୩ଟି କୌଶଳ ରଥର ଶୁଭାରମ୍ଭ କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ
Advertisement

୩ଟି କୌଶଳ ରଥର ଶୁଭାରମ୍ଭ କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ଅତ୍ୟାଧୁନିକ ଉପକରଣରେ ସୁସଜ୍ଜିତ ଏହି ସ୍କିଲ୍ ରଥ ଯୁବବର୍ଗଙ୍କୁ ବହୁତ ଲାଭ ଦେବ । ଏହି ଜିଲ୍ଲା ଗୁଡିକରେ ମହିଳାମାନଙ୍କୁ ଡିଜିଟାଲ ଦକ୍ଷତା ତାଲିମ୍ ଦେଇ ସଶକ୍ତ କରିବ ଏହି ରଥ । ବିଭିନ୍ନ କଲେଜରେ ଛାତ୍ରଛାତ୍ରୀ ମାନଙ୍କୁ ଏହି ଅତ୍ୟାଧୁନିକ କୌଶଳ ରଥ ଦ୍ୱାରା ପ୍ରଶିକ୍ଷଣ ଦିଆଯିବ । 

୩ଟି କୌଶଳ ରଥର ଶୁଭାରମ୍ଭ କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ସମ୍ବଲପୁର: ଗୋଶାଳାରେ ୩ଟି କୌଶଳ ରଥର ଶୁଭାରମ୍ଭ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ (Central minister dharmendra pradhan) । କୌଶଳ ରଥ ସମ୍ବଲପୁର, ଦେବଗଡ଼, ଅନୁଗୋଳ ଓ ଢେଙ୍କାନାଳ ଜିଲ୍ଲାରେ ଯୁବବର୍ଗଙ୍କୁ ଡିଜିଟାଲ୍ ସ୍କିଲରେ ଦକ୍ଷ କରିବ ବୋଲି କହିଛନ୍ତି କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । କୌଶଳ ରଥ ଯୁବ ସଶକ୍ତୀକରଣ ଦିଗରେ ମୋଦି ସରକାରଙ୍କ ଗ୍ୟାରେଣ୍ଟିର ସବୁଠୁ ବଡ଼ ପ୍ରମାଣ ।ନିର୍ଦ୍ଦିଷ୍ଟ ସମୟ ଅବଧିରେ ପଞ୍ଜିକରଣ କରିଥିବା ଯୁବକ ଯୁବତୀ ମାନଙ୍କୁ ଦିଆଯିବ ଟ୍ରେନିଂ।

ଅତ୍ୟାଧୁନିକ ଉପକରଣରେ ସୁସଜ୍ଜିତ ଏହି ସ୍କିଲ୍ ରଥ ଯୁବବର୍ଗଙ୍କୁ ବହୁତ ଲାଭ ଦେବ । ଏହି ଜିଲ୍ଲା ଗୁଡିକରେ ମହିଳାମାନଙ୍କୁ ଡିଜିଟାଲ ଦକ୍ଷତା ତାଲିମ୍ ଦେଇ ସଶକ୍ତ କରିବ ଏହି ରଥ । ବିଭିନ୍ନ କଲେଜରେ ଛାତ୍ରଛାତ୍ରୀ ମାନଙ୍କୁ ଏହି ଅତ୍ୟାଧୁନିକ କୌଶଳ ରଥ ଦ୍ୱାରା ପ୍ରଶିକ୍ଷଣ ଦିଆଯିବ । ଯୁବବର୍ଗଙ୍କ ପାଇଁ ଆର୍ଥିକ ସାକ୍ଷରତା, ଡିଜିଟାଲ ସାକ୍ଷରତା, ରିଟେଲ ଦକ୍ଷତା ଏବଂ ଉଦ୍ୟମିତା ଆଦିର ଏକ ବଡ଼ ପ୍ଲାଟଫର୍ମ ଭାବେ କାମ କରିବ ଏହି ସ୍କିଲ ରଥ । ଆଗାମୀ ପରିବର୍ତ୍ତିତ ଦୁନିଆରେ ନୂତନ ଟେକ୍ନୋଲୋଜି ଓ ସ୍କିଲ ଆବଶ୍ୟକତାକୁ ଦୃଷ୍ଟିରେ ରଖି ନିଆଯାଇଛି ଏହି ପଦକ୍ଷେପ । ସମ୍ବଲପୁର ଗୋଶାଳା ଛକରେ ଜି.ଚିନି ରାଓଙ୍କ ଦୋକାନରେ ଚା’ ପିଇବା ସହ ଡିଜିଟାଲ କାରବାରକୁ କରିଛନ୍ତି କେନ୍ଦ୍ର ମନ୍ତ୍ରୀ । 

