣ୍ଡପ ବୁଲିବା କାର୍ଯ୍ୟକ୍ରମ ରହିଛି ବୋଲି ଦଳୀୟ ସୂତ୍ରରୁ ଜଣାପଡ଼ିଛି। ବିଭିନ୍ନ ମନ୍ତ୍ରୀମାନେ ମଧ୍ୟ ଏଥର ପୂଜା ମଣ୍ଡପ ବୁଲିବା କାର୍ଯ୍ୟକ୍ରମ ରହିଛି। ମୁଖ୍ୟମନ୍ତ୍ରୀ ଓ ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ଦଶହରା ପୂଜା ମଣ୍ଡପ ବୁଲିବାକୁ ନେଇ ରାଜନୀତି ବଢ଼ିଛି।

ସୂଚନାଯୋଗ୍ୟ ଯେ, ଆଜି ଦିନ ୧୧ ଟାରୁ ୨ଟା ୩୦ ଯାଏଁ ଭୁବନେଶ୍ୱରର ବିଭିନ୍ନ ମଣ୍ଡପ ବୁଲିବେ ମୁଖ୍ୟମନ୍ତ୍ରୀ । ବରମୁଣ୍ଡା, ନୟାପଲ୍ଲୀ, ଶହୀଦନଗର ଓ ଲକ୍ଷ୍ମୀସାଗରର ବିଭିନ୍ନ ପୂଜାମଣ୍ଡପ ବୁଲି ମାଆଙ୍କ ଆଶିଷ ଗ୍ରହଣ କରିବେ। ୧୨ ତାରିଖରେ ମୁଖ୍ୟମନ୍ତ୍ରୀ କଟକର ବିଭିନ୍ନ ପୂଜାମଣ୍ଡପ ବୁଲିବାର କାର୍ଯ୍ୟକ୍ରମ ରହିଛି।