ପରଲୋକରେ ବରିଷ୍ଠ ବିଜେପି ନେତା ସମୀର ଦେ
Advertisement
Article Detail0/zeeodisha/odisha2519712

ପରଲୋକରେ ବରିଷ୍ଠ ବିଜେପି ନେତା ସମୀର ଦେ

Samir dey passes away: କଟକର ଘରୋଇ ହସ୍ପିଟାଲରେ ତାଙ୍କର ଟ୍ରିଟମେଣ୍ଟ ହେଉଥିଲା। ଏମିତିକି ଗତ ଶୁକ୍ରବାର ତାଙ୍କୁ ମେଡ଼ିକାଲରେ ଭେଟିଥିଲେ ମୁଖ୍ୟମନ୍ତ୍ରୀ ଓ ଉପ ମୁଖ୍ୟମନ୍ତ୍ରୀ। ଘରୋଇ ଡାକ୍ତରଖାନାରେ ଚିକିତ୍ସିତ ହେଉଥିବା ଦେଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ ଡେପୁଟି ସିଏମ ପ୍ରଭାତୀ ପରିଡା ଭେଟି ସ୍ୱାସ୍ଥ୍ୟ ଅବସ୍ଥା ପଚାରି ବୁଝିଥିଲେ। 

ପରଲୋକରେ ବରିଷ୍ଠ ବିଜେପି ନେତା ସମୀର ଦେ

ଭୁବନେଶ୍ଵର: ପରଲୋକରେ ବିଜେପିର ବରିଷ୍ଠ ନେତା ସମୀର ଦେ। ସ୍ୱର୍ଗତ ଦେଙ୍କର ଏକ ଘରୋଇ ହସ୍ପିଟାଲରେ ଦେହାନ୍ତ ହୋଇଛି । ସ୍ବାସ୍ଥ୍ୟ ଅବସ୍ଥା ଖରାପ ଥିବା କାରଣରୁ ଦୀର୍ଘଦିନ ଧରି ସେ ହସ୍ପିଟାଲ୍ ରେ ଚିକିତ୍ସିତ ହେଉଥିଲେ। ତାଙ୍କ ମୃତ୍ୟୁ ବେଳକୁ ୬୭ ବର୍ଷ ବୟସ ହୋଇଥିଲା।

ସୂଚନାଥାଉକି, ସମୀର ଦେ ୩ଥର ବିଧାନସଭାକୁ ନିର୍ବାଚିତ ହୋଇଥିଲେ। ସେ ବିଜେପି ଟିକେଟରେ କଟକ ସିଟି ବିଧାନସଭା ଆସନରୁ ଲଗାତାର ତିନି ଥର ବିଜୟୀ ହୋଇଥିଲେ। ୧୯୯୫, ୨୦୦୦ ଓ ୨୦୦୪ ବିଧାନସଭା ନିର୍ବାଚନରେ ବିଜୟୀ ହୋଇଥିଲେ ସମୀର ଦେ। ୨୦୦୦ରୁ ୨୦୦୪ ପର୍ଯ୍ୟନ୍ତ ସେ ତତ୍‌କାଳୀନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନେତୃତ୍ୱାଧୀନ ମେଣ୍ଟ ସରକାରରେ ନଗର ଉନ୍ନୟନ ମନ୍ତ୍ରୀ ଥିଲେ। 

ଅସୁସ୍ଥ କାରଣରୁ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ। କଟକର ଘରୋଇ ହସ୍ପିଟାଲରେ ତାଙ୍କର ଟ୍ରିଟମେଣ୍ଟ ହେଉଥିଲା। ଏମିତିକି ଗତ ଶୁକ୍ରବାର ତାଙ୍କୁ ମେଡ଼ିକାଲରେ ଭେଟିଥିଲେ ମୁଖ୍ୟମନ୍ତ୍ରୀ ଓ ଉପ ମୁଖ୍ୟମନ୍ତ୍ରୀ। ଘରୋଇ ଡାକ୍ତରଖାନାରେ ଚିକିତ୍ସିତ ହେଉଥିବା ଦେଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ ଡେପୁଟି ସିଏମ ପ୍ରଭାତୀ ପରିଡା ଭେଟି ସ୍ୱାସ୍ଥ୍ୟ ଅବସ୍ଥା ପଚାରି ବୁଝିଥିଲେ। 

ସେହିପରି ଫୁଟବଲ୍ ଆସୋସିଏସନ୍ ଅଫ୍ ଓଡିଶାର ସଭାପତି ହେଲେ ସମୀର ଦେ। ଜଣେ ମାତ୍ର ପ୍ରାର୍ଥୀ ହୋଇଥିବାରୁ ନିଦ୍ୱର୍ନ୍ଦ୍ୱରେ ହେଲେ ନିର୍ବାଚିତ ହୋଇଥିଲେ ଶ୍ରୀ ଦେ।