Weather Update: ଆଜି ୧୭ଟି ଜିଲ୍ଲାରେ ପ୍ରବଳ ବର୍ଷା ନେଇ ସତର୍କ କଲା ପାଣିପାଗ ବିଭାଗ
Advertisement

Weather Update: ଆଜି ୧୭ଟି ଜିଲ୍ଲାରେ ପ୍ରବଳ ବର୍ଷା ନେଇ ସତର୍କ କଲା ପାଣିପାଗ ବିଭାଗ

Weather Update: ଗୁରୁବାର ଦିନ ସକ୍ରିୟ ଲଘୁଚାପ କ୍ଷେତ୍ର ଆଜି ଉତ୍ତର-ପଶ୍ଚିମ ବଙ୍ଗୋପସାଗର ପାର୍ଶ୍ବବର୍ତ୍ତୀ ପଶ୍ଚିମବଙ୍ଗ ତତ-ସଂଲଗ୍ନ ଉତ୍ତର ଓଡ଼ିଶୀ ଉପକୂଳ ଅଞ୍ଚଳରେ ସକ୍ରିୟ ରହିଛି । ଏହାସହ ଜଡ଼ିତ ଘୂର୍ଣ୍ଣିବଳୟ ବାୟୁମଣ୍ତଳରେ ୭.୬ କିମି ଯାଏ ବ୍ୟାପିଛି । 

ସୌ(ସୋସିଆଲ ମିଡିଆ)

Weather Update: ଗୁରୁବାର ଦିନ ସକ୍ରିୟ ଲଘୁଚାପ କ୍ଷେତ୍ର ଆଜି ଉତ୍ତର-ପଶ୍ଚିମ ବଙ୍ଗୋପସାଗର ପାର୍ଶ୍ବବର୍ତ୍ତୀ ପଶ୍ଚିମବଙ୍ଗ ତତ-ସଂଲଗ୍ନ ଉତ୍ତର ଓଡ଼ିଶୀ ଉପକୂଳ ଅଞ୍ଚଳରେ ସକ୍ରିୟ ରହିଛି । ଏହାସହ ଜଡ଼ିତ ଘୂର୍ଣ୍ଣିବଳୟ ବାୟୁମଣ୍ତଳରେ ୭.୬ କିମି ଯାଏ ବ୍ୟାପିଛି । ଏହାର ପ୍ରଭାବରେ ଶୁକ୍ରବାର ଦିନ ସୁନ୍ଦରଗଡ଼, ସମ୍ବଲପୁର, ବଲାଙ୍ଗୀର, ବୌଦ୍ଧ, ଅନୁଗୁଳ, କଳାହାଣ୍ଡି, କନ୍ଧମାଳ, ଢେଙ୍କାନାଳ, କେନ୍ଦୁଝର, ଦେବଗଡ଼, ସୁବର୍ଣ୍ଣପୁର, ଝାରସୁଗୁଡ଼ା ଓ ବରଗଡ଼ ଆଦି ଜିଲ୍ଲାର କିଛି କିଛି ଅଞ୍ଚଳରେ ପ୍ରବଳ ବର୍ଷା ହୋଇଯାଇଛି।

ସୂଚନା ଅନୁଯାୟୀ, ଲଘୁଚାପ ଆସନ୍ତା ୨ରୁ ୩ ଦିନ ଯାଏ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଉତ୍ତର ଓଡ଼ିଶା ଉତ୍ତର ଛତିଶଗଡ଼ ମଧ୍ଯ ଦେଇ ଗତି କରିବାର ସମ୍ଭାବନା ରହିଛି । ଏଥିସହ ମୌସୁମୀଜନିତ ନିମ୍ନଚାପ ରେଖାର ପଶ୍ଚିମ ଭାଗ ହିମାଳୟର ପାଦଦେଶରେ ଅବସ୍ଥାନ କରୁଥିବା ବେଳେ ଏହାର ପୂର୍ବ ଭାଗ ଉତ୍ତରପ୍ରଦେଶର ଗୋରଖପୁରରୁ ବାହାରି ଦେ‌ହରି, ରାଞ୍ଚି ମଧ୍ୟ ଦେଇ ଓଡ଼ିଶାର ବାଲେଶ୍ବରରୁ ଦକ୍ଷିଣ-ପୂର୍ବ ଦିଗରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ପାର୍ଶ୍ବବର୍ତ୍ତୀ ପଶ୍ଚିମବଙ୍ଗ ତତ୍‌ସଂଲଗ୍ନ ଉତ୍ତର ଓଡ଼ିଶା ଉପକୂଳ ଅଞ୍ଚଳରେ ସକ୍ରିୟ ଲଘୁଚାପ କ୍ଷେତ୍ରର କେନ୍ଦ୍ର ଯାଏ ଲମ୍ବିଛି। ଫଳରେ ରାଜ୍ୟରେ ଏବେ କିଛି ଦିନ ବର୍ଷା ସମ୍ଭାବନା ରହୁଛି। ଶନିବାର ଦିନ ରାଜଧାନୀ ଭୁବନେଶ୍ବର ଓ ଏହାର ଆଖପାଖ ଅଞ୍ଚଳର ପାଗ ମେଘୁଆ ରହିବା ବର୍ଷା ହେବ।