ଏହି ଅବସରରେ କେନ୍ଦ୍ରମନ୍ତ୍ରୀ କହିଥିଲେ ଯେ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଗାମୀ ୨୦୪୭ ସୁଦ୍ଧା ବିକଶିତ ଭାରତର ସ୍ୱପ୍ନ ଦେଖିଥିବା ବେଳେ ଦେଶ ପ୍ରଗତିର ପଥରେ ଅଗ୍ରସର ହେଉଛି । ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ ଓ ମେସିନ ଲର୍ଣ୍ଣିଂର ଚାହିଦା ବଢୁଛି । ମୋଦି ସରକାରରେ ଦେଶରେ ଡିଜିଟାଲ କାରବାରର ନୂଆ ରୂପରେଖ ପରିବର୍ତ୍ତନ ହୋଇଛି । ବିଶ୍ୱର ଉତ୍ପାଦନର କାରଖାନା ଭାରତ ହେବା ପାଇଁ ଯାଉଛି । ଭାରତର ଯୁବଶକ୍ତିଙ୍କ ଆବଶ୍ୟକତାକୁ ଦେଖି ସେମାନଙ୍କୁ ଦକ୍ଷ କରିବା ପାଇଁ ପଡିବ । ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରଣାଳୟ କାର୍ଯ୍ୟକ୍ରମ ଅନ୍ତର୍ଗତ ଗତକାଲି ଶୁଭାରମ୍ଭ ହୋଇଥିବା ରଥ ସମ୍ବଲପୁର ସମେତ ଅନୁଗୋଳ, ଢେଙ୍କାନାଳ ଓ ଦେବଗଡ଼ ଜିଲ୍ଲାର ବିଭିନ୍ନ ପଞ୍ଚାୟତକୁ ଯିବ । ନିର୍ଦ୍ଦିଷ୍ଟ ସମୟ ଅବଧିରେ ପଞ୍ଜିକରଣ କରିଥିବା ଯୁବକ ଯୁବତୀ ମାନଙ୍କୁ ଟ୍ରେନିଂ ଦିଆଯିବ । ଆତ୍ମନିର୍ଭର ହେବା ପାଇଁ ଉଦ୍ୟମିତାର ପ୍ରଶିକ୍ଷଣ ଦିଆଯିବ । ଗାଁ ବିଶେଷ ଭାବରେ ଗରିବ ଯୁବକ ଯୁବତୀ ମାନଙ୍କ ଦକ୍ଷତା ବଢାଇବା ଦିଗରେ ଏହି ରଥ କାମ କରିବ । ଆଗାମୀ ଦିନର ପରିବର୍ତ୍ତିତ ଦୁନିଆରେ ନୂତନ ଟେକ୍ନୋଲୋଜି ଓ ସ୍କିଲ ଆବଶ୍ୟକତାକୁ ଦୃଷ୍ଟିରେ ରଖି ଏହି ପଦକ୍ଷେପ ନିଆଯାଇଛି । ଅତ୍ୟାଧୁନିକ ଉପକରଣରେ ସୁସଜ୍ଜିତ ଏହି ସ୍କିଲ୍ ରଥ ଯୁବବର୍ଗଙ୍କୁ ବହୁତ ଲାଭ ଦେବ । କମ ସମୟ ମଧ୍ୟରେ ଡିଜିଟାଲ ଶିକ୍ଷା ପ୍ରଦାନ କରିବା ସହ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପରିକଳ୍ପନାରେ ସ୍କିଲ୍ ଇଣ୍ଡିଆ ମିଶନକୁ ବଡ ଗତି ଦେବ । ଯେଉଁ ସମୟରେ ୨ କୋଟି ଲକ୍ଷପତି ଓ ନମୋ ଡ୍ରୋନ୍ ଦିଦି ଦେଶରେ ମହିଳାଙ୍କୁ ସଶକ୍ତିକରଣ କରିବାର ନୂଆ ପଥ ଦେଖାଇଛି, ସେହି ସମୟରେ ଏହି ରଥ ସ୍ଥାନୀୟ ଗ୍ରାମୀଣ ଯୁବକ ଯୁବତୀ, ବିଶେଷ କରି ଝିଅ ଓ ମହିଳାମାନଙ୍କୁ ଡିଜିଟାଲ ଦକ୍ଷତା ତାଲିମ୍ ଦେଇ ସଶକ୍ତ କରିବ । କେନ୍ଦ୍ରମନ୍ତ୍ରୀ କହିଛନ୍ତି ଯେ, ମୋଦୀ ହୈ ତୋ ସବିକୁଛ ମୁମକିନ୍ ହୈ । ଏହି ଦକ୍ଷତା ରଥ ଆମ ଯୁବପିଢ଼ୀଙ୍କୁ କୁଶଳ କରିବା ଭଳି ସମସ୍ତ ସୂଚନା ପ୍ରଦାନ କରିବ । ବିଭିନ୍ନ କଲେଜରେ ଛାତ୍ରଛାତ୍ରୀ ମାନଙ୍କୁ ଏହି ଅତ୍ୟାଧୁନିକ କୌଶଳ ରଥ ଦ୍ୱାରା ପ୍ରଶିକ୍ଷଣ ଦିଆଯିବ । ଏହା ଯୁବବର୍ଗଙ୍କ ପାଇଁ ଆର୍ଥିକ ସାକ୍ଷରତା, ଡିଜିଟାଲ ସାକ୍ଷରତା, ରିଟେଲ ଦକ୍ଷତା ଏବଂ ଉଦ୍ୟମିତା ଆଦିର ଏକ ବଡ଼ ପ୍ଲାଟଫର୍ମ ଭାବେ କାମ କରିବ । ଏହି କୌଶଳ ରଥ ଉପକ୍ରମ ଯୁବ ସଶକ୍ତୀକରଣ ପ୍ରତି ମୋଦୀ ଗ୍ୟାରେଣ୍ଟିର ସବୁଠୁ ବଡ଼ ପ୍ରମାଣ । ଆଗାମୀ ଦିନରେ ଗାଁ ଗାଁରେ ଏଭଳି ରଥ ଚଳାଇବାର ଯୋଜନା କରାଯିବ ବୋଲି କେନ୍ଦ୍ରମନ୍ତ୍ରୀ କହିଛନ୍ତି । ଏହି ଅବସରରେ କେନ୍ଦ୍ର ମନ୍ତ୍ରୀ ପ୍ରଧାନ ଗୋଶାଳା ଛକରେ ଥିବା ଜି.ଚିନି ରାଓ ବାବୁଙ୍କ ଦୋକାନରେ ଚା’ ପିଇବା ସହ ଡିଜିଟାଲ କାରବାରକୁ ପ୍ରଶଂସା କରିଥିଲେ । ମୋଦି ସରକାରରେ ଭାରତ ଡିଜିଟାଲ କାରବାରରେ ସ୍ୱତନ୍ତ୍ର ପରିଚୟ ତିଆରି କରିବା ସହ ଜୀବନଶୈଳୀ ସହଜ କରିଥିବା ସେ କହିଥିଲେ ।

Also Read- Top 10 News Headlines: ସଂକ୍ଷେପରେ ପଢି ନିଅନ୍ତୁ ବର୍ତ୍ତମାନର ଗୁରୁତ୍ତ୍ୱପୂର୍ଣ୍ଣ ଖବର

Also Read- Odisha Politics: ନୂଆ ବର୍ଷରେ ବିଜେଡିକୁ ଫେରିଲେ ବରିଷ୍ଠ ନେତା ଦାମୋଦର ରାଉତ