ଦିନର ସର୍ବୋଚ୍ଚ ତାପମାତ୍ରା ୨୯ ଡିଗ୍ରୀ ଓ ସର୍ବନିମ୍ନ ତାପମାତ୍ରା ୨୪ ଡିଗ୍ରି ରହିବ। ଶନିବାର ଦିନ ମଧ୍ୟ ଲଘୁଚାପର ପ୍ରଭାବ ରହିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର (Bhubaneswar Meteorological Department) ପକ୍ଷରୁ ସତର୍କ ଜାରି କରାଯାଇଛି । ଏହାର ପ୍ରଭାବରେ ମାଲକାନଗିରି, ନବରଙ୍ଗପୁର, କୋରାପୁଟ, ଦେବଗଡ଼, ସୁନ୍ଦରଗଡ଼, ନୂଆପଡ଼ା, ଗଜପତି, ଗଞ୍ଜାମ, ନୟାଗଡ଼, ଖୋର୍ଦ୍ଧା, କଟକ, ପୁରୀ, ମୟୂରଭଞ୍ଜ, ଯାଜପୁର, ଜଗତସିଂହପୁର, କେନ୍ଦ୍ରାପଡ଼ା, ବାଲେଶ୍ବର ଓ ଭଦ୍ରକ ଆଦି ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି (Thunderstorm) ସହ ପ୍ରବଳ ବର୍ଷା ହେବା ନେଇ ସମ୍ଭାବନା ରହିଛି। ତେଣୁ ବିଭାଗ ପକ୍ଷରୁ ଏହି ସବୁ ଜିଲ୍ଲାକୁ ୟେଲୋ ୱାର୍ଣ୍ଣଂ (Yellow alert) ଜାରି କରାଯାଇଛି।

ପ୍ରକାଶ ଥାଉ କି, ଗତ ଜୁନ ମାସରୁ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ସର୍ବମୋଟ ୬୫୩.୮ ମିମି ବର୍ଷା ହୋଇଛି । ସାଧାରଣତଃ ଏହି ସମୟ ମଧ୍ଯରେ ରାଜ୍ୟରେ ୬୯୮.୪ ମିମି ବର୍ଷା ହୋଇଥାଏ । ତେବେ ବର୍ତ୍ତମାନ ରାଜ୍ୟରେ ୬ ପ୍ରତିଶତ ନିଅଣ୍ଟିଆ ବର୍ଷା ହୋଇଛି । ତେବେ ଏବେ ସୁଦ୍ଧା ରାଜ୍ୟର ୧୬ଟି ଜିଲ୍ଲାରେ ସ୍ବାଭାବିକ ବର୍ଷା ହୋଇଥିବା ବେଳେ ୧୦ଟି ଜିଲ୍ଲାରେ ନିଅଣ୍ଟିଆ ଓ ଅବଶିଷ୍ଟ ୪ ଜିଲ୍ଲାରେ ଅଧିକ ବର୍ଷା ହୋଇଥିବା ସୂଚନା ରହିଛି ।

ଏହା ବି ପଢନ୍ତୁ-Horoscope Today Aug 19 2023: ଦୂରଯାତ୍ରା ବେଳେ ସତର୍କ ରୁହନ୍ତୁ ଏହି ରାଶିର ଲୋକେ! ଜାଣନ୍ତୁ କେମିତ କଟିବ ଆଜିର ଦିନ?